Masthead

ଶେଷଯାତ୍ରାରେ ରାଣୀ ଭି. ସୁଜ୍ଞାନ କୁମାରୀ ଦେଓ

ଭୁବନେଶ୍ୱର (ବଡ଼ ଖବର ବ୍ୟୁରୋ): ଆଜି ହେବ ଖଲ୍ଲିକୋଟ ରାଣୀ ଭି.ସୁଜ୍ଞାନ କୁମାରୀଙ୍କ ଶେଷକୃତ୍ୟ । ଗଂଜାମ ଖଲ୍ଲିକୋଟରେ ଥିବା ରାଜପରିବାରର ଶ୍ମଶାନ ଘାଟରେ ତାଙ୍କର ଶେଷକୃତ୍ୟ କରାଯିବ। ଗତ ମଧ୍ୟ ରାତ୍ରିରେ ତାଙ୍କ ପାର୍ଥିବ ଶରୀରକୁ ସ୍ବତନ୍ତ୍ର ବିମାନରେ ଚେନ୍ନାଇରୁ ଭୁବନେଶ୍ୱର ଅଣାଯାଇଥିଲା । ବିମାନବନ୍ଦରରୁ ପାର୍ଥିବ ଶରୀରକୁ ପ୍ରଥମେ ବିଜେଡି କାର୍ଯ୍ୟାଳୟ ଅଣାଯାଇଥିଲା। ସେଠାରେ ଦଳୀୟ ନେତା ଶେଷ ଦର୍ଶନ କରିବା ସହ ଶ୍ରଦ୍ଧାଂଜଳି ଜଣାଇଥିଲେ। ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ମଧ୍ୟ ଶଙ୍ଖ ଭବନରେ ସୁଜ୍ଞାନ କୁମାରୀ ଦେଓଙ୍କୁ ଶ୍ରଦ୍ଧାଞ୍ଜଳି ଜଣାଇଥିଲେ। ଏହାପରେ ସୁଜ୍ଞାନଙ୍କ ପାର୍ଥିବ ଶରୀରକୁ ବିଧାନସଭା ପରିସରକୁ ନିଆଯାଇଥିଲା।

ସେଠାରେ ବାଚସ୍ପତି ଓ ବିଧାୟକମାନେ ଶ୍ରଦ୍ଧାଂଜଳି ଦେଇଥିଲେ। ପରେ ତାଙ୍କ ମର ଶରୀରକୁ ଖଲ୍ଲିକୋଟ ନିଆଯାଇଥିଲା। ପ୍ରଥମେ ରମ୍ଭା ରାଜପ୍ରାସାଦକୁ ନେଇ ପରେ ଖଲ୍ଲିକୋଟ ବାସଭବନକୁ ନିଆଯାଇଥିଲା। ସେଠାରେ ବହୁ ବିଧାୟକ, ମନ୍ତ୍ରୀ, ସମର୍ଥକ ଓ ଅଞ୍ଚଳବାସୀ ଶ୍ରଦ୍ଧାଞ୍ଜଳି ଜଣାଇବା ସହ ଅମର ଆତ୍ମାର ସଦଗତି କାମନା କରିଥିଲେ। ଆଜି ସକାଳୁ ରାଣୀ ଭି.ସୁଜ୍ଞାନ କୁମାରୀଙ୍କୁ ଶେଷ ଦର୍ଶନ କରୁଛନ୍ତି ବିଭିନ୍ନ ବୟସ ଓ ବର୍ଗର ଲୋକେ। ମଧ୍ୟାହ୍ନ ୧୨ଟା ପର୍ୟ୍ୟନ୍ତ ନିର୍ବାଚନମଣ୍ଡଳୀର ଜନସାଧାରଣଙ୍କ ପାଇଁ ଶେଷ ଦର୍ଶନର ସୁଯୋଗ ରହିବ। ପରେ ଏକ ଶୋଭାଯାତ୍ରାରେ ନିଆଯାଇ ରାଜ ଶ୍ମଶାନରେ ଅନ୍ତ୍ୟେଷ୍ଟି କ୍ରିୟା କରାଯିବ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ତୀର୍ଥଯାତ୍ରୀ ବସ ଦୁର୍ଘଟଣା ଗ୍ରସ୍ତ 🔴 ବର୍ଷାକୁ ଅରେଞ୍ଜ ୱାର୍ଣ୍ଣିଂ 🔴 ବନସ୍ତେ ଡାକିଲା ଗଜ, ବରଷକେ ଥରେ ଆସିଛି ରଜ…. 🔴 ଭାରତୀୟ ନୂତନ ସ୍ଥଳସେନା ମୁଖ୍ୟ 🔴 ଆସାମରେ ବାୟୁସେନା ବିମାନ ଦୁର୍ଘଟଣା । 🔴 ଓଏଏସ ପ୍ରେମିକକୁ ମହଙ୍ଗା ପଡ଼ିଲା ପ୍ରେମ!ଚନ୍ଦ୍ରିକାଙ୍କ ମୃତ୍ୟୁ ବନ୍ଧାହେଲେ ଭୀମସେନ 🔴 ଆଜି ସଜବାଜ କାଲି ପହିଲି ରଜ 🔴 ଗୋମାଫିଆଙ୍କ ଘରେ ପୋଲିସର ଚଢ଼ାଉ 🔴 ଆଜିଠାରୁ ମହିଳା ବିଶ୍ୱକପ୍ ମହାକୁମ୍ଭ 🔴 ବଢିଲା ନିଟ୍ (ୟୁଜି)ପରୀକ୍ଷା ସମୟ ଅବଧି 🔴 ତୀର୍ଥଯାତ୍ରୀ ବସ ଦୁର୍ଘଟଣା ଗ୍ରସ୍ତ 🔴 ବର୍ଷାକୁ ଅରେଞ୍ଜ ୱାର୍ଣ୍ଣିଂ 🔴 ବନସ୍ତେ ଡାକିଲା ଗଜ, ବରଷକେ ଥରେ ଆସିଛି ରଜ…. 🔴 ଭାରତୀୟ ନୂତନ ସ୍ଥଳସେନା ମୁଖ୍ୟ 🔴 ଆସାମରେ ବାୟୁସେନା ବିମାନ ଦୁର୍ଘଟଣା । 🔴 ଓଏଏସ ପ୍ରେମିକକୁ ମହଙ୍ଗା ପଡ଼ିଲା ପ୍ରେମ!ଚନ୍ଦ୍ରିକାଙ୍କ ମୃତ୍ୟୁ ବନ୍ଧାହେଲେ ଭୀମସେନ 🔴 ଆଜି ସଜବାଜ କାଲି ପହିଲି ରଜ 🔴 ଗୋମାଫିଆଙ୍କ ଘରେ ପୋଲିସର ଚଢ଼ାଉ 🔴 ଆଜିଠାରୁ ମହିଳା ବିଶ୍ୱକପ୍ ମହାକୁମ୍ଭ 🔴 ବଢିଲା ନିଟ୍ (ୟୁଜି)ପରୀକ୍ଷା ସମୟ ଅବଧି