Masthead

ଆଜି ଦିଲ୍ଲୀରେ ଗର୍ଜିବେ ବିଭିନ୍ନ ଚାଷୀ ସଂଗଠନ

ନୂଆଦିଲ୍ଲୀ (ବଡ଼ ଖବର ବ୍ୟୁରୋ):  କେନ୍ଦ୍ର ସରକାର ଓ ଚାଷୀ ସଂଗଠନ ଆନ୍ଦୋଳନରେ ବାହାରିଲାନି ସମାଧାନର ବାଟ । ଆଜି ଦିଲ୍ଲୀରେ ଗର୍ଜିବେ ବିଭିନ୍ନ ଚାଷୀ ସଂଗଠନ । ଚାଷୀଙ୍କ ଦିଲ୍ଲୀ ଚଲୋ ଡାକରା। ଏମଏସପି ଏବଂ କୃଷି ଓ କୃଷକଙ୍କ ସୁରକ୍ଷା ନେଇ ଆଇନ୍ ଆଣିବାକୁ ଦାବି କରି ସଂଯୁକ୍ତ କିଷାନ ମୋର୍ଚ୍ଚା ଓ କିଷାନ ମଜଦୁର ମୋର୍ଚ୍ଚାର ଏହି ଡାକରା ଦିଆଯାଇଛି । ଆଜି ଦିନ ୧୦ଟା ବେଳେ ଆନ୍ଦୋଳନ ଥିବା ବେଳେ ଏବେ ଦିଲ୍ଲୀ ମୁହାଁ ହୋଇଛନ୍ତି ପ୍ରାୟ ୨୦ ହଜାର ଚାଷୀ । ଆନ୍ଦୋଳନକୁ ଦୃଷ୍ଟିରେ ରଖି ଦିଲ୍ଲୀରେ କଟକଣା ଜାରି କରିଛନ୍ତି କମିଶନର । ମାର୍ଚ୍ଚ ୧୨ ଯାଏଁ ଦିଲ୍ଲୀରେ ବଡ଼ଧରଣର ସମାବେଶ ଉପରେ ରୋକ୍ ଲଗାଯାଇଛି ।

ରାଜଧାନୀ ଭିତରକୁ ଟ୍ରାକ୍ଟର ପ୍ରବେଶ ବାରଣ କରିବା ସହ ପିସ୍ତଲ, ଜ୍ୱଳନଶୀଳ ପଦାର୍ଥ, ଅସ୍ତ୍ରଶସ୍ତ୍ର ପ୍ରବେଶ ଉପରେ ବି କଟକଣା ଜାରି ହୋଇଛି । ଇଟା, ପଥର, ପେଟ୍ରୋଲ ବୋମା ଏବଂ ସୋଡ଼ା ବୋତଲ ଉପରେ ମଧ୍ୟ ପୋଲିସର ନଜର ରହିବ । କୃଷକଙ୍କୁ ଦିଲ୍ଲୀ ସୀମାରୁ ଦୂରରେ ରଖିବାକୁ ପୋଲିସ କରିଛି ବ୍ୟାପକ ବ୍ୟବସ୍ଥା । ଦିଲ୍ଲୀ-ଉତ୍ତପ୍ରଦେଶ ସୀମାରେ ୧୪୪ ଧାରି ଜାରି କରି ସୁରକ୍ଷା କଡ଼ାକଡ଼ି କରାଯାଇଛି । କେନ୍ଦ୍ର ସରକାରଙ୍କ ଠାରୁ ଗଝଚ ଉପରେ ସ୍ୱତନ୍ତ୍ର ଆଇନ୍ ଚାହୁଁଛନ୍ତି କୃଷକ ସଂଗଠନ । ଏହାକୁ ନେଇ ବହୁ ପୂର୍ବରୁ ଆନ୍ଦୋଳନ କରିଆସୁଛି ଚାଷୀ ସଂଗଠନ । ହେଲେ ବାରମ୍ବାର ଦାବି ସତ୍ତ୍ୱେ ସରକାର ସେମାନଙ୍କ କଥାକୁ କର୍ଣ୍ଣପାତ କରୁନଥିବା ଅଭିଯୋଗ ହେଉଛି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଆଇଇଡି ବିସ୍ଫୋରଣରେ ଉଡ଼ିଲା ରେଳ ଟ୍ରାକ୍ 🔴 କଙ୍ଗାରୁ କୋର୍ଟ ପାଇଁ ଜୀବନ ହାରିଲା ପରିବାର 🔴 ଆଜି ଭାରତ-ଇୟୁ ମଧ୍ୟରେ ବଡ଼ ଡ଼ିଲ୍ 🔴 ସାଧାରଣତନ୍ତ୍ର ଦିବସରେ ମୁଖ୍ୟମନ୍ତ୍ରୀଙ୍କ ସମ୍ବୋଧନ 🔴 ଦେଶ ପାଳୁଛି ୭୭ତମ ସାଧାରଣତନ୍ତ୍ର ଦିବସ 🔴 ଜୀବନ ଯୁଦ୍ଧରେ ହାରିଗଲେ ଅଭିଜିତ ମଜୁମଦାର 🔴 ଆହୁରି ବଢିବ ରାତି ତାପମାତ୍ରା 🔴 ଶ୍ରୀମନ୍ଦିରରେ ନାବାଳକକୁ ମାଡ଼! 🔴 ପବିତ୍ର ଶ୍ରୀପଞ୍ଚମୀରେ ବିଦ୍ୟାଦାତ୍ରୀ ମା’ ସରସ୍ବତୀଙ୍କୁ ଆବାହନ 🔴 ୭୨ ପ୍ରଧାନଶିକ୍ଷକଙ୍କ ଦରମା ବନ୍ଦ 🔴 ଆଇଇଡି ବିସ୍ଫୋରଣରେ ଉଡ଼ିଲା ରେଳ ଟ୍ରାକ୍ 🔴 କଙ୍ଗାରୁ କୋର୍ଟ ପାଇଁ ଜୀବନ ହାରିଲା ପରିବାର 🔴 ଆଜି ଭାରତ-ଇୟୁ ମଧ୍ୟରେ ବଡ଼ ଡ଼ିଲ୍ 🔴 ସାଧାରଣତନ୍ତ୍ର ଦିବସରେ ମୁଖ୍ୟମନ୍ତ୍ରୀଙ୍କ ସମ୍ବୋଧନ 🔴 ଦେଶ ପାଳୁଛି ୭୭ତମ ସାଧାରଣତନ୍ତ୍ର ଦିବସ 🔴 ଜୀବନ ଯୁଦ୍ଧରେ ହାରିଗଲେ ଅଭିଜିତ ମଜୁମଦାର 🔴 ଆହୁରି ବଢିବ ରାତି ତାପମାତ୍ରା 🔴 ଶ୍ରୀମନ୍ଦିରରେ ନାବାଳକକୁ ମାଡ଼! 🔴 ପବିତ୍ର ଶ୍ରୀପଞ୍ଚମୀରେ ବିଦ୍ୟାଦାତ୍ରୀ ମା’ ସରସ୍ବତୀଙ୍କୁ ଆବାହନ 🔴 ୭୨ ପ୍ରଧାନଶିକ୍ଷକଙ୍କ ଦରମା ବନ୍ଦ