Masthead

ଆଜିଠୁ ବିଜେପି ରାଷ୍ଟ୍ରୀୟ ଅଧିବେଶନ, ନିର୍ବାଚନ ପାଇଁ ପ୍ରସ୍ତୁତ ହେବ ଚୂଡାନ୍ତ ରଣନୀତି

ଭୁବନେଶ୍ୱର (ବଡ଼ ଖବର ବ୍ୟୁରୋ): ଆଜିଠୁ ନୂଆଦିଲ୍ଲୀରେ ଭାରତୀୟ ଜନତା ପାର୍ଟିର ଦୁଇ ଦିନିଆ ରାଷ୍ଟ୍ରୀୟ ଅଧିବେଶନ ଆରମ୍ଭ ହେବ । ଏହି ଅଧିବେଶନରେ ଆଗାମୀ ସାଧାରଣ ନିର୍ବାଚନର ଚୂଡାନ୍ତ ରଣନୀତି ପ୍ରସ୍ତୁତ କରାଯିବ । ନିଜେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ନେତାମାନଙ୍କୁ ନିର୍ବାଚନ ପାଇଁ ଗୁରୁମନ୍ତ୍ର ଦେବେ । କେମିତି ନିର୍ବାଚନ ପରିଚାଳନା କରିବେ, କେଉଁ ପ୍ରସଙ୍ଗକୁ ନେଇ ଲୋକଙ୍କ ପାଖକୁ ଯିବେ ସେ ନେଇ ଦଳୀୟ ନେତା ମାନଙ୍କୁ ଟିପ୍ସ ଦିଆଯିବ । ଦୁଇ ଦିନ ଧରି ଚାଲିବାକୁ ଥିବା ଏହି ଅଧିବେଶନକୁ ରାଷ୍ଟ୍ରୀୟ ଅଧ୍ୟକ୍ଷ ଜେପି ନଡ଼ା ଉଦଘାଟନ କରିବେ ।

ଗୃହ ମନ୍ତ୍ରୀ ଅମିତ୍ ଶାହା, ପ୍ରତିରକ୍ଷା ମନ୍ତ୍ରୀ ରାଜନାଥ ସିଂ ମଧ୍ୟ ନେତା ଓ କାର୍ଯ୍ୟକତାଙ୍କୁ ଉଦବୋଧନ ଦେବାର କାର୍ଯ୍ୟକ୍ରମ ରହିଛି ।୧୮ତାରିଖରେ ପ୍ରଧାନମନ୍ତ୍ରୀ ଅଧିବେଶନର ସମାପନ କାର୍ଯ୍ୟକ୍ରମରେ ଯୋଗ ଦେଇ ଅଭିଭାଷଣ ରଖିବେ । ବିଜେପିକୁ ତୃଣମୂଳ ସ୍ତରରେ ମଜବୁତ୍ କରିବାରେ ସହାୟକ ହେବ ବୋଲି ଦଳ ଆଶା ରଖିଛି । ଓଡ଼ିଶାରୁ ରାଜ୍ୟ ବିଜେପି ସଭାପତିଙ୍କ ସମେତ ପାଖାପାଖି ୨୮୮ ଜଣ କର୍ମକତା ଏହି ବୈଠକରେ ସାମିଲ ହେବାକୁ ଦିଲ୍ଲୀ ଗସ୍ତରେ ଯାଇଛନ୍ତି । ଏମାନଙ୍କ ମଧ୍ୟରେ ରାଷ୍ଟ୍ରୀୟ ପଦାଧିକାରୀ ଓ କାର୍ଯ୍ୟକାରିଣୀ ସଦସ୍ୟ, ସାଂସଦ ବିଧାୟକ, ରାଜ୍ୟ ପଦାଧିକାରୀ, ବିଭିନ୍ନ କମିଟି ସଦସ୍ୟ, ରାଜ୍ୟ ମୁଖପାତ୍ର, ଲୋକସଭା ପ୍ରଭାରୀ ପ୍ରମୁଖ ଅଧିବେଶନରେ ସାମିଲ ହେବେ ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ନାବାଳକ ପେଟରେ ପଶିଗଲା ସାଇକେଲ ହ୍ୟାଣ୍ଡେଲ 🔴 ଫୁଲୁଛି ମହାନଦୀ, ସନ୍ଧ୍ୟା ସୁଦ୍ଧା ଆସିପାରେ ୯ ଲକ୍ଷ କ୍ୟୁସେକ୍ ପାଣି.. 🔴 କାଦୁଅରେ ପଶି କଲବଲ ହେଲା ଦନ୍ତା 🔴 ବନ୍ୟା ସ୍ଥିତି ନେଇ ରାଜସ୍ୱ ମନ୍ତ୍ରୀଙ୍କ ସମୀକ୍ଷା ବୈଠକ 🔴 ଆଜି ଦକ୍ଷିଣ ଓ ପଶ୍ଚିମ ଓଡ଼ିଶାରେ ପ୍ରବଳ ବର୍ଷା! 🔴 ବୁଡିଗଲା ପୋଲ, ଧୋଇଗଲା ରାସ୍ତା 🔴 ମହାପ୍ରଭୁଙ୍କ ବନକଲାଗି, ୫ ଘଣ୍ଟା ଦର୍ଶନ ବନ୍ଦ 🔴 ୮ ଜିଲ୍ଲାରେ ସ୍କୁଲ୍ ଛୁଟି 🔴 ଭୂମିକମ୍ପରେ ଦୋହଲିଲା ଜାପାନ, ୭.୧ ତୀବ୍ରତାରେ କମ୍ପିଲା ଅନେକ ଅଞ୍ଚଳ 🔴 ସନ୍ଧ୍ୟା ସୁଦ୍ଧା ବଡ଼ ବନ୍ୟା 🔴 ନାବାଳକ ପେଟରେ ପଶିଗଲା ସାଇକେଲ ହ୍ୟାଣ୍ଡେଲ 🔴 ଫୁଲୁଛି ମହାନଦୀ, ସନ୍ଧ୍ୟା ସୁଦ୍ଧା ଆସିପାରେ ୯ ଲକ୍ଷ କ୍ୟୁସେକ୍ ପାଣି.. 🔴 କାଦୁଅରେ ପଶି କଲବଲ ହେଲା ଦନ୍ତା 🔴 ବନ୍ୟା ସ୍ଥିତି ନେଇ ରାଜସ୍ୱ ମନ୍ତ୍ରୀଙ୍କ ସମୀକ୍ଷା ବୈଠକ 🔴 ଆଜି ଦକ୍ଷିଣ ଓ ପଶ୍ଚିମ ଓଡ଼ିଶାରେ ପ୍ରବଳ ବର୍ଷା! 🔴 ବୁଡିଗଲା ପୋଲ, ଧୋଇଗଲା ରାସ୍ତା 🔴 ମହାପ୍ରଭୁଙ୍କ ବନକଲାଗି, ୫ ଘଣ୍ଟା ଦର୍ଶନ ବନ୍ଦ 🔴 ୮ ଜିଲ୍ଲାରେ ସ୍କୁଲ୍ ଛୁଟି 🔴 ଭୂମିକମ୍ପରେ ଦୋହଲିଲା ଜାପାନ, ୭.୧ ତୀବ୍ରତାରେ କମ୍ପିଲା ଅନେକ ଅଞ୍ଚଳ 🔴 ସନ୍ଧ୍ୟା ସୁଦ୍ଧା ବଡ଼ ବନ୍ୟା