Masthead

ବେଦବ୍ୟାସ ମନ୍ଦିରରେ ମହାଦେବଙ୍କୁ ପୂଜା କଲେ ରାହୁଲ

https://youtube.com/live/urispdSZYls?feature=share

ରାଉରକେଲା (ବଡ଼ ଖବର ବ୍ୟୁରୋ): ଓଡ଼ିଶାରେ ରାହୁଲଙ୍କ ଭାରତ ଯୋଡ଼ ନ୍ୟାୟ ଯାତ୍ରାର ଦ୍ୱିତୀୟ ଦିନ । ଦ୍ୱିତୀୟ ଦିନରେ ବେଦବ୍ୟାସ ମନ୍ଦିରରେ ମହାଦେବଙ୍କ ପୂଜା କଳେ ରାହୁଲ । ପ୍ରଥମେ ମନ୍ଦିରରେ ପୂଜାର୍ଚ୍ଚନା କରିବା ପରେ ବ୍ରାହ୍ମଣୀ, ଶଙ୍ଖ ଓ କୋଏଲ ନଦୀର ସଙ୍ଗମ ସ୍ଥଳ ବୁଲି ଦେଖିଲେ ରାହୁଲ ଗାନ୍ଧୀ । ଏହା ପରେ ଚନ୍ଦ୍ରଶେଖର ବାବାଙ୍କ ରୁଦ୍ରାଭିଷେକ କରିଥିଲେ । ଏହା ପରେ ବେଦବ୍ୟାସଙ୍କ ଗୁମ୍ଫାରେ ପୂଜାର୍ଚ୍ଚନା କରିଥିଲେ ରାହୁଲ ଗାନ୍ଧୀ ।

ଶେଷରେ ବୈଦିକ ଗୁରୁକୂଳ ଆଶ୍ରମର ଛାତ୍ରଛାତ୍ରୀଙ୍କ ସହ କଥା ହୋଇଥିଲେ । ବେଦବ୍ୟାସ ମନ୍ଦିରରେ ମହାଦେବଙ୍କ ପୂଜା କରିବା ପରେ ରାଉରକେଲା ଉଦିତନଗର ଏସପି ଅଫିସ୍ ସମ୍ମୁଖରୁ ପଦଯାତ୍ରା ଆରମ୍ଭ କରିଛନ୍ତି ରାହୁଲ ଗାନ୍ଧୀ । ଏହି ପଦଯାତ୍ରା ପାନପୋଷ ଛକରେ ପହଂଚିବ । ସେଠାରେ ରାହୁଲ ଗାନ୍ଧୀ ଉପସ୍ଥିତ ଜନସଧାରଣଙ୍କୁ ସମ୍ବୋଧିତ କରିବେ । ଏହା ପରେ ରାହୁଲ ରାଜଗାଙ୍ଗପୁରର ରାଣୀବନ୍ଧ ନିକଟ ବିର୍ସାମୁଣ୍ଡା ପଡିଆରେ ମଧ୍ୟାହ୍ନଭୋଜନ କରିବାର କାର୍ଯ୍ୟକ୍ରମ ରହିଛି । ପରେ ରାଣୀବନ୍ଧଠାରୁ ଯାତ୍ରା ଆରମ୍ଭ କରି କୁତ୍ରାରେ ଜନସାଧାରଣଙ୍କୁ ଉଦବୋଧନ ଦେବେ । ବଡ଼ଗାଁଠାରେ ମଧ୍ୟ ଜନସାଧାରଣକୁ ଉଦବୋଧନ ଦେବେ ରାହୁଲ ଗାନ୍ଧୀ ।

