Masthead

ଆତ୍ମହତ୍ୟା ନୁହେଁ ଯୋଜନାବଦ୍ଧ ହତ୍ୟା ଅଭିଯୋଗ

ବଲାଙ୍ଗୀର (ବଡ଼ ଖବର ବ୍ୟୁରୋ): ସ୍କୁଲ ହଷ୍ଟେଲ ପାଇଖାନାରୁ ମାଟ୍ରିକ୍ ଛାତ୍ରଙ୍କ ମୃତଦେହ ଉଦ୍ଧାର । ମୃତ ଛାତ୍ର ଜଣକ ହେଲେ ସଦର ଥାନା ତଲିଉଡ଼ାର ଗାଁର ବିନାୟକ ପ୍ରଧାନ । ବିନାୟକ ବଲାଙ୍ଗୀର କାମାକ୍ଷିନଗର ବିଶ୍ବାତ୍ମା ବିଦ୍ୟା ମନ୍ଦିର ସ୍କୁଲର ଦଶମ ଶ୍ରେଣୀ ଛାତ୍ର । ସ୍କୁଲ ହଷ୍ଟେଲରେ ରହି ପାଠ ପଢୁଥିଲେ । ସେ ଜଣେ ମେଧାବୀ ଛାତ୍ର ଥିଲେ । ଭଲ ପାଠ ପଡୁଥିଲେ ତେଣୁ ପରିବାର ଲୋକେ ତାଙ୍କୁ ହଷ୍ଟେଲରେ ରଖି ପାଠ ପଢ଼ାଉଥିଲେ ।

ପରୀକ୍ଷା ଥିବାରୁ ଗତ ରବିବାର ଦିନ ବାପା ରାତ୍ର ପ୍ରଧାନ ତାଙ୍କୁ ଦେଖିବାକୁ ଆସିଥିଲେ । ସେ କୌଣସି ଚାପରେ ନଥିଲେ । ପରୀକ୍ଷାରେ ୯୫ ପ୍ରତିଶତ ମାର୍କ ଆସିବ ବୋଲି କହିଥିଲେ । ତେବେ ସେ କହିକି ବିଳମ୍ବିତ ରାତିରେ ଉଠି ଆତ୍ମହତ୍ୟା କରିବ ବୋଲି ପରିବାର ଲୋକେ ଅଭିଯୋଗ କରିଛନ୍ତି । ତାକୁ ଯୋଜନାବଦ୍ଧ ଭାବେ ହତ୍ୟା କରିଥିବା ପରିବାର ଲୋକେ ଅଭିଯୋଗ ଆଣିଛନ୍ତି । ଆଜି ମାଟ୍ରିକ୍ ପରୀକ୍ଷା ଦେଇଥାନ୍ତେ ତାପୂର୍ବରୁ ବେକରେ ଗାମୁଛା ଲଗାଇ ଆତ୍ମହତ୍ୟା କଲେ ଛାତ୍ର ।

