Masthead

ଆଜିଠୁ ମାଟ୍ରିକ ପରୀକ୍ଷା

ଭୁବନେଶ୍ୱର (ବଡ଼ ଖବର ବ୍ୟୁରୋ): ଆଜିଠୁ ମାଟ୍ରିକ ପରୀକ୍ଷା । କପି ରୋକିବାକୁ ନୂଆ ଫର୍ମୂଲା ସ୍ୱରୂପ, ଏଥର ଦେଢ ଘଣ୍ଟା ପୂର୍ବରୁ ପରୀକ୍ଷା ହଲକୁ ପଶିବେ ପରୀକ୍ଷାର୍ଥୀ। ଅର୍ଥାତ୍ ସକାଳ ୯ ଟାରେ ପରୀକ୍ଷା ଥିବାବେଳେ ସାଢ଼େ ୭ରୁ ପରୀକ୍ଷା କେନ୍ଦ୍ରକୁ ପରୀକ୍ଷାର୍ଥୀଙ୍କୁ ଛଡାଯିବ । ପରୀକ୍ଷା ସୁପରିଚାଳନା ପାଇଁ ଏଥର ବିଶେଷ ବ୍ୟବସ୍ଥା କରିଛି ବୋର୍ଡ । ମାତୃଭାଷାରେ ପ୍ରଥମ ପରୀକ୍ଷା ଦେବେ ଛାତ୍ରଛାତ୍ରୀ ।

ଆଜିଠୁ ଆରମ୍ଭ ହେଉଥିବା ମାଟ୍ରିକ ପରୀକ୍ଷା ମାର୍ଚ୍ଚ ୪ ତାରିଖ ଯାଏଁ ଚାଲିବ । ରାଜ୍ୟର ୨ହଜାର ୯୯୧ଟି କେନ୍ଦ୍ରରେ ମାଟ୍ରିକ ପରୀକ୍ଷା ଦେବେ ୫ଲକ୍ଷ ୫୧ ହଜାର ପରୀକ୍ଷାର୍ଥୀ । ସକାଳ ୯ଟାରୁ ପରୀକ୍ଷା ଆରମ୍ଭ ହୋଇ ଦିନ ସାଢେ ୧୧ଟାରେ ସରିବ । ପରୀକ୍ଷା ଆରମ୍ଭ ହେବାର ଦେଢ଼ ଘଣ୍ଟା ପୂର୍ବରୁ ହଲକୁ ପ୍ରବେଶ କରିବେ ପରିକ୍ଷାର୍ଥୀ । ଅର୍ଥାତ୍ ସକାଳ ୭ଟା ୩୦ ଛାତ୍ରଛାତ୍ରୀ ପରୀକ୍ଷା ହଲରେ ପ୍ରବେଶ କରିବେ । ୮ଟା ୪୫ ମିନିଟରେ ପ୍ରଶ୍ନପତ୍ର ବଣ୍ଟାଯିବ ଓ ସକାଳ ୯ଟାରୁ ଆରମ୍ଭ ହେବ ପରୀକ୍ଷା ।

କୌଣସି କାରଣରୁ ଯଦି ପରୀକ୍ଷାର୍ଥୀ ୯ଟା ପରେ ଅର୍ଥାତ ପରୀକ୍ଷା ଆରମ୍ଭ ହେବା ପରେ ଆସନ୍ତି, ତେବେ ସେମାନଙ୍କୁ ମଧ୍ୟ ସୁଯୋଗ ଦିଆଯିବ ବୋଲି ବୋର୍ଡ ପକ୍ଷରୁ ସୂଚନା ଦିଆଯାଇଛି । ସେହିପରି କପି ରୋକିବାକୁ ୪୨ଟି ବୋର୍ଡ ସ୍କ୍ୱାର୍ଡ, ୭୨ଟି ଫ୍ଲାଇଂ ସ୍କ୍ୱାର୍ଡ ଗଠନ ହୋଇଛି । ପରୀକ୍ଷାକୁ ଜଗିବ ଆର୍ଟିଫିସିଆଲ ଇଂଟେଲିଜେନ୍ସ କ୍ୟାମେରା ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ୪ରୁ ରାଜ୍ୟରେ ବଢ଼ିବ ଓମ୍‌ଫେଡ୍ କ୍ଷୀର ଦର 🔴 ୧୩ରେ ଲଘୁଚାପ, ୧୫ରେ ଅବପାତ ସମ୍ଭାବନା 🔴 ପାର୍ବଣ ଆରମ୍ଭରୁ ମହଙ୍ଗା ମାଡ଼; ବଢ଼ିଲା କମର୍ସିଆଲ LPG ସିଲିଣ୍ଡରର ଦର 🔴 ଲସ୍କର-ଏ-ତୋଏବାର ଆତଙ୍କୀ ମହମ୍ମଦ ଆସିଫ ନିହତ 🔴 ଭକ୍ତଙ୍କ ପାଇଁ ଖୋଲିଲା ଶ୍ରୀଗୁଣ୍ଡିଚା ମନ୍ଦିର; ୩ ଦିନ ସମ୍ପୂର୍ଣ୍ଣ ମାଗଣା ଦର୍ଶନ 🔴 ନବନିର୍ମାଣ କୃଷକ ସଂଗଠନର ୧୨ ଘଣ୍ଟିଆ ଓଡ଼ିଶା ବନ୍ଦ ଡାକରା 🔴 ପୁରୀରେ ଖଜା ଗୋଦାମରେ ରେଡ୍ 🔴 ହନୁମାନ ଛକରେ ଗୁଳିକାଣ୍ଡ 🔴 ଘାଇ ଆଣିଲା ବିପଦ 🔴 ‘ନିଆଳିରେ ୨୭୫ ଅପମିଶ୍ରିତକାରୀଙ୍କ ନାଁରେ ଏତଲା’ 🔴 ୪ରୁ ରାଜ୍ୟରେ ବଢ଼ିବ ଓମ୍‌ଫେଡ୍ କ୍ଷୀର ଦର 🔴 ୧୩ରେ ଲଘୁଚାପ, ୧୫ରେ ଅବପାତ ସମ୍ଭାବନା 🔴 ପାର୍ବଣ ଆରମ୍ଭରୁ ମହଙ୍ଗା ମାଡ଼; ବଢ଼ିଲା କମର୍ସିଆଲ LPG ସିଲିଣ୍ଡରର ଦର 🔴 ଲସ୍କର-ଏ-ତୋଏବାର ଆତଙ୍କୀ ମହମ୍ମଦ ଆସିଫ ନିହତ 🔴 ଭକ୍ତଙ୍କ ପାଇଁ ଖୋଲିଲା ଶ୍ରୀଗୁଣ୍ଡିଚା ମନ୍ଦିର; ୩ ଦିନ ସମ୍ପୂର୍ଣ୍ଣ ମାଗଣା ଦର୍ଶନ 🔴 ନବନିର୍ମାଣ କୃଷକ ସଂଗଠନର ୧୨ ଘଣ୍ଟିଆ ଓଡ଼ିଶା ବନ୍ଦ ଡାକରା 🔴 ପୁରୀରେ ଖଜା ଗୋଦାମରେ ରେଡ୍ 🔴 ହନୁମାନ ଛକରେ ଗୁଳିକାଣ୍ଡ 🔴 ଘାଇ ଆଣିଲା ବିପଦ 🔴 ‘ନିଆଳିରେ ୨୭୫ ଅପମିଶ୍ରିତକାରୀଙ୍କ ନାଁରେ ଏତଲା’