Masthead

ସାମ୍ବାଦିକ ସୁରକ୍ଷା ଆଇନ ଦାବି

ଭୁବନେଶ୍ବର(ବଡ଼ ଖବର ବ୍ୟୁରୋ): ବଡ଼ ଖବର ସାମ୍ବାଦିକଙ୍କୁ ଦୁବୃର୍ତ୍ତଙ୍କ ଆକ୍ରମଣ । ବଢୁଛି ଚାରିଆଡ଼ୁ ନିନ୍ଦା । ସାମ୍ବାଦିକ ଜ୍ୟୋତିରଞ୍ଜନ ମହାପାତ୍ରଙ୍କୁ ମରଣାନ୍ତକ ଆକ୍ରମଣ କରିଥିବା ଦୋଷୀଙ୍କ ବିରୋଧରେ ଦୃଢ଼ କାର୍ୟ୍ୟାନୁଷ୍ଠାନ ଦାବି ତୀବ୍ର ହେଉଛି । ଏହି ଘଟଣାରେ ପ୍ରେସମିଟ କରି ବିଜେପି ରାଜ୍ୟ ଉପସଭପତି ବିରଞ୍ଚି ତ୍ରିପାଠୀ କହିଛନ୍ତି। ବିଜେପି ସାଂସଦ ପ୍ରତାପ ଷଡ଼ଙ୍ଗୀ, କଂଗ୍ରେସ ବିଧାୟକ ସୁର ରାଉତରାୟ ପ୍ରମୁଖ ଘଟଣାକୁ ଦୃଢ଼ ନିନ୍ଦା କରିବା ସହ ଦୃଷ୍ଟାନ୍ତମୂଳକ କାର୍ୟ୍ୟାନୁଷ୍ଠାନ ଦାବି କରିଛନ୍ତି ।
ସେପଟେବରିଷ୍ଠ କଂଗ୍ରେସ ବିଧାୟକ ସୁରେଶ ରାଉତରାୟ ଘଟଣାକୁ ନିନ୍ଦା କରିବା ସହ ରାଜ୍ୟ ସରକାରଙ୍କୁ ମାଗିଛନ୍ତି ନ୍ୟାୟ । ଯଦି ଖୁବଶୀଘ୍ର ଗିରଫ କରାନଯିବ ରାଜରାସ୍ତାକୁ କଂଗ୍ରେସ ଓହ୍ଲାଇବା ନେଇ ଦେଇଛନ୍ତି ଚେତାବନୀ । ତେଣେ କଂଗ୍ରେସ ମୁଖପାତ୍ର ନିଶିକାନ୍ତ ମିଶ୍ର ଘଟଣାକୁ କଡ଼ା ନିନ୍ଦା କରିଛନ୍ତି । ରାଜଧାନୀରେ ଘଟିଥିବା ଘଟଣାକୁ ଦୁର୍ଭାଗ୍ୟଜନକ କହି ରାଜ୍ୟ ସରକାରଙ୍କ ଉପରେ ବର୍ଷିଛନ୍ତି । ସେହିଭଳି କଂଗ୍ରେସ ନେତ୍ରୀ ରଶ୍ମି ମହାପାତ୍ର ମଧ୍ୟ ଘଟଣାର ତୀବ୍ର ନିନ୍ଦା କରିଛନ୍ତି । ରାଜ୍ୟର ଆଇନଶୃଙ୍ଖଳା ଉପରେ ପ୍ରଶ୍ନ ଉଠାଇଛନ୍ତି ।
ଦୃଢ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରିବା ପାଇଁ ଦାବି କରିଛନ୍ତି । ଆକ୍ରମଣ କରିଥିବା ଦୁର୍ବୃତ୍ତଙ୍କୁ ଗିରଫ ଦାବି କରିଛନ୍ତି କଂଗ୍ରେସ ନେତ୍ରୀ ନିରୁପମା ପାତ୍ର । ନ୍ୟାୟ ପାଇଁ ପରିବାରର ରାଜ୍ୟ ସଭାପତି ସୁବ୍ରତ ଦାସ ଏ ପ୍ରସଙ୍ଗରେ ଜାତୀୟ ମାନବାଧିକାର କମିସନଙ୍କ ଦୃଷ୍ଟି ଆକର୍ଷଣ କରିଛନ୍ତି । ସାମ୍ବାଦିକଙ୍କୁ ଆକ୍ରମଣ ଗଣତନ୍ତ୍ର ପାଇଁ ଶୁଭଙ୍କର ନୁହେଁ । ସାଧାରଣ ଲୋକେ, ବୁଦ୍ଧିଜୀବୀ ସମସ୍ତେ ଏ ପ୍ରସଙ୍ଗରେ ସ୍ୱର ଶାଣିତ କରିଛନ୍ତି ।
