Masthead

ବନ୍ଧୁକ ଦେଖାଇ ଲୁଟି ନେଲେ ୧୦ ଲକ୍ଷ

ସୁନ୍ଦରଗଡ଼ (ବଡ଼ ଖବର ବ୍ୟୁରୋ): ସୁନ୍ଦରଗଡ଼ ରାଇକେଲାରେ ବଡ ଧରଣର ଲୁଟ୍ ହୋଇଛି । କୋଇଡ଼ା ପରିବହନ ସଂସ୍ଥା ଅଫିସରୁ ବନ୍ଧୁକ ମୁନରେ ଲୁଟ । ଗୀତାରାଣୀ ମହାନ୍ତି ମାଇନ୍ସ ଭିତର ପରିବହନ ଅଫିସରୁ ଲୁଟ । ଲୁଟର ଦୃଶ୍ୟ ସିସି ଟିଭିରେ କଏଦ ହୋଇଛି ।  କୋଇଡ଼ା ପୋଲିସ ଛାନଭିନ ଜାରି ରଖିଛି । ଲୁଟେରାମାନେ ମାରଣାସ୍ତ୍ର ଦେଖାଇ ଏକ ପରିବହନ ସଂସ୍ଥାରୁ ୧୦ ଲକ୍ଷରୁ ଅଧିକ ଟଙ୍କା ଲୁଟି ନେଇଥିବା ଅଭିଯୋଗ ହୋଇଛି ।

ଗତକାଲି ବିଳମ୍ବିତ ରାତି ପ୍ରାୟ ୧୨ଟା ୪୬ରେ ଲୁଟେରାମାନେ ରାଇକେଲାର ଗୀତାରାଣୀ ମହାନ୍ତି ମାଇନ୍ସରେ ଅଫିସରେ ପଶିଥିଲେ । ଏହାପରେ ସେଠାରେ ଥିବା କର୍ମଚାରୀମାନଙ୍କୁ ବନ୍ଧୁକ ଦେଖାଇ ଭୟଭୀତ କରାଇ ୧୦ଲକ୍ଷ ଟଙ୍କା ଲୁଟି ନେଇଥିଲେ । ସିସିଟିଭିରେ ଲୁଟର ଭିଜୁଆଲ କଏଦ ହୋଇଛି । ଲୁଟେରାମାନେ ଟାଙ୍ଗିଆରେ ହାଣି ଅଫିସର ଆସବାବପତ୍ର ନଷ୍ଟ କରିଥିଲେ । ଲୁଟରେ ୫ଜଣ ଦୁର୍ବୃତ୍ତ ସାମିଲ ଥିବା ସୂଚନା ମିଳିଛି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଆଇଇଡି ବିସ୍ଫୋରଣରେ ଉଡ଼ିଲା ରେଳ ଟ୍ରାକ୍ 🔴 କଙ୍ଗାରୁ କୋର୍ଟ ପାଇଁ ଜୀବନ ହାରିଲା ପରିବାର 🔴 ଆଜି ଭାରତ-ଇୟୁ ମଧ୍ୟରେ ବଡ଼ ଡ଼ିଲ୍ 🔴 ସାଧାରଣତନ୍ତ୍ର ଦିବସରେ ମୁଖ୍ୟମନ୍ତ୍ରୀଙ୍କ ସମ୍ବୋଧନ 🔴 ଦେଶ ପାଳୁଛି ୭୭ତମ ସାଧାରଣତନ୍ତ୍ର ଦିବସ 🔴 ଜୀବନ ଯୁଦ୍ଧରେ ହାରିଗଲେ ଅଭିଜିତ ମଜୁମଦାର 🔴 ଆହୁରି ବଢିବ ରାତି ତାପମାତ୍ରା 🔴 ଶ୍ରୀମନ୍ଦିରରେ ନାବାଳକକୁ ମାଡ଼! 🔴 ପବିତ୍ର ଶ୍ରୀପଞ୍ଚମୀରେ ବିଦ୍ୟାଦାତ୍ରୀ ମା’ ସରସ୍ବତୀଙ୍କୁ ଆବାହନ 🔴 ୭୨ ପ୍ରଧାନଶିକ୍ଷକଙ୍କ ଦରମା ବନ୍ଦ 🔴 ଆଇଇଡି ବିସ୍ଫୋରଣରେ ଉଡ଼ିଲା ରେଳ ଟ୍ରାକ୍ 🔴 କଙ୍ଗାରୁ କୋର୍ଟ ପାଇଁ ଜୀବନ ହାରିଲା ପରିବାର 🔴 ଆଜି ଭାରତ-ଇୟୁ ମଧ୍ୟରେ ବଡ଼ ଡ଼ିଲ୍ 🔴 ସାଧାରଣତନ୍ତ୍ର ଦିବସରେ ମୁଖ୍ୟମନ୍ତ୍ରୀଙ୍କ ସମ୍ବୋଧନ 🔴 ଦେଶ ପାଳୁଛି ୭୭ତମ ସାଧାରଣତନ୍ତ୍ର ଦିବସ 🔴 ଜୀବନ ଯୁଦ୍ଧରେ ହାରିଗଲେ ଅଭିଜିତ ମଜୁମଦାର 🔴 ଆହୁରି ବଢିବ ରାତି ତାପମାତ୍ରା 🔴 ଶ୍ରୀମନ୍ଦିରରେ ନାବାଳକକୁ ମାଡ଼! 🔴 ପବିତ୍ର ଶ୍ରୀପଞ୍ଚମୀରେ ବିଦ୍ୟାଦାତ୍ରୀ ମା’ ସରସ୍ବତୀଙ୍କୁ ଆବାହନ 🔴 ୭୨ ପ୍ରଧାନଶିକ୍ଷକଙ୍କ ଦରମା ବନ୍ଦ