Masthead

ସାଧାରଣ ଓ ବିଧାନସଭା ନିର୍ବାଚନର ପ୍ରସ୍ତୁତି ସମୀକ୍ଷା ନେଇ ଓଡ଼ିଶା ଆସୁଛନ୍ତି ମୁଖ୍ୟ ନିର୍ବାଚନ କମିଶନର

ଭୁବନେଶ୍ୱର (ବଡ଼ ଖବର ବ୍ୟୁରୋ): ଆଜି ଓଡ଼ିଶା ଆସୁଛନ୍ତି ମୁଖ୍ୟ ନିର୍ବାଚନ କମିଶନ। ସିଇସି ରାଜୀବ କୁମାରଙ୍କ ନେତୃତ୍ୱରେ ୭ଜଣିଆ ଟିମ୍ ତିନିଦିନିଆ ଓଡ଼ିଶା ଗସ୍ତରେ ଆସୁଛନ୍ତି। ରାଜ୍ୟରେ ସାଧାରଣ ଓ ବିଧାନସଭା ନିର୍ବାଚନ ପ୍ରସ୍ତୁତିର ସମୀକ୍ଷା କରିବେ । ଗସ୍ତ ଅବସରରେ ଇଭିଏମ୍ ସ୍ଥିତି ଓ ବୁଥ୍ ସ୍ତରରେ ପ୍ରସ୍ତୁତି ସମୀକ୍ଷା କରିବେ । ରାଜ୍ୟର ମୁଖ୍ୟ ନିର୍ବାଚନ ଅଧିକାରୀ ଓ ସବୁ ଜିଲ୍ଲାପାଳଙ୍କ ସହ ପ୍ରସ୍ତୁତି ନେଇ ଆଲୋଚନ କରିବେ ।

ଏହାବ୍ୟତୀତ ମୁଖ୍ୟ ଶାସନ ସଚିବ, ପୁଲିସ ଡିଜି, ଗୃହ ସଚିବ ଓ ଉନ୍ନୟନ କମିଶନଙ୍କୁ ଭେଟି ନିର୍ବାଚନ ପ୍ରସ୍ତୁତି ସମ୍ବନ୍ଧରେ ବିସ୍ତୁତ ଆଲୋଚନାର କରିବାର କାର୍ଯ୍ୟକ୍ରମ ରହିଛି । ୧୭ ତାରିଖରେ ରାଜ୍ୟ ମୁଖ୍ୟ ନିର୍ବାଚନ ଅଧିକାରୀ, ନୋଡାଲ ଅଫିସର, ମୁଖ୍ୟ ଶାସନ ସଚିବ, ପୁଲିସ ଡିଜି ଏବଂ ଏନଫୋର୍ସମେଣ୍ଟ ଏଜେନ୍ସି ସହ ନିର୍ବାଚନ ବାବଦରେ ସମୀକ୍ଷା କରିବେ ନିର୍ବାଚନ କମିଶନଙ୍କ ଟିମ୍।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 କାଉଣ୍ଟର ଆଗରେ ଲମ୍ବା ଲାଇନ 🔴 ଥଣ୍ଡାରେ ଥରୁଛି ସାରା ଓଡ଼ିଶା 🔴 ରାଜ୍ୟରେ ଗଡ଼ୁଛି ୨ ଲକ୍ଷ ୧୯ ହଜାର ୬୭୭ ଇଭି ଗାଡ଼ି 🔴 ଛତିଶଗଡ଼ ବିଜାପୁରରେ ବଡ଼ ଏନକାଉଣ୍ଟର 🔴 ଶୀତ ଅଧିବେଶନର ଆଜି ସପ୍ତମ ଦିନ 🔴 ଆଜି ଭାରତ ଆସୁଛନ୍ତି ପୁଟିନ୍‌ 🔴 ଆଗକୁ ବଢ଼ିବ ଶୀତ 🔴 ଡିସେମ୍ବର ୩୧ ଯାଏଁ E-KYC 🔴 ୫ ଘଣ୍ଟା ଜଗା ଦର୍ଶନ ବନ୍ଦ 🔴 ଆଜି ଘୋଷଣା ହୋଇପାରେ +୨ ପରୀକ୍ଷା ତାରିଖ 🔴 କାଉଣ୍ଟର ଆଗରେ ଲମ୍ବା ଲାଇନ 🔴 ଥଣ୍ଡାରେ ଥରୁଛି ସାରା ଓଡ଼ିଶା 🔴 ରାଜ୍ୟରେ ଗଡ଼ୁଛି ୨ ଲକ୍ଷ ୧୯ ହଜାର ୬୭୭ ଇଭି ଗାଡ଼ି 🔴 ଛତିଶଗଡ଼ ବିଜାପୁରରେ ବଡ଼ ଏନକାଉଣ୍ଟର 🔴 ଶୀତ ଅଧିବେଶନର ଆଜି ସପ୍ତମ ଦିନ 🔴 ଆଜି ଭାରତ ଆସୁଛନ୍ତି ପୁଟିନ୍‌ 🔴 ଆଗକୁ ବଢ଼ିବ ଶୀତ 🔴 ଡିସେମ୍ବର ୩୧ ଯାଏଁ E-KYC 🔴 ୫ ଘଣ୍ଟା ଜଗା ଦର୍ଶନ ବନ୍ଦ 🔴 ଆଜି ଘୋଷଣା ହୋଇପାରେ +୨ ପରୀକ୍ଷା ତାରିଖ