Masthead

ବିଧାୟକ ଅନନ୍ତ ଦାସଙ୍କ ସ୍ୱାସ୍ଥ୍ୟାବସ୍ଥା ଗୁରୁତର, ଆଇସିୟୁରେ ଭର୍ତ୍ତି

ବାଲେଶ୍ୱର (ବଡ଼ ଖବର ବ୍ୟୁରୋ): ଭୋଗରାଇ ବିଧାୟକ ଅନନ୍ତ ଦାସ ଅସୁସ୍ଥ । ୮୩ ବର୍ଷୀୟ ଅନନ୍ତ ଦାସଙ୍କ ଚାଲିଛି ଚିକିତ୍ସା ।  ଆଇସିୟୁରେ ଭର୍ତ୍ତି କରାଯାଇଛି । ବୟସାଧିକ କାରଣରୁ ଗତ କିଛି ଦିନ ହେବ ସେ ସ୍ୱାସ୍ଥ୍ୟଗତ ସମସ୍ୟାର ଦେଖାଦେଇଥିଲା ଗତକାଲି ସଂଧ୍ୟାରେ ସେ ନିଶ୍ୱାସ ନେବାରେ କଷ୍ଟ ଅନୁଭବ କରିଥିଲେ । ପରିବାର ଲୋକେ ତୁରନ୍ତ ତାଙ୍କୁ ବାଲେଶ୍ୱର ଫକୀରମୋହନ ମେଡିକାଲ କଲେଜ ହସ୍ପିଟାଲରେ ଭର୍ତ୍ତି କରାଇଛନ୍ତି । ବିଧାୟକ ଅନନ୍ତ ଦାସ ଏବେ ଆଇସିୟୁରେ ଚିକିତ୍ସାଧୀନ ଅଛନ୍ତି । ଦୁଇ ଜଣ ବରିଷ୍ଠ ଡାକ୍ତର ବିଧାୟକଙ୍କ ଚିକିତ୍ସା କରୁଛନ୍ତି ।

ପୂର୍ବତନ ମନ୍ତ୍ରୀ, ବାଲେଶ୍ୱର ଜିଲ୍ଲା ଯୋଜନା ବୋର୍ଡର ଅଧ୍ୟକ୍ଷ ତଥା ଭୋଗରାଇ ବିଧାୟକ ଅନନ୍ତ ଦାସ ଅସୁସ୍ଥ । ଏହା ପୂର୍ବରୁ ସେ ଆପୋଲୋ ହସ୍ପିଟାଲ୍‌ରେ ଭର୍ତ୍ତି ହୋଇଥିଲେ । ଚିକିତ୍ସା ପରେ ସେ ହସ୍ପିଟାଲରୁ ଡିସଚାର୍ଡ ହୋଇଥିଲେ । ଗତ ୨୦୧୯ ନିର୍ବାଚନରେ ପ୍ରତିପକ୍ଷ ପ୍ରତିଦ୍ୱନ୍ଦୀଙ୍କୁ ହରାଇଥିଲେ ଅନନ୍ତ ଦାସ ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଶ୍ରୀମନ୍ଦିରରେ ନାବାଳକକୁ ମାଡ଼! 🔴 ପବିତ୍ର ଶ୍ରୀପଞ୍ଚମୀରେ ବିଦ୍ୟାଦାତ୍ରୀ ମା’ ସରସ୍ବତୀଙ୍କୁ ଆବାହନ 🔴 ୭୨ ପ୍ରଧାନଶିକ୍ଷକଙ୍କ ଦରମା ବନ୍ଦ 🔴 ରାଜ୍ୟସଭା ନିର୍ବାଚନ ପାଇଁ ପ୍ରକ୍ରିୟା ଆରମ୍ଭ 🔴 ନୂଆ ହିତାଧିକାରୀଙ୍କୁ ଆଜି ମିଳିବ ସୁଭଦ୍ରା ଟଙ୍କା 🔴 ରାଜ୍ୟରେ କମିଲା ଶୀତ 🔴 ଆଜି ମହାପ୍ରଭୁଙ୍କ ଦୁର୍ଲ୍ଲଭ ପଦ୍ମବେଶ 🔴 ରଥ ତିଆରି ପାଇଁ ଗଲା ରଥ କାଠ 🔴 ବିଜାପୁରରେ ଏନକାଉଣ୍ଟର, ୬ ମାଓବାଦୀ ନିହତ 🔴 ଜଳିଗଲା ୧ନଂ ହାଟ 🔴 ଶ୍ରୀମନ୍ଦିରରେ ନାବାଳକକୁ ମାଡ଼! 🔴 ପବିତ୍ର ଶ୍ରୀପଞ୍ଚମୀରେ ବିଦ୍ୟାଦାତ୍ରୀ ମା’ ସରସ୍ବତୀଙ୍କୁ ଆବାହନ 🔴 ୭୨ ପ୍ରଧାନଶିକ୍ଷକଙ୍କ ଦରମା ବନ୍ଦ 🔴 ରାଜ୍ୟସଭା ନିର୍ବାଚନ ପାଇଁ ପ୍ରକ୍ରିୟା ଆରମ୍ଭ 🔴 ନୂଆ ହିତାଧିକାରୀଙ୍କୁ ଆଜି ମିଳିବ ସୁଭଦ୍ରା ଟଙ୍କା 🔴 ରାଜ୍ୟରେ କମିଲା ଶୀତ 🔴 ଆଜି ମହାପ୍ରଭୁଙ୍କ ଦୁର୍ଲ୍ଲଭ ପଦ୍ମବେଶ 🔴 ରଥ ତିଆରି ପାଇଁ ଗଲା ରଥ କାଠ 🔴 ବିଜାପୁରରେ ଏନକାଉଣ୍ଟର, ୬ ମାଓବାଦୀ ନିହତ 🔴 ଜଳିଗଲା ୧ନଂ ହାଟ