Masthead

ବିଜେଡିର ରାଜ୍ୟସଭା ପ୍ରାର୍ଥୀ ଭାବେ ନାମାଙ୍କନ ଭରିଲେ ଦେବାଶିଷ ଓ ଶୁଭାଶିଷ

ଭୁବନେଶ୍ୱର (ବଡ଼ ଖବର ବ୍ୟୁରୋ): ରାଜ୍ୟସଭା ପାଇଁ ନାମାଙ୍କନ ଦାଖଲ କଲେ ବିଜେଡିର ୨ ପ୍ରାର୍ଥୀ। କଟକର ପୂର୍ବତନ ବିଧାୟକ ଦେବାଶିଷ ସାମନ୍ତରାୟ ଓ ପୁରୀର ଯୁବ ବିଜେଡି ଉପସଭାପତି ଶୁଭାଶିଷ ଖୁଣ୍ଟିଆ ଆଜି ବିଧାନସଭାର ରିଟର୍ଣ୍ଣିଂ ଅଫିସରଙ୍କ ନିକଟରେ ନାମାଙ୍କନ ଦାଖଲ କରିଛନ୍ତି। ନାମାଙ୍କନ ଭରିବା ସମୟରେ ବିଜେଡି ସୁପ୍ରିମୋ ତଥା ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ, ଅର୍ଥ ମନ୍ତ୍ରୀ ବିକ୍ରମ କେଶରୀ ଆରୁଖ,

ସ୍ୱାସ୍ଥ୍ୟମନ୍ତ୍ରୀ ନିରଞ୍ଜନ ପୂଜାରୀ ଓ ବିଜେଡିର ବରିଷ୍ଠ ନେତାମାନେ ଉପସ୍ଥିତ ଥିଲେ। ରାଜ୍ୟସଭାକୁ ଏଥର ୩ ଜଣ ପ୍ରାର୍ଥୀ  ଯାଉଥିବା ବେଳେ ବିଜେଡି ଦୁଇ ଜଣଙ୍କ ନାଁ ଘୋଷଣା କରିଛି। ବିଜେଡି ଦେବାଶିଷ ସାମନ୍ତରାୟ ଓ ଶୁଭାଶିଷ ଖୁଣ୍ଟିଆଙ୍କୁ ରାଜ୍ୟସଭା ପ୍ରାର୍ଥୀ ଭାବେ ଗତକାଲି ଘୋଷଣା କରିଥିଲା। ତେବେ ତୃତୀୟ ପ୍ରାର୍ଥୀ କିଏ ହେବେ ତାକୁ ନେଇ କଳ୍ପନାଜଳ୍ପନା ଲାଗି ରହିଛି।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ତୀର୍ଥଯାତ୍ରୀ ବସ ଦୁର୍ଘଟଣା ଗ୍ରସ୍ତ 🔴 ବର୍ଷାକୁ ଅରେଞ୍ଜ ୱାର୍ଣ୍ଣିଂ 🔴 ବନସ୍ତେ ଡାକିଲା ଗଜ, ବରଷକେ ଥରେ ଆସିଛି ରଜ…. 🔴 ଭାରତୀୟ ନୂତନ ସ୍ଥଳସେନା ମୁଖ୍ୟ 🔴 ଆସାମରେ ବାୟୁସେନା ବିମାନ ଦୁର୍ଘଟଣା । 🔴 ଓଏଏସ ପ୍ରେମିକକୁ ମହଙ୍ଗା ପଡ଼ିଲା ପ୍ରେମ!ଚନ୍ଦ୍ରିକାଙ୍କ ମୃତ୍ୟୁ ବନ୍ଧାହେଲେ ଭୀମସେନ 🔴 ଆଜି ସଜବାଜ କାଲି ପହିଲି ରଜ 🔴 ଗୋମାଫିଆଙ୍କ ଘରେ ପୋଲିସର ଚଢ଼ାଉ 🔴 ଆଜିଠାରୁ ମହିଳା ବିଶ୍ୱକପ୍ ମହାକୁମ୍ଭ 🔴 ବଢିଲା ନିଟ୍ (ୟୁଜି)ପରୀକ୍ଷା ସମୟ ଅବଧି 🔴 ତୀର୍ଥଯାତ୍ରୀ ବସ ଦୁର୍ଘଟଣା ଗ୍ରସ୍ତ 🔴 ବର୍ଷାକୁ ଅରେଞ୍ଜ ୱାର୍ଣ୍ଣିଂ 🔴 ବନସ୍ତେ ଡାକିଲା ଗଜ, ବରଷକେ ଥରେ ଆସିଛି ରଜ…. 🔴 ଭାରତୀୟ ନୂତନ ସ୍ଥଳସେନା ମୁଖ୍ୟ 🔴 ଆସାମରେ ବାୟୁସେନା ବିମାନ ଦୁର୍ଘଟଣା । 🔴 ଓଏଏସ ପ୍ରେମିକକୁ ମହଙ୍ଗା ପଡ଼ିଲା ପ୍ରେମ!ଚନ୍ଦ୍ରିକାଙ୍କ ମୃତ୍ୟୁ ବନ୍ଧାହେଲେ ଭୀମସେନ 🔴 ଆଜି ସଜବାଜ କାଲି ପହିଲି ରଜ 🔴 ଗୋମାଫିଆଙ୍କ ଘରେ ପୋଲିସର ଚଢ଼ାଉ 🔴 ଆଜିଠାରୁ ମହିଳା ବିଶ୍ୱକପ୍ ମହାକୁମ୍ଭ 🔴 ବଢିଲା ନିଟ୍ (ୟୁଜି)ପରୀକ୍ଷା ସମୟ ଅବଧି