ଉତ୍କଳ ସାମ୍ବାଦିକ ସଂଘ ରାଜ୍ୟ ସଭାପତି ବିଭୂତି ଭୂଷଣ କର ଏହି ଘଟଣାରେ ତ୍ୱରିତ କାର୍ୟ୍ୟାନୁଷ୍ଠାନ ଦାବି କରିଛନ୍ତି । ସେହିଭଳି ଅନ୍ୟାନ୍ୟ ସଂଗଠନ, ବ୍ୟକ୍ତି ବିଶେଷ ମଧ୍ୟ ଘଟଣାକୁ ନିନ୍ଦା କରିଛନ୍ତି । ସାମାଜିକ ଗଣମାଧ୍ୟମରେ ବିଶିଷ୍ଟ ସୂଚନା ଅଧିକାର କର୍ମୀ ପ୍ରଦୀପ ପ୍ରଧାନ, ବିଜେପିର ବରିଷ୍ଠ ନେତା ସଜ୍ଜନ ଶର୍ମା, ଏହା ସହ ଅନେକ ବିଶିଷ୍ଟ ବ୍ୟକ୍ତିବିଶେଷ, ଅନେକ ସାମ୍ବାଦିକ ନିଜର ଉଦବେଗ ବ୍ୟକ୍ତ କରିଛନ୍ତି । ଦିନକୁ ଦିନ ସାମ୍ୱାଦିକମାନଙ୍କ ଉପରେ ଆକ୍ରମଣ ଘଟଣା ବଢ଼ିବାରେ ଲାଗୁଛି । ତେଣୁ ରାଜ୍ୟରେ ସାମ୍ବାଦିକ ସୁରକ୍ଷା ଆଇନ ଆସିବା ଉଚିତ୍ ବୋଲି ଦାବି କରିଛନ୍ତି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଆତଙ୍କୀଙ୍କ ଆଡ୍ଡା ପାଲଟିଛି ଗଞ୍ଜାମ,୨୪ ଘଣ୍ଟା ମଧ୍ୟରେ ହୋଇଛି ୩ ହତ୍ୟାକାଣ୍ଡ 🔴 ରେଳଧାରଣାକୁ ଧସିଲା ମାଟି 🔴 ଜେଲ ଯିବେ ଶେଖ ହାସିନା 🔴 ପାଣି ଘେରରେ ଭୋଗରାଇ ବ୍ଳକର ୧୫ଟି ପଞ୍ଚାୟତର ୩୦ ଗାଁ 🔴 ଆଜିଠୁ ବାହୁଡ଼ା ପ୍ରସ୍ତୁତି, ଦକ୍ଷିଣ ମୋଡ଼ ନେବ ୩ ରଥ 🔴 ୩ ଦିନ ପ୍ରବଳ ବର୍ଷିବ 🔴 ଓଏଏସ୍ ଓ ଓଆରଏସଙ୍କ ଛୁଟି 🔴 ବିଏମସି ଅତିରିକ୍ତ କମିଶନରଙ୍କୁ ଆକ୍ରମଣ ଘଟଣା, ସମୂହ ଛୁଟି ନିଷ୍ପତ୍ତି ସ୍ଥଗିତ 🔴 ରାଗରେ ଗରଗର ମାଆ, ଭାଙ୍ଗିବେ ନନ୍ଦିଘୋଷ 🔴 ଆସୁଛି ଆଉ ଏକ ଲଘୁଚାପ 🔴 ଆତଙ୍କୀଙ୍କ ଆଡ୍ଡା ପାଲଟିଛି ଗଞ୍ଜାମ,୨୪ ଘଣ୍ଟା ମଧ୍ୟରେ ହୋଇଛି ୩ ହତ୍ୟାକାଣ୍ଡ 🔴 ରେଳଧାରଣାକୁ ଧସିଲା ମାଟି 🔴 ଜେଲ ଯିବେ ଶେଖ ହାସିନା 🔴 ପାଣି ଘେରରେ ଭୋଗରାଇ ବ୍ଳକର ୧୫ଟି ପଞ୍ଚାୟତର ୩୦ ଗାଁ 🔴 ଆଜିଠୁ ବାହୁଡ଼ା ପ୍ରସ୍ତୁତି, ଦକ୍ଷିଣ ମୋଡ଼ ନେବ ୩ ରଥ 🔴 ୩ ଦିନ ପ୍ରବଳ ବର୍ଷିବ 🔴 ଓଏଏସ୍ ଓ ଓଆରଏସଙ୍କ ଛୁଟି 🔴 ବିଏମସି ଅତିରିକ୍ତ କମିଶନରଙ୍କୁ ଆକ୍ରମଣ ଘଟଣା, ସମୂହ ଛୁଟି ନିଷ୍ପତ୍ତି ସ୍ଥଗିତ 🔴 ରାଗରେ ଗରଗର ମାଆ, ଭାଙ୍ଗିବେ ନନ୍ଦିଘୋଷ 🔴 ଆସୁଛି ଆଉ ଏକ ଲଘୁଚାପ