ଆଜି ଓଡ଼ିଶା ହାଇକୋର୍ଟର ମୁଖ୍ୟ ବିଚାରପତି ଭାବେ ଶପଥ ନେବେ ଜଷ୍ଟିସ ଚକ୍ରଧାରୀ ଶରଣ ସିଂ

ଭୁବନେଶ୍ୱର (ବଡ଼ ଖବର ବ୍ୟୁରୋ):  ଓଡ଼ିଶା ହାଇକୋର୍ଟର ମୁଖ୍ୟ ବିଚାରପତି ଭାବେ ଆଜି ଶପଥ ନେବେ ଜଷ୍ଟିସ ଚକ୍ରଧାରୀ ଶରଣ ସିଂ। ତାଙ୍କୁ ପଦ ଓ ଗୋପନୀୟତାର ଶପଥ ପାଠ କରାଇବେ ରାଜ୍ୟପାଳ ରଘୁବର ଦାସ। ଗତ ୨ ତାରିଖରେ ଏନେଇ ଆଇନ ମନ୍ତ୍ରାଳୟ ପକ୍ଷରୁ ବିଜ୍ଞପ୍ତି ପ୍ରକାଶ ପାଇଥିବା ବେଳେ, ଆଜି ଶପଥ ଗ୍ରହଣ କରିବେ ଜଷ୍ଟିସ ଚକ୍ରଧାରୀ ଶରଣ ସିଂ। ଏହା ପୂର୍ବରୁ ସେ ପାଟନା ହାଇକୋର୍ଟରେ ବିଚାରପତି ଥିଲେ।

୧୯୬୩ ଜାନୁୟାରୀ ୨୦ ତାରିଖରେ ଜନ୍ମିତ ଜଷ୍ଟିସ ଶରଣ ସିଂ ଦିଲ୍ଲୀ ବିଶ୍ୱବିଦ୍ୟାଳୟରୁ ଏଲଏଲବି ଡିଗ୍ରୀ ହାସଲ କରିବା ପରେ, ୧୯୯୦ ଜାନୁୟାରୀରେ ପାଟନା ହାଇକୋର୍ଟରେ ଓକିଲାତି ଆରମ୍ଭ କରିଥିଲେ। ବିହାର ସରକାରଙ୍କ ଅତିରିକ୍ତ ଆଡଭୋକେଟ୍ ଜେନେରାଲ ଭାବେ ସେ ୨୨ବର୍ଷ ଧରି କାର୍ୟ୍ୟ କରିଛନ୍ତି। ୨୦୧୨ ଏପ୍ରିଲ ୫ ତାରିଖରେ ସେ ପାଟନା ହାଇକୋର୍ଟର ବିଚାରପତି ଭାବେ ନିଯୁକ୍ତି ପାଇଥିଲେ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଗଞ୍ଜାମ ଯିବେ ମୁଖ୍ୟମନ୍ତ୍ରୀ 🔴 ଜଳବନ୍ଦୀଙ୍କୁ କରାଯିବ ଏୟାରଲିଫ୍ଟ 🔴 ୧୮ରୁ ବିଧାନସଭା ଅଧିବେଶନ 🔴 ୭ ଜିଲ୍ଲାକୁ ରେଡ୍ ୱାର୍ଣ୍ଣିଂ 🔴 ନୀଳଗିରି ବସ୍‌ଷ୍ଟାଣ୍ଡ ନିକଟ ପେଟ୍ରୋଲ ପମ୍ପରେ ବିସ୍ଫୋରଣ 🔴 ଆସନ୍ତାକାଲି ପର୍ଯ୍ୟନ୍ତ ଓଡ଼ିଶା ପାଇଁ ଗୁରୁତ୍ବପୂର୍ଣ୍ଣ 🔴 ସଂଧ୍ୟା ସୁଦ୍ଧା ମାଲକାନଗିରି ଦେଇ ଯିବ ‘ଅର୍ଣ୍ଣବ’ 🔴 ‘ମାଲକାନଗିରି ବେଶୀ ପ୍ରଭାବିତ’ 🔴 IAS ସ୍ତରରେ ଅଦଳବଦଳ 🔴 ଘରେ ପଶିଲେ, ଲୁଟିଲେ..ଟିଭି ଭାଙ୍ଗି ଚାଲିଗଲେ 🔴 ଗଞ୍ଜାମ ଯିବେ ମୁଖ୍ୟମନ୍ତ୍ରୀ 🔴 ଜଳବନ୍ଦୀଙ୍କୁ କରାଯିବ ଏୟାରଲିଫ୍ଟ 🔴 ୧୮ରୁ ବିଧାନସଭା ଅଧିବେଶନ 🔴 ୭ ଜିଲ୍ଲାକୁ ରେଡ୍ ୱାର୍ଣ୍ଣିଂ 🔴 ନୀଳଗିରି ବସ୍‌ଷ୍ଟାଣ୍ଡ ନିକଟ ପେଟ୍ରୋଲ ପମ୍ପରେ ବିସ୍ଫୋରଣ 🔴 ଆସନ୍ତାକାଲି ପର୍ଯ୍ୟନ୍ତ ଓଡ଼ିଶା ପାଇଁ ଗୁରୁତ୍ବପୂର୍ଣ୍ଣ 🔴 ସଂଧ୍ୟା ସୁଦ୍ଧା ମାଲକାନଗିରି ଦେଇ ଯିବ ‘ଅର୍ଣ୍ଣବ’ 🔴 ‘ମାଲକାନଗିରି ବେଶୀ ପ୍ରଭାବିତ’ 🔴 IAS ସ୍ତରରେ ଅଦଳବଦଳ 🔴 ଘରେ ପଶିଲେ, ଲୁଟିଲେ..ଟିଭି ଭାଙ୍ଗି ଚାଲିଗଲେ