Masthead

ବିଜେଡିର ରାଜ୍ୟସଭା ପ୍ରାର୍ଥୀ ଭାବେ ନାମାଙ୍କନ ଭରିଲେ ଦେବାଶିଷ ଓ ଶୁଭାଶିଷ

ଭୁବନେଶ୍ୱର (ବଡ଼ ଖବର ବ୍ୟୁରୋ): ରାଜ୍ୟସଭା ପାଇଁ ନାମାଙ୍କନ ଦାଖଲ କଲେ ବିଜେଡିର ୨ ପ୍ରାର୍ଥୀ। କଟକର ପୂର୍ବତନ ବିଧାୟକ ଦେବାଶିଷ ସାମନ୍ତରାୟ ଓ ପୁରୀର ଯୁବ ବିଜେଡି ଉପସଭାପତି ଶୁଭାଶିଷ ଖୁଣ୍ଟିଆ ଆଜି ବିଧାନସଭାର ରିଟର୍ଣ୍ଣିଂ ଅଫିସରଙ୍କ ନିକଟରେ ନାମାଙ୍କନ ଦାଖଲ କରିଛନ୍ତି। ନାମାଙ୍କନ ଭରିବା ସମୟରେ ବିଜେଡି ସୁପ୍ରିମୋ ତଥା ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ, ଅର୍ଥ ମନ୍ତ୍ରୀ ବିକ୍ରମ କେଶରୀ ଆରୁଖ,

ସ୍ୱାସ୍ଥ୍ୟମନ୍ତ୍ରୀ ନିରଞ୍ଜନ ପୂଜାରୀ ଓ ବିଜେଡିର ବରିଷ୍ଠ ନେତାମାନେ ଉପସ୍ଥିତ ଥିଲେ। ରାଜ୍ୟସଭାକୁ ଏଥର ୩ ଜଣ ପ୍ରାର୍ଥୀ  ଯାଉଥିବା ବେଳେ ବିଜେଡି ଦୁଇ ଜଣଙ୍କ ନାଁ ଘୋଷଣା କରିଛି। ବିଜେଡି ଦେବାଶିଷ ସାମନ୍ତରାୟ ଓ ଶୁଭାଶିଷ ଖୁଣ୍ଟିଆଙ୍କୁ ରାଜ୍ୟସଭା ପ୍ରାର୍ଥୀ ଭାବେ ଗତକାଲି ଘୋଷଣା କରିଥିଲା। ତେବେ ତୃତୀୟ ପ୍ରାର୍ଥୀ କିଏ ହେବେ ତାକୁ ନେଇ କଳ୍ପନାଜଳ୍ପନା ଲାଗି ରହିଛି।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଶ୍ରୀମନ୍ଦିରରେ ନାବାଳକକୁ ମାଡ଼! 🔴 ପବିତ୍ର ଶ୍ରୀପଞ୍ଚମୀରେ ବିଦ୍ୟାଦାତ୍ରୀ ମା’ ସରସ୍ବତୀଙ୍କୁ ଆବାହନ 🔴 ୭୨ ପ୍ରଧାନଶିକ୍ଷକଙ୍କ ଦରମା ବନ୍ଦ 🔴 ରାଜ୍ୟସଭା ନିର୍ବାଚନ ପାଇଁ ପ୍ରକ୍ରିୟା ଆରମ୍ଭ 🔴 ନୂଆ ହିତାଧିକାରୀଙ୍କୁ ଆଜି ମିଳିବ ସୁଭଦ୍ରା ଟଙ୍କା 🔴 ରାଜ୍ୟରେ କମିଲା ଶୀତ 🔴 ଆଜି ମହାପ୍ରଭୁଙ୍କ ଦୁର୍ଲ୍ଲଭ ପଦ୍ମବେଶ 🔴 ରଥ ତିଆରି ପାଇଁ ଗଲା ରଥ କାଠ 🔴 ବିଜାପୁରରେ ଏନକାଉଣ୍ଟର, ୬ ମାଓବାଦୀ ନିହତ 🔴 ଜଳିଗଲା ୧ନଂ ହାଟ 🔴 ଶ୍ରୀମନ୍ଦିରରେ ନାବାଳକକୁ ମାଡ଼! 🔴 ପବିତ୍ର ଶ୍ରୀପଞ୍ଚମୀରେ ବିଦ୍ୟାଦାତ୍ରୀ ମା’ ସରସ୍ବତୀଙ୍କୁ ଆବାହନ 🔴 ୭୨ ପ୍ରଧାନଶିକ୍ଷକଙ୍କ ଦରମା ବନ୍ଦ 🔴 ରାଜ୍ୟସଭା ନିର୍ବାଚନ ପାଇଁ ପ୍ରକ୍ରିୟା ଆରମ୍ଭ 🔴 ନୂଆ ହିତାଧିକାରୀଙ୍କୁ ଆଜି ମିଳିବ ସୁଭଦ୍ରା ଟଙ୍କା 🔴 ରାଜ୍ୟରେ କମିଲା ଶୀତ 🔴 ଆଜି ମହାପ୍ରଭୁଙ୍କ ଦୁର୍ଲ୍ଲଭ ପଦ୍ମବେଶ 🔴 ରଥ ତିଆରି ପାଇଁ ଗଲା ରଥ କାଠ 🔴 ବିଜାପୁରରେ ଏନକାଉଣ୍ଟର, ୬ ମାଓବାଦୀ ନିହତ 🔴 ଜଳିଗଲା ୧ନଂ ହାଟ