Masthead

୨୪ ନିର୍ବାଚନ ପାଇଁ ବିଜେପିର ଜୋରଦାର ପ୍ରସ୍ତୁତି, ଆଜି ଆସୁଛନ୍ତି ଶିବରାଜ ସିଂ ଚୌହ୍ୱାନ

ଭୁବନେଶ୍ୱର (ବଡ଼ ଖବର ବ୍ୟୁରୋ): ୨୦୨୪ ସାଧାରଣ ନିର୍ବାଚନକୁ ଆଖି ଆଗରେ ରଖି ବିଜେପି ନିଜର ରାଜନୈତିକ ପ୍ରସ୍ତୁତିକୁ ଜୋରଦାର କରିଛି। ଦଳର କେନ୍ଦ୍ରୀୟ ନେତାମାନେ ସରକାର ଗଠନ କରିବାର ଦମ୍ଭୋକ୍ତି ଦେଖାଉଛନ୍ତି। ବିଜେପି ଫୋକସରେ ରହିଛି ଲୋକସଭା ଆସନ । ଆଜି ଓଡ଼ିଶା ଆସୁଛନ୍ତି ମଧ୍ୟପ୍ରଦେଶର ପୂର୍ବତନ ମୁଖ୍ୟମନ୍ତ୍ରୀ ଶିବରାଜ ସିଂ ଚୌହାନ । ମଧ୍ୟାହ୍ନ ୧୨ଟାରେ ଭୁବନେଶ୍ୱରରେ ପହଞ୍ଚିବା ପରେ ସିଧାସଳଖ ଜଗତସିଂହପୁର ଗସ୍ତ କରିବେ ।

ସେ କଟକ ଓ ଜଗତସିଂହପୁର ସଂସଦୀୟ କ୍ଷେତ୍ରର ସମୀକ୍ଷା କରିବେ । ଜଗତସିଂହପୁର ଲୋକସଭା ସଂସଦୀୟ କ୍ଷେତ୍ର କାର୍ୟ୍ୟକର୍ତ୍ତା ସମ୍ମିଳନୀରେ ଯୋଗଦେବା ପରେ ଶିବରାଜ ମାଆ ଶାରଳାଙ୍କୁ ଦର୍ଶନ କରି ଆଶୀର୍ବାଦ ନେବେ । ସନ୍ଧ୍ୟାରେ କଟକସ୍ଥିତ ଶାରଳା ଭବନରେ ଅନୁଷ୍ଠିତ କଟକ ସଂସଦୀୟ କ୍ଷେତ୍ର କାର୍ଯ୍ୟକର୍ତ୍ତା ସମ୍ମିଳନୀରେ ଯୋଗଦେବେ । ଅଧିଷ୍ଠାତ୍ରୀ ଦେବୀ ମାଆ କଟକ ଚଣ୍ଡୀଙ୍କୁ ଦର୍ଶନ କରିବା ପରେ ଭୁବନେଶ୍ୱର ପ୍ରତ୍ୟାବର୍ତ୍ତନ କରିବାର କାର୍ଯ୍ୟକ୍ରମ ରହିଛି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 କାଉଣ୍ଟର ଆଗରେ ଲମ୍ବା ଲାଇନ 🔴 ଥଣ୍ଡାରେ ଥରୁଛି ସାରା ଓଡ଼ିଶା 🔴 ରାଜ୍ୟରେ ଗଡ଼ୁଛି ୨ ଲକ୍ଷ ୧୯ ହଜାର ୬୭୭ ଇଭି ଗାଡ଼ି 🔴 ଛତିଶଗଡ଼ ବିଜାପୁରରେ ବଡ଼ ଏନକାଉଣ୍ଟର 🔴 ଶୀତ ଅଧିବେଶନର ଆଜି ସପ୍ତମ ଦିନ 🔴 ଆଜି ଭାରତ ଆସୁଛନ୍ତି ପୁଟିନ୍‌ 🔴 ଆଗକୁ ବଢ଼ିବ ଶୀତ 🔴 ଡିସେମ୍ବର ୩୧ ଯାଏଁ E-KYC 🔴 ୫ ଘଣ୍ଟା ଜଗା ଦର୍ଶନ ବନ୍ଦ 🔴 ଆଜି ଘୋଷଣା ହୋଇପାରେ +୨ ପରୀକ୍ଷା ତାରିଖ 🔴 କାଉଣ୍ଟର ଆଗରେ ଲମ୍ବା ଲାଇନ 🔴 ଥଣ୍ଡାରେ ଥରୁଛି ସାରା ଓଡ଼ିଶା 🔴 ରାଜ୍ୟରେ ଗଡ଼ୁଛି ୨ ଲକ୍ଷ ୧୯ ହଜାର ୬୭୭ ଇଭି ଗାଡ଼ି 🔴 ଛତିଶଗଡ଼ ବିଜାପୁରରେ ବଡ଼ ଏନକାଉଣ୍ଟର 🔴 ଶୀତ ଅଧିବେଶନର ଆଜି ସପ୍ତମ ଦିନ 🔴 ଆଜି ଭାରତ ଆସୁଛନ୍ତି ପୁଟିନ୍‌ 🔴 ଆଗକୁ ବଢ଼ିବ ଶୀତ 🔴 ଡିସେମ୍ବର ୩୧ ଯାଏଁ E-KYC 🔴 ୫ ଘଣ୍ଟା ଜଗା ଦର୍ଶନ ବନ୍ଦ 🔴 ଆଜି ଘୋଷଣା ହୋଇପାରେ +୨ ପରୀକ୍ଷା ତାରିଖ