Masthead

ରାଜ୍ୟସଭା ପ୍ରାର୍ଥୀ ପାଇଁ ନାମାଙ୍କନ ଭରିବେ ରେଳମନ୍ତ୍ରୀ ଅଶ୍ୱିନୀ ବୈଷ୍ଣବ

 

ଭୁବନେଶ୍ୱର (ବଡ଼ ଖବର ବ୍ୟୁରୋ): ଆଜି ନାମାଙ୍କନ ଭରିବେ ଅଶ୍ୱିନୀ ବୈଷ୍ଣବ । ଓଡ଼ିଶାରୁ ତୃତୀୟ ପ୍ରାର୍ଥୀ ଭାବେ ନାମାଙ୍କନ ଦାଖଲ କରିବେ ଅଶ୍ୱିନୀ । ଗତକାଲି ଅଶ୍ୱିନୀ ବୈଷ୍ଣବଙ୍କ ନାଁ ଘୋଷଣା କରିଛି ବିଜେପି । ଅଶ୍ୱିନୀ ବୈଷ୍ଣବଙ୍କୁ ସମର୍ଥନ ଲାଗି ଘୋଷଣା କରିଛି ବିଜେଡି । ବିଜେଡିର ୨ ପ୍ରାର୍ଥୀ ଦେବାଶିଷ ଓ ଶୁଭାଶିଷ ନାମାଙ୍କନ ଭରିଛନ୍ତି । ୨୦୧୯ ରାଜ୍ୟସଭା ନିର୍ବାଚନ ବେଳେ ବି ସମାନ ଘଟଣା ଦେଖିବାକୁ ମିଳିଥିଲା।

ସେତେବେଳେ କିନ୍ତୁ ଅଶ୍ୱିନୀ ବୈଷ୍ଣବଙ୍କୁ ବିଜେଡି ପ୍ରଥମେ ପ୍ରାର୍ଥୀ ଭାବେ ଘୋଷଣା କରିଥିଲା। ପରେ ସେ ବିଜେପି ପ୍ରାର୍ଥୀ ବୋଲି ସ୍ପଷ୍ଟ କରିଥିଲା। ଆଉ ବିଜେଡି ସମର୍ଥନରେ ହିଁ ଅଶ୍ୱିନୀ ରାଜ୍ୟସଭାକୁ ନିର୍ବାଚିତ ହୋଇ ମୋଦି ସରକାରରେ ମନ୍ତ୍ରୀ ହୋଇଥିଲେ।ନାମାଙ୍କନ ଦାଖଲ ପୂର୍ବରୁ ଗତକାଲି ପୁରୀ ଶ୍ରୀମନ୍ଦିର ଯାଇ ମହାପ୍ରଭୁଙ୍କ ଦର୍ଶନ ସହ ଆଶୀର୍ବାଦ ନେଇଛନ୍ତି ଅଶ୍ୱିନୀ ବୈଷ୍ଣବ। ଏଥିସହ ପୁରୀରେ ବିଭିନ୍ନ ଉନ୍ନୟନମୂଳକ କାର୍ୟ୍ୟର ଅନୁଧ୍ୟାନ କରିଛନ୍ତି।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଶ୍ରୀମନ୍ଦିରରେ ନାବାଳକକୁ ମାଡ଼! 🔴 ପବିତ୍ର ଶ୍ରୀପଞ୍ଚମୀରେ ବିଦ୍ୟାଦାତ୍ରୀ ମା’ ସରସ୍ବତୀଙ୍କୁ ଆବାହନ 🔴 ୭୨ ପ୍ରଧାନଶିକ୍ଷକଙ୍କ ଦରମା ବନ୍ଦ 🔴 ରାଜ୍ୟସଭା ନିର୍ବାଚନ ପାଇଁ ପ୍ରକ୍ରିୟା ଆରମ୍ଭ 🔴 ନୂଆ ହିତାଧିକାରୀଙ୍କୁ ଆଜି ମିଳିବ ସୁଭଦ୍ରା ଟଙ୍କା 🔴 ରାଜ୍ୟରେ କମିଲା ଶୀତ 🔴 ଆଜି ମହାପ୍ରଭୁଙ୍କ ଦୁର୍ଲ୍ଲଭ ପଦ୍ମବେଶ 🔴 ରଥ ତିଆରି ପାଇଁ ଗଲା ରଥ କାଠ 🔴 ବିଜାପୁରରେ ଏନକାଉଣ୍ଟର, ୬ ମାଓବାଦୀ ନିହତ 🔴 ଜଳିଗଲା ୧ନଂ ହାଟ 🔴 ଶ୍ରୀମନ୍ଦିରରେ ନାବାଳକକୁ ମାଡ଼! 🔴 ପବିତ୍ର ଶ୍ରୀପଞ୍ଚମୀରେ ବିଦ୍ୟାଦାତ୍ରୀ ମା’ ସରସ୍ବତୀଙ୍କୁ ଆବାହନ 🔴 ୭୨ ପ୍ରଧାନଶିକ୍ଷକଙ୍କ ଦରମା ବନ୍ଦ 🔴 ରାଜ୍ୟସଭା ନିର୍ବାଚନ ପାଇଁ ପ୍ରକ୍ରିୟା ଆରମ୍ଭ 🔴 ନୂଆ ହିତାଧିକାରୀଙ୍କୁ ଆଜି ମିଳିବ ସୁଭଦ୍ରା ଟଙ୍କା 🔴 ରାଜ୍ୟରେ କମିଲା ଶୀତ 🔴 ଆଜି ମହାପ୍ରଭୁଙ୍କ ଦୁର୍ଲ୍ଲଭ ପଦ୍ମବେଶ 🔴 ରଥ ତିଆରି ପାଇଁ ଗଲା ରଥ କାଠ 🔴 ବିଜାପୁରରେ ଏନକାଉଣ୍ଟର, ୬ ମାଓବାଦୀ ନିହତ 🔴 ଜଳିଗଲା ୧ନଂ ହାଟ