Masthead

ଦିଲ୍ଲୀ ଅଭିମୁଖେ ହଜାର ହଜାର ଚାଷୀ

ନୂଆଦିଲ୍ଲୀ (ବଡ଼ ଖବର ବ୍ୟୁରୋ): ଶମ୍ଭୁ ସୀମାରେ ବ୍ୟାରିକେଡ୍ ଭାଙ୍ଗିପାରନ୍ତି ଚାଷୀ । ଆଜି ଦିଲ୍ଲୀ ଅଭିମୁଖେ ଯାତ୍ରା କରିବେ ହଜାର ହଜାର ଚାଷୀ । କେନ୍ଦ୍ର ସରକାରଙ୍କ ଏମଏସପି ପ୍ରସ୍ତାବକୁ ଖାରଜ । ଆଜି ପୂର୍ବାହ୍ନ ୧୧ଟାରେ ଶମ୍ଭୁ ସୀମାରେ ଏକାଠି ହୋଇଥିବା କୃଷକମାନେ ଦିଲ୍ଲୀ ଅଭିମୁଖେ ପଦଯାତ୍ରା କରିବେ । ଏଥିପାଇଁ କୃଷକମାନେ ଏକ ବିପଜ୍ଜନକ ଯୋଜନା ପ୍ରସ୍ତୁତ କରିଛନ୍ତି । କୃଷକମାନେ ଦୁଇଟି ସ୍ତରରେ ପ୍ରସ୍ତୁତି କରିଛନ୍ତି । ଗୋଟିଏ ଯୋଜନା ବିଫଳ ହେଲେ ଅନ୍ୟ ଯୋଜନାରୁ ଆଗକୁ ବଢ଼ିବା ପାଇଁ ପ୍ରସ୍ତୁତି ଚାଲିଛି ।

ପୁଲିସ ଓ ଅର୍ଦ୍ଧସାମରିକ ବାହିନୀ ହରିୟାଣାରୁ ଦିଲ୍ଲୀ ପର୍ଯ୍ୟନ୍ତ କୃଷକଙ୍କ ଦିଲ୍ଲୀ ପଦଯାତ୍ରା ପାଇଁ ପ୍ରସ୍ତୁତିକୁ ଜୋରଦାର କରିଛନ୍ତି । ସମସ୍ତ ସୀମାକୁ ସିଲ୍ କରାଯାଇଛି । ସର୍ବନିମ୍ନ ସହାୟକ ମୂଲ୍ୟ ବା ଏମଏସପି ସମେତ ସମସ୍ତ ଦାବି ନେଇ ଆନ୍ଦୋଳନ କରୁଥିବା କୃଷକମାନେ ଶମ୍ଭୁ ସୀମାରେ ଏକାଠି ହୋଇଛନ୍ତି । ଏବେ ସୁଦ୍ଧା କୃଷକ ଓ ସରକାରଙ୍କ ମଧ୍ୟରେ ୪ ରାଉଣ୍ଡ ଆଲୋଚନା ହୋଇଥିଲେ ମଧ୍ୟ କୌଣସି ସୁଫଳ ମିଳିନାହିଁ ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଅଗଷ୍ଟ ୩ରୁ ପୁଣି ବର୍ଷା! 🔴 ବନ୍ୟା ପାଣିରୁ ଜୀବନ ବଞ୍ଚାଇବା ପାଇଁ ତାଳ ଗଛରେ କଟିଲା ଦିନ 🔴 ମେଡିକାଲ୍ ପିଜି ପରୀକ୍ଷାରେ ପେପର ଲିକ୍! 🔴 ନାବାଳକ ପେଟରେ ପଶିଗଲା ସାଇକେଲ ହ୍ୟାଣ୍ଡେଲ 🔴 ଫୁଲୁଛି ମହାନଦୀ, ସନ୍ଧ୍ୟା ସୁଦ୍ଧା ଆସିପାରେ ୯ ଲକ୍ଷ କ୍ୟୁସେକ୍ ପାଣି.. 🔴 କାଦୁଅରେ ପଶି କଲବଲ ହେଲା ଦନ୍ତା 🔴 ବନ୍ୟା ସ୍ଥିତି ନେଇ ରାଜସ୍ୱ ମନ୍ତ୍ରୀଙ୍କ ସମୀକ୍ଷା ବୈଠକ 🔴 ଆଜି ଦକ୍ଷିଣ ଓ ପଶ୍ଚିମ ଓଡ଼ିଶାରେ ପ୍ରବଳ ବର୍ଷା! 🔴 ବୁଡିଗଲା ପୋଲ, ଧୋଇଗଲା ରାସ୍ତା 🔴 ମହାପ୍ରଭୁଙ୍କ ବନକଲାଗି, ୫ ଘଣ୍ଟା ଦର୍ଶନ ବନ୍ଦ 🔴 ଅଗଷ୍ଟ ୩ରୁ ପୁଣି ବର୍ଷା! 🔴 ବନ୍ୟା ପାଣିରୁ ଜୀବନ ବଞ୍ଚାଇବା ପାଇଁ ତାଳ ଗଛରେ କଟିଲା ଦିନ 🔴 ମେଡିକାଲ୍ ପିଜି ପରୀକ୍ଷାରେ ପେପର ଲିକ୍! 🔴 ନାବାଳକ ପେଟରେ ପଶିଗଲା ସାଇକେଲ ହ୍ୟାଣ୍ଡେଲ 🔴 ଫୁଲୁଛି ମହାନଦୀ, ସନ୍ଧ୍ୟା ସୁଦ୍ଧା ଆସିପାରେ ୯ ଲକ୍ଷ କ୍ୟୁସେକ୍ ପାଣି.. 🔴 କାଦୁଅରେ ପଶି କଲବଲ ହେଲା ଦନ୍ତା 🔴 ବନ୍ୟା ସ୍ଥିତି ନେଇ ରାଜସ୍ୱ ମନ୍ତ୍ରୀଙ୍କ ସମୀକ୍ଷା ବୈଠକ 🔴 ଆଜି ଦକ୍ଷିଣ ଓ ପଶ୍ଚିମ ଓଡ଼ିଶାରେ ପ୍ରବଳ ବର୍ଷା! 🔴 ବୁଡିଗଲା ପୋଲ, ଧୋଇଗଲା ରାସ୍ତା 🔴 ମହାପ୍ରଭୁଙ୍କ ବନକଲାଗି, ୫ ଘଣ୍ଟା ଦର୍ଶନ ବନ୍ଦ