Masthead

ଆଜି ଦିଲ୍ଲୀରେ ଗର୍ଜିବେ ବିଭିନ୍ନ ଚାଷୀ ସଂଗଠନ

ନୂଆଦିଲ୍ଲୀ (ବଡ଼ ଖବର ବ୍ୟୁରୋ):  କେନ୍ଦ୍ର ସରକାର ଓ ଚାଷୀ ସଂଗଠନ ଆନ୍ଦୋଳନରେ ବାହାରିଲାନି ସମାଧାନର ବାଟ । ଆଜି ଦିଲ୍ଲୀରେ ଗର୍ଜିବେ ବିଭିନ୍ନ ଚାଷୀ ସଂଗଠନ । ଚାଷୀଙ୍କ ଦିଲ୍ଲୀ ଚଲୋ ଡାକରା। ଏମଏସପି ଏବଂ କୃଷି ଓ କୃଷକଙ୍କ ସୁରକ୍ଷା ନେଇ ଆଇନ୍ ଆଣିବାକୁ ଦାବି କରି ସଂଯୁକ୍ତ କିଷାନ ମୋର୍ଚ୍ଚା ଓ କିଷାନ ମଜଦୁର ମୋର୍ଚ୍ଚାର ଏହି ଡାକରା ଦିଆଯାଇଛି । ଆଜି ଦିନ ୧୦ଟା ବେଳେ ଆନ୍ଦୋଳନ ଥିବା ବେଳେ ଏବେ ଦିଲ୍ଲୀ ମୁହାଁ ହୋଇଛନ୍ତି ପ୍ରାୟ ୨୦ ହଜାର ଚାଷୀ । ଆନ୍ଦୋଳନକୁ ଦୃଷ୍ଟିରେ ରଖି ଦିଲ୍ଲୀରେ କଟକଣା ଜାରି କରିଛନ୍ତି କମିଶନର । ମାର୍ଚ୍ଚ ୧୨ ଯାଏଁ ଦିଲ୍ଲୀରେ ବଡ଼ଧରଣର ସମାବେଶ ଉପରେ ରୋକ୍ ଲଗାଯାଇଛି ।

ରାଜଧାନୀ ଭିତରକୁ ଟ୍ରାକ୍ଟର ପ୍ରବେଶ ବାରଣ କରିବା ସହ ପିସ୍ତଲ, ଜ୍ୱଳନଶୀଳ ପଦାର୍ଥ, ଅସ୍ତ୍ରଶସ୍ତ୍ର ପ୍ରବେଶ ଉପରେ ବି କଟକଣା ଜାରି ହୋଇଛି । ଇଟା, ପଥର, ପେଟ୍ରୋଲ ବୋମା ଏବଂ ସୋଡ଼ା ବୋତଲ ଉପରେ ମଧ୍ୟ ପୋଲିସର ନଜର ରହିବ । କୃଷକଙ୍କୁ ଦିଲ୍ଲୀ ସୀମାରୁ ଦୂରରେ ରଖିବାକୁ ପୋଲିସ କରିଛି ବ୍ୟାପକ ବ୍ୟବସ୍ଥା । ଦିଲ୍ଲୀ-ଉତ୍ତପ୍ରଦେଶ ସୀମାରେ ୧୪୪ ଧାରି ଜାରି କରି ସୁରକ୍ଷା କଡ଼ାକଡ଼ି କରାଯାଇଛି । କେନ୍ଦ୍ର ସରକାରଙ୍କ ଠାରୁ ଗଝଚ ଉପରେ ସ୍ୱତନ୍ତ୍ର ଆଇନ୍ ଚାହୁଁଛନ୍ତି କୃଷକ ସଂଗଠନ । ଏହାକୁ ନେଇ ବହୁ ପୂର୍ବରୁ ଆନ୍ଦୋଳନ କରିଆସୁଛି ଚାଷୀ ସଂଗଠନ । ହେଲେ ବାରମ୍ବାର ଦାବି ସତ୍ତ୍ୱେ ସରକାର ସେମାନଙ୍କ କଥାକୁ କର୍ଣ୍ଣପାତ କରୁନଥିବା ଅଭିଯୋଗ ହେଉଛି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ନାବାଳକ ପେଟରେ ପଶିଗଲା ସାଇକେଲ ହ୍ୟାଣ୍ଡେଲ 🔴 ଫୁଲୁଛି ମହାନଦୀ, ସନ୍ଧ୍ୟା ସୁଦ୍ଧା ଆସିପାରେ ୯ ଲକ୍ଷ କ୍ୟୁସେକ୍ ପାଣି.. 🔴 କାଦୁଅରେ ପଶି କଲବଲ ହେଲା ଦନ୍ତା 🔴 ବନ୍ୟା ସ୍ଥିତି ନେଇ ରାଜସ୍ୱ ମନ୍ତ୍ରୀଙ୍କ ସମୀକ୍ଷା ବୈଠକ 🔴 ଆଜି ଦକ୍ଷିଣ ଓ ପଶ୍ଚିମ ଓଡ଼ିଶାରେ ପ୍ରବଳ ବର୍ଷା! 🔴 ବୁଡିଗଲା ପୋଲ, ଧୋଇଗଲା ରାସ୍ତା 🔴 ମହାପ୍ରଭୁଙ୍କ ବନକଲାଗି, ୫ ଘଣ୍ଟା ଦର୍ଶନ ବନ୍ଦ 🔴 ୮ ଜିଲ୍ଲାରେ ସ୍କୁଲ୍ ଛୁଟି 🔴 ଭୂମିକମ୍ପରେ ଦୋହଲିଲା ଜାପାନ, ୭.୧ ତୀବ୍ରତାରେ କମ୍ପିଲା ଅନେକ ଅଞ୍ଚଳ 🔴 ସନ୍ଧ୍ୟା ସୁଦ୍ଧା ବଡ଼ ବନ୍ୟା 🔴 ନାବାଳକ ପେଟରେ ପଶିଗଲା ସାଇକେଲ ହ୍ୟାଣ୍ଡେଲ 🔴 ଫୁଲୁଛି ମହାନଦୀ, ସନ୍ଧ୍ୟା ସୁଦ୍ଧା ଆସିପାରେ ୯ ଲକ୍ଷ କ୍ୟୁସେକ୍ ପାଣି.. 🔴 କାଦୁଅରେ ପଶି କଲବଲ ହେଲା ଦନ୍ତା 🔴 ବନ୍ୟା ସ୍ଥିତି ନେଇ ରାଜସ୍ୱ ମନ୍ତ୍ରୀଙ୍କ ସମୀକ୍ଷା ବୈଠକ 🔴 ଆଜି ଦକ୍ଷିଣ ଓ ପଶ୍ଚିମ ଓଡ଼ିଶାରେ ପ୍ରବଳ ବର୍ଷା! 🔴 ବୁଡିଗଲା ପୋଲ, ଧୋଇଗଲା ରାସ୍ତା 🔴 ମହାପ୍ରଭୁଙ୍କ ବନକଲାଗି, ୫ ଘଣ୍ଟା ଦର୍ଶନ ବନ୍ଦ 🔴 ୮ ଜିଲ୍ଲାରେ ସ୍କୁଲ୍ ଛୁଟି 🔴 ଭୂମିକମ୍ପରେ ଦୋହଲିଲା ଜାପାନ, ୭.୧ ତୀବ୍ରତାରେ କମ୍ପିଲା ଅନେକ ଅଞ୍ଚଳ 🔴 ସନ୍ଧ୍ୟା ସୁଦ୍ଧା ବଡ଼ ବନ୍ୟା