Masthead

ଓଡ଼ିଶାରେ ଭାରତ ଯୋଡ଼ ନ୍ୟାୟ ଯାତ୍ରାର ଶେଷ ଦିନ

ଝାରସୁଗୁଡ଼ା (ବଡ଼ ଖବର ବ୍ୟୁରୋ): ଭାରତ ଯୋଡ଼ ନ୍ୟାୟ ଯାତ୍ରାର ଓଡ଼ିଶାରେ ରାହୁଲ ଗାନ୍ଧିଙ୍କ ତୃତୀୟ ଦିନ । ଆଜି ସକାଳ ୮ଟାରେ ଝାରସୁଗୁଡା ପୁରୁଣା ବସଷ୍ଟାଣ୍ଡରୁ ଏହି ଯାତ୍ରା ପୁଣି ଆରମ୍ଭ ହୋଇଛି । ପ୍ରାୟ ଦୁଇ କିଲୋମିଟର ଯିବା ପରେ ବେହେରାମାଳ କିଷାନ ଛକରେ ଯାତ୍ରା ଶେଷ ହେବ । କିଷାନ ଛକରେ ଜନସାଧାରଣଙ୍କୁ ସମ୍ବୋଧିତ କରିବେ କଂଗ୍ରେସ ନେତା ରାହୁଲ ଗାନ୍ଧୀ ।

ଏହାପରେ ୪୯ ନମ୍ବର ଜାତୀୟ ରାଜପଥ ଦେଇ ଲିଖନପୁର ବ୍ଲକ ଗୋବିନ୍ଦପୁରରେ ପହଞ୍ଚି ସେଠାରେ ବିଶ୍ରାମ ନେବେ । ତେବେ ୨୦୧୯ ନିର୍ବାଚନ ପରେ ପ୍ରଥମ ଥର ପାଇଁ ଓଡିଶା ଆସିଥିବା ରାହୁଲ ଗାନ୍ଧୀ ସିଧାସଳଖ କେନ୍ଦ୍ରର ବିଜେପି ଓ ରାଜ୍ୟର ବିଜେଡି ସରକାରଙ୍କୁ କଡ଼ା ଭାଷାରେ ସମାଲୋଚନା କରିଛନ୍ତି । କହିଛନ୍ତି ଯେ ଉଭୟଙ୍କ ଭିତରେ ଭିତିରି ସହଭାଗିତା ରହିଛି । ଓଡ଼ିଶାରେ ଡିପି ସରକାର ଚାଲିଥିବା କହିଛନ୍ତି ବରିଷ୍ଠ କଂଗ୍ରେସ ସାଂସଦ ଜୟରାମ ରମେଶ ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଛାତ୍ରୀଙ୍କୁ ମାଡ଼ମାରି ଚକ୍ଷୁ ନଷ୍ଟ କଲେ ଶିକ୍ଷୟିତ୍ରୀ 🔴 ସମ୍ବଲପୁର ପୋଲିସର ଏନକାଉଣ୍ଟର 🔴 ୧୩ ଜିଲ୍ଲାକୁ ୟେଲୋ ଓ୍ବାର୍ଣ୍ଣିଂ 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ 🔴 ଛାତ୍ରୀଙ୍କୁ ମାଡ଼ମାରି ଚକ୍ଷୁ ନଷ୍ଟ କଲେ ଶିକ୍ଷୟିତ୍ରୀ 🔴 ସମ୍ବଲପୁର ପୋଲିସର ଏନକାଉଣ୍ଟର 🔴 ୧୩ ଜିଲ୍ଲାକୁ ୟେଲୋ ଓ୍ବାର୍ଣ୍ଣିଂ 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