Masthead

୮୭ ବର୍ଷ ବୟସରେ ପୂର୍ବତନ ବିଧାୟିକା ଭି.ସୁଜ୍ଞାନ କୁମାରୀ ଦେଓଙ୍କ ପରଲୋକ

ଭୁବନେଶ୍ୱର (ବଡ଼ ଖବର ବ୍ୟୁରୋ): ପରଲୋକରେ ଖଲ୍ଲିକୋଟ ରାଣୀ ଭି. ସୁଜ୍ଞାନ କୁମାରୀ ଦେଓ । ୮୭ ବର୍ଷ ବୟସରେ ହୋଇଛି ତାଙ୍କାର ପରଲୋକ । ଚେନ୍ନାଇର ଏକ ଘରୋଇ ହସ୍ପିଟାଲରେ ଚିକିତ୍ସାଧୀନ ଅବସ୍ଥାରେ ଗତ ରାତିରେ ତାଙ୍କର ଦେହାନ୍ତ ହୋଇଛି । ଗତ କିଛି ଦିନ ହେବ ସ୍ୱାସ୍ଥ୍ୟବସ୍ଥା ବିଗିଡିବା କାରଣରୁ ହସ୍ପିଟାଲରେ ତାଙ୍କୁ ଭର୍ତ୍ତି କରାଯାଇଥିଲା । ଗତକାଲି ମୁଖ୍ୟମନ୍ତ୍ରୀ ଚେନ୍ନାଇ ଗସ୍ତରେ ଯାଇ ଭି. ସୁଜ୍ଞାନୀ କୁମାରୀ ଦେଓଙ୍କୁ ହସ୍ପିଟାଲରେ ସ୍ୱାସ୍ଥ୍ୟବସ୍ଥା ପଚାରି ବୁଝିବା ସହିତ ସୁସ୍ଥତା କାମନା କରିଥିଲେ । ପରେ ବିଳମ୍ବିତ ରାତିରେ ତାଙ୍କର ମୃତ୍ୟୁ ହୋଇଥିବା ଜଣାପଡ଼ିଛି ।

ସୁଜ୍ଞାନ କୁମାରୀ ଦେଓ ବିଜୁ ଜନତା ଦଳର ଜଣେ ବରିଷ୍ଠ ନେତ୍ରୀ । ୧୦ ଥର ବିଧାୟିକା ଭାବେ ସେ ଖଲିକୋଟ ଓ କବିସୂର୍ୟ୍ୟନଗର ବିଧାନସଭା ନିର୍ବାଚନ ମଣ୍ଡଳୀରୁ ପ୍ରତିନିଧିତ୍ୱ କରିଛନ୍ତି । ପ୍ରଥମ ଥର ପାଇଁ ସେ ୧୯୬୧-୬୭ ପର୍ୟ୍ୟନ୍ତ ଖଲ୍ଲିକୋଟ ନିର୍ବାଚନ ମଣ୍ଡଳୀରୁ କଂଗ୍ରେସ ଟିକଟରେ ବିଧାୟିକା ବନିଥିଲେ। ଦ୍ୱିତୀୟ ଥର ପାଇଁ ଉତ୍କଳ କଂଗ୍ରେସ ତରଫରୁ ୧୯୭୪-୧୯୭୭ ପର୍ଯ୍ୟନ୍ତ ବନିଥିଲେ ବିଧାୟିକା। ତୃତୀୟ ଥର ପାଇଁ ଜନତା ଟିକଟରେ ବିଜୟ ଲାଭ କରି ୧୯୭୭-୧୯୮୦ ପର୍ଯ୍ୟନ୍ତ ଖଲ୍ଲିକୋଟର ବିଧାୟିକା ହୋଇଥିଲେ ସୁଜ୍ଞାନ। ଏହାପରେ ଜନତା ପାର୍ଟିରୁ ୧୯୮୫-୧୯୯୦ ଯାଏଁ ଚତୁର୍ଥ ଥର ପାଇଁ ବନିଥିଲେ ବିଧାୟିକା।

