Masthead

ବିଧାୟକ ଅନନ୍ତ ଦାସଙ୍କ ସ୍ୱାସ୍ଥ୍ୟାବସ୍ଥା ଗୁରୁତର, ଆଇସିୟୁରେ ଭର୍ତ୍ତି

ବାଲେଶ୍ୱର (ବଡ଼ ଖବର ବ୍ୟୁରୋ): ଭୋଗରାଇ ବିଧାୟକ ଅନନ୍ତ ଦାସ ଅସୁସ୍ଥ । ୮୩ ବର୍ଷୀୟ ଅନନ୍ତ ଦାସଙ୍କ ଚାଲିଛି ଚିକିତ୍ସା ।  ଆଇସିୟୁରେ ଭର୍ତ୍ତି କରାଯାଇଛି । ବୟସାଧିକ କାରଣରୁ ଗତ କିଛି ଦିନ ହେବ ସେ ସ୍ୱାସ୍ଥ୍ୟଗତ ସମସ୍ୟାର ଦେଖାଦେଇଥିଲା ଗତକାଲି ସଂଧ୍ୟାରେ ସେ ନିଶ୍ୱାସ ନେବାରେ କଷ୍ଟ ଅନୁଭବ କରିଥିଲେ । ପରିବାର ଲୋକେ ତୁରନ୍ତ ତାଙ୍କୁ ବାଲେଶ୍ୱର ଫକୀରମୋହନ ମେଡିକାଲ କଲେଜ ହସ୍ପିଟାଲରେ ଭର୍ତ୍ତି କରାଇଛନ୍ତି । ବିଧାୟକ ଅନନ୍ତ ଦାସ ଏବେ ଆଇସିୟୁରେ ଚିକିତ୍ସାଧୀନ ଅଛନ୍ତି । ଦୁଇ ଜଣ ବରିଷ୍ଠ ଡାକ୍ତର ବିଧାୟକଙ୍କ ଚିକିତ୍ସା କରୁଛନ୍ତି ।

ପୂର୍ବତନ ମନ୍ତ୍ରୀ, ବାଲେଶ୍ୱର ଜିଲ୍ଲା ଯୋଜନା ବୋର୍ଡର ଅଧ୍ୟକ୍ଷ ତଥା ଭୋଗରାଇ ବିଧାୟକ ଅନନ୍ତ ଦାସ ଅସୁସ୍ଥ । ଏହା ପୂର୍ବରୁ ସେ ଆପୋଲୋ ହସ୍ପିଟାଲ୍‌ରେ ଭର୍ତ୍ତି ହୋଇଥିଲେ । ଚିକିତ୍ସା ପରେ ସେ ହସ୍ପିଟାଲରୁ ଡିସଚାର୍ଡ ହୋଇଥିଲେ । ଗତ ୨୦୧୯ ନିର୍ବାଚନରେ ପ୍ରତିପକ୍ଷ ପ୍ରତିଦ୍ୱନ୍ଦୀଙ୍କୁ ହରାଇଥିଲେ ଅନନ୍ତ ଦାସ ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଟେଲିଗ୍ରାମ ଉପରେ ସରକାରୀ ବ୍ୟାନ ବଜାୟ ରଖିଲେ ହାଇକୋର୍ଟ 🔴 ବାବୁଙ୍କ ଘରୁ ମିଳିଲାଣି ଅଧାକିଲୋ ସୁନା 🔴 ପୁଣି ରାଜନୀତିକୁ ନେଇ ମନ୍ତବ୍ୟ ଦେଲେ ପାଣ୍ଡିଆନ 🔴 ଆଜି ଆସୁଛନ୍ତି ରାଷ୍ଟ୍ରପତି 🔴 ସମ୍ବଲପୁରରେ ଶୀତଳଷଷ୍ଠୀର ଧୁମ୍ 🔴 ଆସନ୍ତାକାଲି ଓଡିଶା ଆସିବେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ 🔴 ଅନୁଗୁଳରେ ଡବଲ ଏନକାଉଣ୍ଟର 🔴 ଆସନ୍ତା ୨୨ ତାରିଖ ଯାଏଁ ପ୍ରବଳ ଛେଚିବ 🔴 ୪୦୨ରନ୍ ଭାରତକୁ ବିଜୟ ଦେଇପାରେ 🔴 ପାଠ୍ୟପୁସ୍ତକ ପ୍ରସ୍ତୁତି କର୍ତ୍ତା ଓଡ଼ିଶା ଓ ଓଡ଼ିଆ ବୁଝନ୍ତି ତ? 🔴 ଟେଲିଗ୍ରାମ ଉପରେ ସରକାରୀ ବ୍ୟାନ ବଜାୟ ରଖିଲେ ହାଇକୋର୍ଟ 🔴 ବାବୁଙ୍କ ଘରୁ ମିଳିଲାଣି ଅଧାକିଲୋ ସୁନା 🔴 ପୁଣି ରାଜନୀତିକୁ ନେଇ ମନ୍ତବ୍ୟ ଦେଲେ ପାଣ୍ଡିଆନ 🔴 ଆଜି ଆସୁଛନ୍ତି ରାଷ୍ଟ୍ରପତି 🔴 ସମ୍ବଲପୁରରେ ଶୀତଳଷଷ୍ଠୀର ଧୁମ୍ 🔴 ଆସନ୍ତାକାଲି ଓଡିଶା ଆସିବେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ 🔴 ଅନୁଗୁଳରେ ଡବଲ ଏନକାଉଣ୍ଟର 🔴 ଆସନ୍ତା ୨୨ ତାରିଖ ଯାଏଁ ପ୍ରବଳ ଛେଚିବ 🔴 ୪୦୨ରନ୍ ଭାରତକୁ ବିଜୟ ଦେଇପାରେ 🔴 ପାଠ୍ୟପୁସ୍ତକ ପ୍ରସ୍ତୁତି କର୍ତ୍ତା ଓଡ଼ିଶା ଓ ଓଡ଼ିଆ ବୁଝନ୍ତି ତ?