ଆଜି ଉତକ୍ଷେପଣ ହେବ ପାଣିପାଗ ସାଟେଲାଇଟ ଇନସାଟ-ଥ୍ରୀ-ଡିଏସ

ଆନ୍ଧ୍ରପ୍ରଦେଶ (ବଡ଼ ଖବର ବ୍ୟୁରୋ):ଚନ୍ଦ୍ରଯାନ-୩ ଓ ଆଦିତ୍ୟ ଏଲ-୧ ର ସଫଳତା ପରେ ଆଜି ମହାକାଶକୁ ପୁଣି ଏକ ସାଟେଲାଇଟ ପଠାଇବ ଭାରତ । ପାଣିପାଗ ସାଟେଲାଇଟ ଇନ୍‌ସାଟ୍‌-୩ଡିଏସର ଉତକ୍ଷେପଣ ପାଇଁ ସରି ସରି ଆସୁଛି କାଉଣ୍ଟଡାଉନ । ଆନ୍ଧ୍ରପ୍ରଦେଶ ଶ୍ରୀହରିକୋଟାସ୍ଥିତ ସତୀଶ ଧାଓ୍ବନ ମହାକାଶ କେନ୍ଦ୍ରରୁ ସନ୍ଧ୍ୟା ୫ଟା ୩୫ ମିନିଟ୍‌ରେ ଉତ୍‌କ୍ଷେପଣ କରାଯିବ ବୋଲି ଭାରତୀୟ ମହକାଶ ଗବେଷଣା ସଂସ୍ଥା ପକ୍ଷରୁ କୁହାଯାଇଛି। GSLV-F14ରକେଟ୍ ସାହାଯ୍ୟରେ ଏହାକୁ ନିର୍ଦ୍ଧାରିତ କକ୍ଷପଥରେ ଅବସ୍ଥାପିତ କରାଯିବ।

ଏହି ସାଟେଲାଇଟ ପାଣିପାଗ ପୂର୍ବାନୁମାନ ଏବଂ ବିପର୍ଯ୍ୟୟ ସଂପର୍କିତ ଆଗୁଆ ସତର୍କ ସୂଚନା ଦେବାରେ ସହାୟକ ହେବ ବୋଲି କହିଛି ଭାରତୀୟ ମହାକାଶ ଗବେଷଣା ସଂସ୍ଥା ଇସ୍ରୋ। କେନ୍ଦ୍ର ପୃଥିବୀ ବିଜ୍ଞାନ ମନ୍ତ୍ରାଳୟ ପକ୍ଷରୁ ଏହି ସାଟେଲାଇଟ ତିଆରି କରାଯାଇଛି । ତୃତୀୟ ପିଢ଼ି ପାଣିପାଗ ସାଟେଲାଇଟ୍‌ର ଏହା ଏକ ଅନୁବର୍ତ୍ତୀ ମିଶନ। ଉକ୍ତ ସାଟେଲାଇଟ୍‌କୁ ଭୂସ୍ଥିର କକ୍ଷପଥରେ ସ୍ଥାପନ କରାଯିବ। ଏଥିପାଇଁ ୨୭.୫ ଘଣ୍ଟାର ଅବଗଣନା ଆରମ୍ଭ ହୋଇଥିବା ଇସ୍ରୋ କହିଛି।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଜଳବନ୍ଦୀଙ୍କୁ କରାଯିବ ଏୟାରଲିଫ୍ଟ 🔴 ୧୮ରୁ ବିଧାନସଭା ଅଧିବେଶନ 🔴 ୭ ଜିଲ୍ଲାକୁ ରେଡ୍ ୱାର୍ଣ୍ଣିଂ 🔴 ନୀଳଗିରି ବସ୍‌ଷ୍ଟାଣ୍ଡ ନିକଟ ପେଟ୍ରୋଲ ପମ୍ପରେ ବିସ୍ଫୋରଣ 🔴 ଆସନ୍ତାକାଲି ପର୍ଯ୍ୟନ୍ତ ଓଡ଼ିଶା ପାଇଁ ଗୁରୁତ୍ବପୂର୍ଣ୍ଣ 🔴 ସଂଧ୍ୟା ସୁଦ୍ଧା ମାଲକାନଗିରି ଦେଇ ଯିବ ‘ଅର୍ଣ୍ଣବ’ 🔴 ‘ମାଲକାନଗିରି ବେଶୀ ପ୍ରଭାବିତ’ 🔴 IAS ସ୍ତରରେ ଅଦଳବଦଳ 🔴 ଘରେ ପଶିଲେ, ଲୁଟିଲେ..ଟିଭି ଭାଙ୍ଗି ଚାଲିଗଲେ 🔴 ଅତି ଭୀଷଣ ବାତ୍ୟା ରୂପ ନେଲା ‘ଅର୍ଣ୍ଣବ’ 🔴 ଜଳବନ୍ଦୀଙ୍କୁ କରାଯିବ ଏୟାରଲିଫ୍ଟ 🔴 ୧୮ରୁ ବିଧାନସଭା ଅଧିବେଶନ 🔴 ୭ ଜିଲ୍ଲାକୁ ରେଡ୍ ୱାର୍ଣ୍ଣିଂ 🔴 ନୀଳଗିରି ବସ୍‌ଷ୍ଟାଣ୍ଡ ନିକଟ ପେଟ୍ରୋଲ ପମ୍ପରେ ବିସ୍ଫୋରଣ 🔴 ଆସନ୍ତାକାଲି ପର୍ଯ୍ୟନ୍ତ ଓଡ଼ିଶା ପାଇଁ ଗୁରୁତ୍ବପୂର୍ଣ୍ଣ 🔴 ସଂଧ୍ୟା ସୁଦ୍ଧା ମାଲକାନଗିରି ଦେଇ ଯିବ ‘ଅର୍ଣ୍ଣବ’ 🔴 ‘ମାଲକାନଗିରି ବେଶୀ ପ୍ରଭାବିତ’ 🔴 IAS ସ୍ତରରେ ଅଦଳବଦଳ 🔴 ଘରେ ପଶିଲେ, ଲୁଟିଲେ..ଟିଭି ଭାଙ୍ଗି ଚାଲିଗଲେ 🔴 ଅତି ଭୀଷଣ ବାତ୍ୟା ରୂପ ନେଲା ‘ଅର୍ଣ୍ଣବ’