Masthead

ମାଆ ସାଜିଲା ରାକ୍ଷସୀ, ୬ ମାସ ଶିଶୁପୁତ୍ରର କାଟିଦେଲା ତଣ୍ଟି

 

ବଲାଙ୍ଗିର (ବଡ଼ ଖବର ବ୍ୟୁରୋ): ମାଆ ସାଜିଲା ରାକ୍ଷସୀ । ନିଜ ଜନ୍ମ କଲା ଛୁଆର ତଣ୍ଟି କାଟିଲା ମା । ଯେଉଁ ହାତରେ ତାକୁ ମମତାବୋଳା ସ୍ପର୍ଶ ଦେଇଥାଏ, ସେହି ହାତରେ କାଟିଦେଲା ପୁଅର ତଣ୍ଟି। ଏପରି ଅଭାବନୀୟ ଘଟଣା ଘଟିଛି ବଲାଙ୍ଗିର ଜିଲ୍ଲା ଖଲିଆପାଲି ଗାଁରେ । ୬ମାସର ପୁଅର ତଣ୍ଟିକାଟି ମାଆ କୁଆଡ଼େ ଫେରାର । ସକାଳ ସମୟରେ ଜେଜେ ମା’ ଶିଶୁଟିକୁ ତେଲ ମାଲିସ କରିବାକୁ ଆସିଥିଲେ।

ଏହି ସମୟରେ ଶିଶୁଟି ରକ୍ତଜୁଡ଼ୁଜୁଡ଼ୁ ଅବସ୍ଥାରେ ପଡ଼ିଥିବା ଦେଖିଥିଲେ। ଏନେଇ ପରିବାର ଲୋକଙ୍କୁ ଖବର ଦେଇଥିଲେ। ପରିବାର ଲୋକେ ଶିଶୁଟିକୁ ଗୁରୁତର ଅବସ୍ଥାରେ ଉଦ୍ଧାର କରି ଭୀମଭୋଇ ମେଡିକାଲରେ ଭର୍ତ୍ତି କରିଥିଲେ। ସେଠାରେ ଡାକ୍ତର ଶିଶୁଟିକୁ ମୃତ ଘୋଷଣା କରିଥିଲେ।ତେବେ କାହିଁକି ଶିଶୁର ତଣ୍ଟି କାଟିଲା କାରଣ ଅସ୍ପଷ୍ଟ, ପୋଲିସର ଛାନଭିନ୍‌ ଜାରି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 କାଉଣ୍ଟର ଆଗରେ ଲମ୍ବା ଲାଇନ 🔴 ଥଣ୍ଡାରେ ଥରୁଛି ସାରା ଓଡ଼ିଶା 🔴 ରାଜ୍ୟରେ ଗଡ଼ୁଛି ୨ ଲକ୍ଷ ୧୯ ହଜାର ୬୭୭ ଇଭି ଗାଡ଼ି 🔴 ଛତିଶଗଡ଼ ବିଜାପୁରରେ ବଡ଼ ଏନକାଉଣ୍ଟର 🔴 ଶୀତ ଅଧିବେଶନର ଆଜି ସପ୍ତମ ଦିନ 🔴 ଆଜି ଭାରତ ଆସୁଛନ୍ତି ପୁଟିନ୍‌ 🔴 ଆଗକୁ ବଢ଼ିବ ଶୀତ 🔴 ଡିସେମ୍ବର ୩୧ ଯାଏଁ E-KYC 🔴 ୫ ଘଣ୍ଟା ଜଗା ଦର୍ଶନ ବନ୍ଦ 🔴 ଆଜି ଘୋଷଣା ହୋଇପାରେ +୨ ପରୀକ୍ଷା ତାରିଖ 🔴 କାଉଣ୍ଟର ଆଗରେ ଲମ୍ବା ଲାଇନ 🔴 ଥଣ୍ଡାରେ ଥରୁଛି ସାରା ଓଡ଼ିଶା 🔴 ରାଜ୍ୟରେ ଗଡ଼ୁଛି ୨ ଲକ୍ଷ ୧୯ ହଜାର ୬୭୭ ଇଭି ଗାଡ଼ି 🔴 ଛତିଶଗଡ଼ ବିଜାପୁରରେ ବଡ଼ ଏନକାଉଣ୍ଟର 🔴 ଶୀତ ଅଧିବେଶନର ଆଜି ସପ୍ତମ ଦିନ 🔴 ଆଜି ଭାରତ ଆସୁଛନ୍ତି ପୁଟିନ୍‌ 🔴 ଆଗକୁ ବଢ଼ିବ ଶୀତ 🔴 ଡିସେମ୍ବର ୩୧ ଯାଏଁ E-KYC 🔴 ୫ ଘଣ୍ଟା ଜଗା ଦର୍ଶନ ବନ୍ଦ 🔴 ଆଜି ଘୋଷଣା ହୋଇପାରେ +୨ ପରୀକ୍ଷା ତାରିଖ