ଦିଲ୍ଲୀରେ ମାଲବାହୀ ଟ୍ରେନର ୮ବଗି ଲାଇନଚ୍ୟୁତ

ନୂଆଦିଲ୍ଲୀ (ବଡ଼ ଖବର ବ୍ୟୁରୋ): ଟ୍ରାକରୁ ଖସିଲା ମାଲବାହୀ ଟ୍ରେନ ୮ଟି ବଗି ଲାଇନଚୁ୍ୟତ । ଦିଲ୍ଲୀରେ ନାଗର-ଦୟାବସ୍ତି ସେକ୍ସନର ଏକ ମାଲଗାଡ଼ି ଟ୍ରେନର ଆଠଟି କୋଚ ଲାଇନ ଚ୍ୟୁତ ହୋଇଛି। ଜଖିରା ଫ୍ଲାଏ ଓଭର ନିକଟରେ ଏହି ଦୁର୍ଘଟଣା ଘଟିଛି। ଦୁର୍ଘଟଣା ସମ୍ପର୍କରେ ସୂଚନା ପାଇବା ପରେ ରେଳବାଇ ଏବଂ ଦମକଳ ବାହିନୀଘଟଣାସ୍ଥଳରେ ପହଞ୍ଚି ଉଦ୍ଧାର କାର୍ଯ୍ୟ ଜରି ରଖିଛି । ତେବେ ଏହା ତଳେ କିଛି ଲୋକ ଚାପି ରହିଥିବା ଅନୁମାନ କରାଯାଉଛି।

ସାଧାରଣତଃ ଏହି ଅଞ୍ଚଳର ଟ୍ରାକ ଆଖପାଖରେ ବସ୍ତି ଥିବାରୁ କିଛି ଲୋକ କ୍ଷତିଗ୍ରସ୍ତ ହୋଇଥିବା ଆଶଙ୍କା କରାଯାଉଛି। ସୂଚନା ଅନୁସାରେ ଆଜି ଦିନ ୧୧.୫୨ ମିନିଟ୍‌ରେ ମାଲବାହୀ ଟ୍ରେନ୍‌ ଦୁର୍ଘଟଣାଗ୍ରସ୍ତ ହୋଇଛି। ୮ଟି ବଗି ଟ୍ରାକରୁ ଲାଇନଚ୍ୟୁତ୍ ହୋଇଛି। ଏହି ମାଲବାହୀ ଗାଡ଼ିରେ ଲୁହା ସିଟ୍‌ ଥିବା କୁହାଯାଉଛି। ଅନ୍ୟପକ୍ଷରେ ଏହି ଦୁର୍ଘଟଣାରେ କ୍ଷୟକ୍ଷତି ନେଇ ଏପର୍ଯ୍ୟନ୍ତ କୌଣସି ସ୍ପଷ୍ଟ ସୂଚନା ମିଳିପାରିନାହିଁ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଚୌଦ୍ୱାର ଜେଲ କଳି ବଢାଇଲା ଅଡ଼ୁଆ 🔴 ଭଞ୍ଜନଗର ଗିଡ଼ିପାବାଲି ଗାଁରେ ଧସିଲା ପାହାଡ଼, ୧୨ ନିଖୋଜ 🔴 ଗଞ୍ଜାମ ଯିବେ ମୁଖ୍ୟମନ୍ତ୍ରୀ 🔴 ଜଳବନ୍ଦୀଙ୍କୁ କରାଯିବ ଏୟାରଲିଫ୍ଟ 🔴 ୧୮ରୁ ବିଧାନସଭା ଅଧିବେଶନ 🔴 ୭ ଜିଲ୍ଲାକୁ ରେଡ୍ ୱାର୍ଣ୍ଣିଂ 🔴 ନୀଳଗିରି ବସ୍‌ଷ୍ଟାଣ୍ଡ ନିକଟ ପେଟ୍ରୋଲ ପମ୍ପରେ ବିସ୍ଫୋରଣ 🔴 ଆସନ୍ତାକାଲି ପର୍ଯ୍ୟନ୍ତ ଓଡ଼ିଶା ପାଇଁ ଗୁରୁତ୍ବପୂର୍ଣ୍ଣ 🔴 ସଂଧ୍ୟା ସୁଦ୍ଧା ମାଲକାନଗିରି ଦେଇ ଯିବ ‘ଅର୍ଣ୍ଣବ’ 🔴 ‘ମାଲକାନଗିରି ବେଶୀ ପ୍ରଭାବିତ’ 🔴 ଚୌଦ୍ୱାର ଜେଲ କଳି ବଢାଇଲା ଅଡ଼ୁଆ 🔴 ଭଞ୍ଜନଗର ଗିଡ଼ିପାବାଲି ଗାଁରେ ଧସିଲା ପାହାଡ଼, ୧୨ ନିଖୋଜ 🔴 ଗଞ୍ଜାମ ଯିବେ ମୁଖ୍ୟମନ୍ତ୍ରୀ 🔴 ଜଳବନ୍ଦୀଙ୍କୁ କରାଯିବ ଏୟାରଲିଫ୍ଟ 🔴 ୧୮ରୁ ବିଧାନସଭା ଅଧିବେଶନ 🔴 ୭ ଜିଲ୍ଲାକୁ ରେଡ୍ ୱାର୍ଣ୍ଣିଂ 🔴 ନୀଳଗିରି ବସ୍‌ଷ୍ଟାଣ୍ଡ ନିକଟ ପେଟ୍ରୋଲ ପମ୍ପରେ ବିସ୍ଫୋରଣ 🔴 ଆସନ୍ତାକାଲି ପର୍ଯ୍ୟନ୍ତ ଓଡ଼ିଶା ପାଇଁ ଗୁରୁତ୍ବପୂର୍ଣ୍ଣ 🔴 ସଂଧ୍ୟା ସୁଦ୍ଧା ମାଲକାନଗିରି ଦେଇ ଯିବ ‘ଅର୍ଣ୍ଣବ’ 🔴 ‘ମାଲକାନଗିରି ବେଶୀ ପ୍ରଭାବିତ’