ହେଲେ ଗତକାଲି ବିଳମ୍ବିତ ରାତି ୧୨ଟା ପର୍ଯ୍ୟନ୍ତ ସହପାଠୀମାନଙ୍କ ସହ ପାଠ ପଢି ଶୋଇବାକୁ ଯାଇଥିଲେ । କିଛି ସମୟ ପରେ ହଷ୍ଟେଲ ବାଥରୁମରେ ବିନାୟକ ଝୁଲୁଥିବା ସ୍କୁଲ କର୍ତ୍ତୃପକ୍ଷ ଦେଖିବାକୁ ପାଇଥିଲେ । ଗାମୁଛାରେ ବେକରେ ଫାଶ ଲଗାଇ ଆତ୍ମହତ୍ୟା କରିଥିବା କହିଛନ୍ତି ସ୍କୁଲ କର୍ତ୍ତୃପକ୍ଷ । ଝୁଲନ୍ତା ଅବସ୍ଥାରେ ଉଦ୍ଧାର କରି ମେଡିକାଲକୁ ଅଣା ଯାଇଥିଲା ଡାକ୍ତର ତାଙ୍କୁ ମୃତ ଘୋଷଣା କରିଥିଲେ । ତେବେ ଏହା ଆତ୍ମହତ୍ୟା ନୁହେ ହତ୍ୟା କରାଯାଇଛି ବୋଲି ଅଭିଯୋଗ କରିଛନ୍ତି ମୃତ ଛାତ୍ରଙ୍କ ବାପା । ଟାଉନ୍ ଥାନା ପୋଲିସ ପହଞ୍ଚି ଶବ ଜବତ କରି ବ୍ୟବଚ୍ଛେଦ ପାଇଁ ପଠାଇଛି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ବନ୍ୟାପାଣି ଘେରରେ ଜୀବନ 🔴 ଘାନାରେ ମୋଦିଙ୍କୁ ସର୍ବୋଚ୍ଚ ସମ୍ମାନରେ ସମ୍ମାନିତ 🔴 ଅତି ପ୍ରବଳ ବର୍ଷା ନେଇ ୭ ଜିଲ୍ଲାକୁ ଆଲର୍ଟ 🔴 ଆତଙ୍କୀଙ୍କ ଆଡ୍ଡା ପାଲଟିଛି ଗଞ୍ଜାମ,୨୪ ଘଣ୍ଟା ମଧ୍ୟରେ ହୋଇଛି ୩ ହତ୍ୟାକାଣ୍ଡ 🔴 ରେଳଧାରଣାକୁ ଧସିଲା ମାଟି 🔴 ଜେଲ ଯିବେ ଶେଖ ହାସିନା 🔴 ପାଣି ଘେରରେ ଭୋଗରାଇ ବ୍ଳକର ୧୫ଟି ପଞ୍ଚାୟତର ୩୦ ଗାଁ 🔴 ଆଜିଠୁ ବାହୁଡ଼ା ପ୍ରସ୍ତୁତି, ଦକ୍ଷିଣ ମୋଡ଼ ନେବ ୩ ରଥ 🔴 ୩ ଦିନ ପ୍ରବଳ ବର୍ଷିବ 🔴 ଓଏଏସ୍ ଓ ଓଆରଏସଙ୍କ ଛୁଟି 🔴 ବନ୍ୟାପାଣି ଘେରରେ ଜୀବନ 🔴 ଘାନାରେ ମୋଦିଙ୍କୁ ସର୍ବୋଚ୍ଚ ସମ୍ମାନରେ ସମ୍ମାନିତ 🔴 ଅତି ପ୍ରବଳ ବର୍ଷା ନେଇ ୭ ଜିଲ୍ଲାକୁ ଆଲର୍ଟ 🔴 ଆତଙ୍କୀଙ୍କ ଆଡ୍ଡା ପାଲଟିଛି ଗଞ୍ଜାମ,୨୪ ଘଣ୍ଟା ମଧ୍ୟରେ ହୋଇଛି ୩ ହତ୍ୟାକାଣ୍ଡ 🔴 ରେଳଧାରଣାକୁ ଧସିଲା ମାଟି 🔴 ଜେଲ ଯିବେ ଶେଖ ହାସିନା 🔴 ପାଣି ଘେରରେ ଭୋଗରାଇ ବ୍ଳକର ୧୫ଟି ପଞ୍ଚାୟତର ୩୦ ଗାଁ 🔴 ଆଜିଠୁ ବାହୁଡ଼ା ପ୍ରସ୍ତୁତି, ଦକ୍ଷିଣ ମୋଡ଼ ନେବ ୩ ରଥ 🔴 ୩ ଦିନ ପ୍ରବଳ ବର୍ଷିବ 🔴 ଓଏଏସ୍ ଓ ଓଆରଏସଙ୍କ ଛୁଟି