Masthead

ଶରଦ ପାୱାର ଗୋଷ୍ଠୀକୁ ମିଳିଲା ନୂଆ ନାଁ

ମହାରାଷ୍ଟ୍ର (ବଡ଼ ଖବର ବ୍ୟୁରୋ): ମଙ୍ଗଳବାର ନିର୍ବାଚନ କମିଶନ ଦୀର୍ଘ ଦିନ ଧରି ଲାଗି ରହିଥିବା ଦାଦା-ପୁତୁରା କଳିର ସମାଧାନ କରିଥିଲେ। ଅଜିତ ପାୱାରଙ୍କ ଏନ୍‌ସିପି ଗୋଷ୍ଠୀକୁ ଅସଲ ଏନ୍‌ସିପି ବୋଲି ଘୋଷଣା କରିଥିଲେ ନିର୍ବାଚନ କମିଶନ। କେବଳ ସେତିକି ନୁହେଁ, ଦଳର ନାଁ ଓ ଚିହ୍ନକୁ ମଧ୍ୟ ଅଜିତ ପାୱାରଙ୍କ ଦଳ ଶରଦ ପାୱାରଙ୍କ ଠାରୁ ଛଡାଇ ନେଇଥିଲା। ନିର୍ବାଚନ ଆୟୋଗଙ୍କଠାରୁ ଶରଦ ପାୱାର ଗୋଷ୍ଠୀ ଏକ ନୂଆ ନାମ ପାଇଛି।

ଏଣିକି ଶରଦ ପାୱାର ଦଳ ‘ଏନସିପି- ଶରଦ ଚନ୍ଦ୍ର ପାୱାର’ ନାଁରେ ପରିଚିତ ହେବ। ଏହାପୂର୍ବରୁ ଶରଦ ପାୱାର ଗୋଷ୍ଠୀ ନିର୍ବାଚନ ଆୟୋଗଙ୍କୁ ସେମାନଙ୍କ ଦଳ ପାଇଁ ତିନୋଟି ନାମ ଏବଂ ନିର୍ବାଚନ ପ୍ରତୀକ ପାଇଁ ବିକଳ୍ପ ପରାମର୍ଶ ଦେଇଥିଲେ। ଶରଦ ପାୱାର ୧୯୯୯ରେ ଏନ୍‌ସିପି ପ୍ରତିଷ୍ଠା କରିଥିଲେ। ଗତ ବର୍ଷ ଜୁଲାଇରେ ଶରଦ ପାୱାରଙ୍କ ପୁତୁରା ଅଜିତ ପାୱାର ଆଠଟି ଦଳର ବିଧାୟକଙ୍କ ସହ ଏକନାଥ ସିନ୍ଦେ ନେତୃତ୍ୱାଧୀନ ସରକାରରେ ଯୋଗ ଦେଇଥିଲେ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଆଜି ଦେଶବ୍ୟାପୀ ଶ୍ରମିକ ସଙ୍ଗଠନର ‘ଭାରତ ବନ୍ଦ’ ଡାକରା 🔴 ନୀଳକନ୍ଦରକୁ ବିଜେ କଲେ ନୀଳମଣି, ଆଜିଠୁ ଭକ୍ତଙ୍କୁ ମିଳିବ ନୀଳାଚଳ ଅବଢ଼ା 🔴 ଜନ୍ମବେଦୀରେ ସରିଲା ଲୀଳାଖେଳା, ନୀଳକନ୍ଦରକୁ ଫେରିବେ ନୀଳମଣି 🔴 ରାଜ୍ୟରେ ଡ୍ରାଇଭରଙ୍କ ଷ୍ଟିଅରିଂ ଛାଡ଼ ଆନ୍ଦୋଳନ 🔴 ମନମୋହନ ରିପିଟ୍ 🔴 ଗଞ୍ଜାମରେ ଡାଇରିଆ ଆତଙ୍କ 🔴 ଆଜି ଅଧରପଣା ନୀତି 🔴 ଭାଙ୍ଗିଲା ରଥ ଚକ, ଭକ୍ତଙ୍କ କାନ୍ଧରେ ଗଲେ ଜଗନ୍ନାଥ 🔴 ଖୋଲିଲା ହୀରାକୁଦ ଗେଟ୍ 🔴 ୧୨ ଘଣ୍ଟାରେ ଲଘୁଚାପ! 🔴 ଆଜି ଦେଶବ୍ୟାପୀ ଶ୍ରମିକ ସଙ୍ଗଠନର ‘ଭାରତ ବନ୍ଦ’ ଡାକରା 🔴 ନୀଳକନ୍ଦରକୁ ବିଜେ କଲେ ନୀଳମଣି, ଆଜିଠୁ ଭକ୍ତଙ୍କୁ ମିଳିବ ନୀଳାଚଳ ଅବଢ଼ା 🔴 ଜନ୍ମବେଦୀରେ ସରିଲା ଲୀଳାଖେଳା, ନୀଳକନ୍ଦରକୁ ଫେରିବେ ନୀଳମଣି 🔴 ରାଜ୍ୟରେ ଡ୍ରାଇଭରଙ୍କ ଷ୍ଟିଅରିଂ ଛାଡ଼ ଆନ୍ଦୋଳନ 🔴 ମନମୋହନ ରିପିଟ୍ 🔴 ଗଞ୍ଜାମରେ ଡାଇରିଆ ଆତଙ୍କ 🔴 ଆଜି ଅଧରପଣା ନୀତି 🔴 ଭାଙ୍ଗିଲା ରଥ ଚକ, ଭକ୍ତଙ୍କ କାନ୍ଧରେ ଗଲେ ଜଗନ୍ନାଥ 🔴 ଖୋଲିଲା ହୀରାକୁଦ ଗେଟ୍ 🔴 ୧୨ ଘଣ୍ଟାରେ ଲଘୁଚାପ!