ଆସିପାରିଲାନି ଆମ୍ବୁଲାନ୍ସ, ଘରେ ପ୍ରସବ କଲେ ମହିଳା

ପାରଳାଖେମୁଣ୍ଡି (ବଡ଼ ଖବର ବ୍ୟୁରୋ): ପୁଣି ଜନନୀ ଯନ୍ତ୍ରଣା । ଗାଁକୁ ରାସ୍ତା ନଥିବାରୁ ପହଞ୍ଚି ପାରିଲାନି ଆମ୍ବୁଲାନ୍ସ । ପ୍ରସବ ଯନ୍ତ୍ରଣାରେ ଛଟପଟ ହେଉଥିଲେ ମହିଳା । ଶେଷରେ ଘରେ ପ୍ରସବ କଲେ । ଏଭଳି ଏକ ଅଭାବନୀୟ ଘଟଣା ଦେଖିବାକୁ ମିଳିଛି ଗଜପତି ଜିଲ୍ଲା ଆର.ଉଦୟଗିରି ଥାନା ଡାବରାଗୁଡା ପଞ୍ଚାୟତ ମଣ୍ଡମା ଗାଁରେ । ସୂଚନା ଅନୁସାରେ ଗାଁର ସାରଜାନୀ ପାଟମାଝିଙ୍କ ପ୍ରସବ ଯନ୍ତ୍ରଣା ହୋଇଥିବା ।

ଫଳରେ ପରିବାର ଲୋକେ ଆର.ଉଦୟଗିରି ୧୦୮ ଆମ୍ବୁଲାନ୍ସ କୁ ଖବର ଦେଇଥିଲେ । ଆମ୍ବୁଲାନ୍ସ କର୍ମଚାରୀ ତୁରନ୍ତ ବାହାରିଥିଲେ ମାଣ୍ଡମା ଗାଁକୁ ଯାଇଥିଲେ ହେଲେ ରାସ୍ତା ନଥିବା ଯୋଗୁଁ ଗାଁ ଠାରୁ ୬ କିଲୋମିଟର ଦୂରରେ ଥିବା ଟୁଙ୍ଗୁରୁ ଗାଁରେ ରହିଯାଇଥିଲା ଆମ୍ବୁଲାନ୍ସ । ବାଧ୍ୟ ହୋଇ ଆମ୍ବୁଲାନ୍ସ ଫାର୍ମାସିଷ୍ଟ ସୁମିତ ବାରିକ, ଡ୍ରାଇଭର ସରୋଜ ପଟ୍ଟନାୟକ ଓ ସହଯୋଗୀ କରୁଣା ଦଳବେହେରା ଚାଲି ଚାଲି ଯାଇଥିଲେ ।

ହେଲେ ଆମ୍ବୁଲାନ୍ସ କର୍ମଚାରୀ ଗାଁରେ ପହଂଚିବା ପୂର୍ବରୁ ମହିଳା ଜଣକ ଏକ ପୁତ୍ର ସନ୍ତାନକୁ ଜନ୍ମ ଦେଇ ସାରିଥିଲେ । ଉଭୟ ମା ଓ ନବଜାତ ଶିଶୁଙ୍କ ସ୍ୱାସ୍ଥ୍ୟ ଗୁରୁତର ଥିବାରୁ ତୁରନ୍ତ ଆମ୍ବୁଲାନ୍ସ କର୍ମଚାରୀ ଉଭୟ ମା ଓ ଶିଶୁକୁ ଷ୍ଟ୍ରେଚର ରେ ୬ କିମି ବୋହି ଆଣିଥିଲେ । ଏହାପରେ ଆମ୍ବୁଲାନ୍ସ ରେ ଆଣି ଆର.ଉଦୟଗିରି ମେଡିକାଲ ରେ ଭର୍ତ୍ତି କରିଛନ୍ତି । ବର୍ତମାନ ମା ଓ ନବଜାତ ଶିଶୁ ସୁସ୍ଥ ଥିବା ଜଣାପଡିଛି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଗଞ୍ଜାମ ଯିବେ ମୁଖ୍ୟମନ୍ତ୍ରୀ 🔴 ଜଳବନ୍ଦୀଙ୍କୁ କରାଯିବ ଏୟାରଲିଫ୍ଟ 🔴 ୧୮ରୁ ବିଧାନସଭା ଅଧିବେଶନ 🔴 ୭ ଜିଲ୍ଲାକୁ ରେଡ୍ ୱାର୍ଣ୍ଣିଂ 🔴 ନୀଳଗିରି ବସ୍‌ଷ୍ଟାଣ୍ଡ ନିକଟ ପେଟ୍ରୋଲ ପମ୍ପରେ ବିସ୍ଫୋରଣ 🔴 ଆସନ୍ତାକାଲି ପର୍ଯ୍ୟନ୍ତ ଓଡ଼ିଶା ପାଇଁ ଗୁରୁତ୍ବପୂର୍ଣ୍ଣ 🔴 ସଂଧ୍ୟା ସୁଦ୍ଧା ମାଲକାନଗିରି ଦେଇ ଯିବ ‘ଅର୍ଣ୍ଣବ’ 🔴 ‘ମାଲକାନଗିରି ବେଶୀ ପ୍ରଭାବିତ’ 🔴 IAS ସ୍ତରରେ ଅଦଳବଦଳ 🔴 ଘରେ ପଶିଲେ, ଲୁଟିଲେ..ଟିଭି ଭାଙ୍ଗି ଚାଲିଗଲେ 🔴 ଗଞ୍ଜାମ ଯିବେ ମୁଖ୍ୟମନ୍ତ୍ରୀ 🔴 ଜଳବନ୍ଦୀଙ୍କୁ କରାଯିବ ଏୟାରଲିଫ୍ଟ 🔴 ୧୮ରୁ ବିଧାନସଭା ଅଧିବେଶନ 🔴 ୭ ଜିଲ୍ଲାକୁ ରେଡ୍ ୱାର୍ଣ୍ଣିଂ 🔴 ନୀଳଗିରି ବସ୍‌ଷ୍ଟାଣ୍ଡ ନିକଟ ପେଟ୍ରୋଲ ପମ୍ପରେ ବିସ୍ଫୋରଣ 🔴 ଆସନ୍ତାକାଲି ପର୍ଯ୍ୟନ୍ତ ଓଡ଼ିଶା ପାଇଁ ଗୁରୁତ୍ବପୂର୍ଣ୍ଣ 🔴 ସଂଧ୍ୟା ସୁଦ୍ଧା ମାଲକାନଗିରି ଦେଇ ଯିବ ‘ଅର୍ଣ୍ଣବ’ 🔴 ‘ମାଲକାନଗିରି ବେଶୀ ପ୍ରଭାବିତ’ 🔴 IAS ସ୍ତରରେ ଅଦଳବଦଳ 🔴 ଘରେ ପଶିଲେ, ଲୁଟିଲେ..ଟିଭି ଭାଙ୍ଗି ଚାଲିଗଲେ