ବଡ଼ଗାଁରୁ ବାହାରି ସୁନ୍ଦରଗଡ଼ ବସଷ୍ଟାଣ୍ଡ ଛକରେ ଅପରାହ୍ନ ସାଢେ ୪ଟାରେ ପହଞ୍ଚି ପଦଯାତ୍ରା କରିବେ । ଏହି ପଦଯାତ୍ରା ଷ୍ଟାଡିୟମ୍ ଛକ ଓ ସୁନ୍ଦରଗଡ଼ ଏସବିଆଇ ଛକ ହୋଇଯିବ । ସେଠାରୁ ଝାରସୁଗୁଡ଼ା ଅଭିମୁଖେ ଯାଇ ଅମଲିପାଲିଠାରେ ରାହୁଲ ରାତ୍ରିଯାପନ କରିବେ । ଗତକାଲି ରାଉରକେଲା ରାମପାଲରେ ରାତ୍ରିଯାପନ କରିଥିଲେ ରାହୁଲ ଗାନ୍ଧୀ ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ପ୍ରେମ କରିବା ପଡିଲା ମହଙ୍ଗା 🔴 ଚୋର ଭାବି ପୁଲିସକୁ ନିସ୍ତୁକ ମାଡ଼ 🔴 ସରପଞ୍ଚଙ୍କ ସ୍ବାମୀଙ୍କୁ ନିର୍ମମ ହତ୍ୟା 🔴 ଆନ୍ଦୋଳନ ବେଳେ ଡ୍ରାଇଭର ଓ ଯାତ୍ରୀ ମୁହାଁମୁହିଁ 🔴 ବିଜେପିକୁ ଘେରିବାକୁ ଗୁରୁମନ୍ତ୍ର ଦେବେ ରାହୁଲ 🔴 ଡ୍ରାଇଭର ଆନ୍ଦୋଳନ, ରାତି ସୁଦ୍ଧା ସମାଧାନ 🔴 ପୁଣି ଶ୍ରୀମନ୍ଦିର ଭିତର ଫଟୋ ଭାଇରାଲ 🔴 ବ୍ୟାପିଲା ଝାଡ଼ାବାନ୍ତି, ୬୦ ଆକ୍ରାନ୍ତ 🔴 ତୃତୀୟ ଦିନରେ ପହଞ୍ଚିଲା ଡ୍ରାଇଭରଙ୍କ ଷ୍ଟିଅରିଂ ଛାଡ଼ ଆନ୍ଦୋଳନ 🔴 ପେଟ୍ରୋଲ ପମ୍ପରେ ତେଲ ସଙ୍କଟ! 🔴 ପ୍ରେମ କରିବା ପଡିଲା ମହଙ୍ଗା 🔴 ଚୋର ଭାବି ପୁଲିସକୁ ନିସ୍ତୁକ ମାଡ଼ 🔴 ସରପଞ୍ଚଙ୍କ ସ୍ବାମୀଙ୍କୁ ନିର୍ମମ ହତ୍ୟା 🔴 ଆନ୍ଦୋଳନ ବେଳେ ଡ୍ରାଇଭର ଓ ଯାତ୍ରୀ ମୁହାଁମୁହିଁ 🔴 ବିଜେପିକୁ ଘେରିବାକୁ ଗୁରୁମନ୍ତ୍ର ଦେବେ ରାହୁଲ 🔴 ଡ୍ରାଇଭର ଆନ୍ଦୋଳନ, ରାତି ସୁଦ୍ଧା ସମାଧାନ 🔴 ପୁଣି ଶ୍ରୀମନ୍ଦିର ଭିତର ଫଟୋ ଭାଇରାଲ 🔴 ବ୍ୟାପିଲା ଝାଡ଼ାବାନ୍ତି, ୬୦ ଆକ୍ରାନ୍ତ 🔴 ତୃତୀୟ ଦିନରେ ପହଞ୍ଚିଲା ଡ୍ରାଇଭରଙ୍କ ଷ୍ଟିଅରିଂ ଛାଡ଼ ଆନ୍ଦୋଳନ 🔴 ପେଟ୍ରୋଲ ପମ୍ପରେ ତେଲ ସଙ୍କଟ!