ସେ ୧୯୯୦-୯୫ ପର୍ଯ୍ୟନ୍ତ ଜନତା ଦଳ ତରଫରୁ ଖଲ୍ଲିକୋଟରୁ ପଞ୍ଚମ ଥର ଲାଗି ନିର୍ବାଚିତ ହୋଇଥିଲେ ସୁଜ୍ଞାନ । ସେ ୧୯୯୫-୨୦୦୦ ପର୍ୟ୍ୟନ୍ତ ପୁଣି ଥରେ ଜନତା ଦଳ ତରଫରୁ ନିର୍ବାଚନ ଲଢି ବିଧାୟିକା ହୋଇଥିଲେ। କବିସୂର୍ୟ୍ୟନଗର ନିର୍ବାଚନ ମଣ୍ଡଳୀରୁ ବିଜୁ ଜନତା ଦଳ ତରଫରୁ ୨୦୦୯ରୁ ୨୦୧୪ ଏବଂ ୨୦୧୪ରୁ ୨୦୧୯ ଯାଏଁ ବିଧାୟିକା ଭାବେ ନିର୍ବାଚିତ ହୋଇଛନ୍ତି ସୁଜ୍ଞାନ। ଏହାସହ ସେ ବିଧାନସଭାର ବିଭିନ୍ନ କମିଟିରେ ସଦସ୍ୟ ରହିଆସିଥିଲେ। କିନ୍ତୁ ସେ କେବେ ମନ୍ତ୍ରୀ ହେବା ପାଇଁ ଆଗ୍ରହ ପ୍ରକାଶ କରିନଥିଲେ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ବିଜେଡି ଛାଡ଼ିଲେ ବାଲେଶ୍ୱର ସଦର ବ୍ଲକ ଅଧ୍ୟକ୍ଷା 🔴 ଓଏଏସ ଅଧିକାରୀଙ୍କ ଘରେ ଭିଜିଲାନ୍ସର ଚଢ଼ାଉ 🔴 ଇରାନ ବୈଦେଶିକ ମନ୍ତ୍ରୀଙ୍କ ସହ କଥା ହେଲେ ଜୟଶଙ୍କର 🔴 ବିମାନ ଭଡ଼ାରେ ପ୍ରାୟ ୧୫ ପ୍ରତିଶତ ବୃଦ୍ଧି 🔴 ଦୁଇ ଭାଇଙ୍କୁ ଧାରୁଆ ଅସ୍ତ୍ରରେ ମରଣାନ୍ତକ ଆକ୍ରମଣ 🔴 ଦ୍ଵିତୀୟ ଦିନରେ ସରଗରମ ହୋଇପାରେ ଗୃହ 🔴 ହର୍ମୁଜ ପ୍ରଣାଳୀ ଅବରୋଧ କଲେ ୨୦ ଗୁଣ ଅଧିକ କାର୍ଯ୍ୟାନୁଷ୍ଠାନ 🔴 ଟ୍ରମ୍ପଙ୍କ ବଡ ଘୋଷଣା, ଦୁର୍ବଳ ହୋଇ ପଡିଛି … 🔴 ମୋଜତାବ ଖାମେନେଇ ଇରାନର ନୂଆ ସୁପ୍ରିମ ଲିଡର୍ 🔴 ଆଇସକ୍ରିମ ଫ୍ୟାକ୍ଟ୍ରିରେ ବ୍ଲାଷ୍ଟ, ଜଣେ ମୃତ 🔴 ବିଜେଡି ଛାଡ଼ିଲେ ବାଲେଶ୍ୱର ସଦର ବ୍ଲକ ଅଧ୍ୟକ୍ଷା 🔴 ଓଏଏସ ଅଧିକାରୀଙ୍କ ଘରେ ଭିଜିଲାନ୍ସର ଚଢ଼ାଉ 🔴 ଇରାନ ବୈଦେଶିକ ମନ୍ତ୍ରୀଙ୍କ ସହ କଥା ହେଲେ ଜୟଶଙ୍କର 🔴 ବିମାନ ଭଡ଼ାରେ ପ୍ରାୟ ୧୫ ପ୍ରତିଶତ ବୃଦ୍ଧି 🔴 ଦୁଇ ଭାଇଙ୍କୁ ଧାରୁଆ ଅସ୍ତ୍ରରେ ମରଣାନ୍ତକ ଆକ୍ରମଣ 🔴 ଦ୍ଵିତୀୟ ଦିନରେ ସରଗରମ ହୋଇପାରେ ଗୃହ 🔴 ହର୍ମୁଜ ପ୍ରଣାଳୀ ଅବରୋଧ କଲେ ୨୦ ଗୁଣ ଅଧିକ କାର୍ଯ୍ୟାନୁଷ୍ଠାନ 🔴 ଟ୍ରମ୍ପଙ୍କ ବଡ ଘୋଷଣା, ଦୁର୍ବଳ ହୋଇ ପଡିଛି … 🔴 ମୋଜତାବ ଖାମେନେଇ ଇରାନର ନୂଆ ସୁପ୍ରିମ ଲିଡର୍ 🔴 ଆଇସକ୍ରିମ ଫ୍ୟାକ୍ଟ୍ରିରେ ବ୍ଲାଷ୍ଟ, ଜଣେ ମୃତ