Masthead

ବିବାହ ଉତ୍ସବରେ ଯୋଗ ଦେବାକୁ ଯାଇ ନିଖୋଜ ଥିଲେ ଯୁବକ, କୂଅରୁ ମିଳିଲା ମୃତଦେହ

ବଲାଙ୍ଗିର(ବଡ଼ ଖବର ବ୍ୟୁରୋ):  ବାହାଘର ଭୋଜି ଖାଇବାକୁ ଯାଇ ଯୁବକ ନିଖୋଜ । ମିଳିଲା ଯୁବକର ମୃତଦେହ ଉଦ୍ଧାର । ବଲାଙ୍ଗିର ଜିଲ୍ଲା ଲରମ୍ଭା ଥାନା ଫଟାମୁଣ୍ଡା ଗାଁର ଏକ କୂଅରୁ ମୃତଦେହ ଉଦ୍ଧାର । ମୃତ ଯୁବକ ଜଣକ ଲୋଚନ ବରିହାଙ୍କ ପୁଅ ଉଜ୍ୱଳ ବରିହା । ତାଙ୍କୁ କେହି ହତ୍ୟା କରି ଫିଙ୍ଗି ଦେଇଥିବା ପରିବାର ଲୋକ ଅଭିଯୋଗ କରିଛନ୍ତି । ଏପରିକି ତାଙ୍କ ସାଙ୍ଗରେ ଭୋଜି ଖାଇଯାଇଥିବା ଲୋକେ ତାଙ୍କୁ ମାରି ଦେଇଥିବା ଅଭିଯୋଗ କରିଛନ୍ତି ମୃତ ଉଜ୍ୱଳଙ୍କ ବାପା । ଉଜ୍ୱଳ ବରିହା ଗତ ୬ ତାରିଖରେ ଗାଁ ନିକଟରେ ହେଉଥିବା ଏକ ବିବାହ ଉତ୍ସବକୁ ଯାଇଥିଲେ। ସେଠାରୁ ସେ ଆଉ ଘରକୁ ଫେରି ନ ଥିଲେ। ପରିବାର ଲୋକେ ଚାରି ଆଡ଼େ ଖୋଜିବା ପରେ ବି ତାଙ୍କର କୌଣସି ସନ୍ଧାନ ପାଇ ନ ଥିଲେ।

ଏନେଇ ପରିବାର ପକ୍ଷରୁ ଥାନାରେ ପୋଲିସକୁ ଲିଖିତ ଅଭିଯୋଗ ହୋଇଥିଲା । ଆଜି ସକାଳୁ ଗାଁର ଏକ କୂଅରେ ଉଜ୍ୱଳର ମୃତଦେହ ଭାସୁଥିବା ଦେଖି ଗାଁଲୋକେ ଥାନାକୁ ଖବର ଦେଇଥିଲେ। ଖବର ପାଇ ଲରମ୍ଭା ପୋଲିସ ଓ ଦମକଳ ବାହିନୀ ଘଟଣାସ୍ଥଳରେ ପହଞ୍ଚି ମୃତଦେହକୁ ଉଦ୍ଧାର କରିଥିଲେ । ଅନ୍ୟପଟେ ଉଜ୍ୱଳକୁ ତା ସାଙ୍ଗମାନେ ହତ୍ୟା କରିଥିବା ଅଭିଯୋଗ କରିଛନ୍ତି ପରିବାର ଲୋକେ । ଘଟଣା ନେଇ କିଛି ଜାଣିନଥିବା କହିଛନ୍ତି ମୃତ ଉଜ୍ୱଳଙ୍କ ସାଙ୍ଗ । ସେପଟେ ପୋଲିସ ମୃତଦେହକୁ ଜବତ କରି ବ୍ୟବଚ୍ଛେଦ ପାଇଁ ପଠାଇବା ସହ ଥାନାରେ ଏକ ମାମଲା ରୁଜୁ କରି ଘଟଣାର ତଦନ୍ତ ଆରମ୍ଭ କରିଛି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଦୁଇ ଭାଇଙ୍କୁ ଧାରୁଆ ଅସ୍ତ୍ରରେ ମରଣାନ୍ତକ ଆକ୍ରମଣ 🔴 ଦ୍ଵିତୀୟ ଦିନରେ ସରଗରମ ହୋଇପାରେ ଗୃହ 🔴 ହର୍ମୁଜ ପ୍ରଣାଳୀ ଅବରୋଧ କଲେ ୨୦ ଗୁଣ ଅଧିକ କାର୍ଯ୍ୟାନୁଷ୍ଠାନ 🔴 ଟ୍ରମ୍ପଙ୍କ ବଡ ଘୋଷଣା, ଦୁର୍ବଳ ହୋଇ ପଡିଛି … 🔴 ମୋଜତାବ ଖାମେନେଇ ଇରାନର ନୂଆ ସୁପ୍ରିମ ଲିଡର୍ 🔴 ଆଇସକ୍ରିମ ଫ୍ୟାକ୍ଟ୍ରିରେ ବ୍ଲାଷ୍ଟ, ଜଣେ ମୃତ 🔴 ସାଉଦିରେ ଇରାନର ମିସାଇଲ ଆକ୍ରମଣ, ଜଣେ ଭାରତୀୟଙ୍କ ସମେତ ୨ ମୃତ 🔴 ପୁଣି ସରଗରମ ହେବ ବିଧାନସଭା 🔴 ଦୁବାଇରେ ପୁଣି ଆଟାକ୍ କଲା ଇରାନ 🔴 ତହସିଲଦାର ଓ ଆରଆଇଙ୍କ ବିରୋଧରେ ଚିଠି 🔴 ଦୁଇ ଭାଇଙ୍କୁ ଧାରୁଆ ଅସ୍ତ୍ରରେ ମରଣାନ୍ତକ ଆକ୍ରମଣ 🔴 ଦ୍ଵିତୀୟ ଦିନରେ ସରଗରମ ହୋଇପାରେ ଗୃହ 🔴 ହର୍ମୁଜ ପ୍ରଣାଳୀ ଅବରୋଧ କଲେ ୨୦ ଗୁଣ ଅଧିକ କାର୍ଯ୍ୟାନୁଷ୍ଠାନ 🔴 ଟ୍ରମ୍ପଙ୍କ ବଡ ଘୋଷଣା, ଦୁର୍ବଳ ହୋଇ ପଡିଛି … 🔴 ମୋଜତାବ ଖାମେନେଇ ଇରାନର ନୂଆ ସୁପ୍ରିମ ଲିଡର୍ 🔴 ଆଇସକ୍ରିମ ଫ୍ୟାକ୍ଟ୍ରିରେ ବ୍ଲାଷ୍ଟ, ଜଣେ ମୃତ 🔴 ସାଉଦିରେ ଇରାନର ମିସାଇଲ ଆକ୍ରମଣ, ଜଣେ ଭାରତୀୟଙ୍କ ସମେତ ୨ ମୃତ 🔴 ପୁଣି ସରଗରମ ହେବ ବିଧାନସଭା 🔴 ଦୁବାଇରେ ପୁଣି ଆଟାକ୍ କଲା ଇରାନ 🔴 ତହସିଲଦାର ଓ ଆରଆଇଙ୍କ ବିରୋଧରେ ଚିଠି