Masthead

ଓଡ଼ିଶା ଆସିବେ ପ୍ରଧାନମନ୍ତ୍ରୀ, ବଡ଼ଦାଣ୍ଡରେ କରିବେ ରୋଡ ସୋ

ଭୁବନେଶ୍ୱର (ବଡ଼ ଖବର ବ୍ୟୁରୋ): ଲୋକସଭା ନିର୍ବାଚନକୁ ଆଉ ମାସ କେଇଟା ଥିବାବେଳେ ପ୍ରସ୍ତୁତି ଆରମ୍ଭ କଲେଣି ବିଜେଡି, ବିଜେପି ଓ କଂଗ୍ରେସ। କଂଗ୍ରେସର ଶୀର୍ଷ ନେତାଙ୍କ ଓଡିଶା ଗସ୍ତ ପରେ ଏବେ ବିଜେପିର ଶୀର୍ଷ ନେତୃତ୍ୱଙ୍କ ଓଡ଼ିଶା ଗସ୍ତ ଆରମ୍ଭ ହୋଇଛି । ଏହାରି ଭିତରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ପୁଣି ଥରେ ଓଡ଼ିଶା ଗସ୍ତରେ ଆସୁଛନ୍ତି । ଚଳିତ ମାସ ଶେଷ ସୁଦ୍ଧା ପ୍ରଧାନମନ୍ତ୍ରୀଙ୍କ ଓଡ଼ିଶା ଗସ୍ତ କାର୍ଯ୍ୟକ୍ରମ ହେବ ବୋଲି ସୂଚନା ମିଳିଛି ।

ଆସନ୍ତା ୨୭ କିମ୍ବା ୨୮ ତାରିଖରେ ପ୍ରଧାନମନ୍ତ୍ରୀ ଦିନିକିଆ ଓଡ଼ିଶା ଗସ୍ତରେ ଆସିପାରନ୍ତି । ପୁରୀରେ ମହାପ୍ରଭୁଙ୍କ ଦର୍ଶନ ପରେ ବଡ ଦାଣ୍ଡରେ କରିବେ ରୋଡ ସୋ । ସୂଚନା ଅନୁସାରେ ପ୍ରଧାନମନ୍ତ୍ରୀ ଭୁବନେଶ୍ୱର ବିମାନ ବନ୍ଦରରେ ପହଞ୍ଚିବା ପରେ ସ୍ୱତନ୍ତ୍ର ହେଲିକପ୍ଟରରେ ପୁରୀ ଯିବେ । ତାଳବଣିଆ ହେଲିପ୍ୟାଡରୁ ଏକ ରୋଡ୍ ସୋ’ରେ ବଡ଼ଦାଣ୍ଡ ହୋଇ ଶ୍ରୀମନ୍ଦିର ଯିବେ ପ୍ରଧାନମନ୍ତ୍ରୀ ।

ଶ୍ରୀମନ୍ଦିରରେ ମହାପ୍ରଭୁଙ୍କୁ ଦର୍ଶନ କରିବା ପରେ ପୁଣୀ ରୋଡ୍ ସୋ’ କରି ହେଲିପ୍ୟାଡକୁ ଫେରିବେ । ସେଠାରୁ ହେଲିକପ୍ଟର ଯୋଗେ ଚଣ୍ଡିଖୋଲ ଯାଇ ଜନସମାବେଶରେ ଯୋଗଦେଇ ଉଦବୋଧନ ଦେବେ ବୋଲି ଜଣାପଡ଼ିଛି । ଏହା ପୂର୍ବରୁ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଫେବ୍ରୁଆରୀ ୩ରେ ଓଡ଼ିଶା ଗସ୍ତ କରିଥିଲେ । ଏହି ଅବସରରେ ସେ ସମ୍ବଲପୁର ଆଇଆଇଏମର ସ୍ଥାୟୀ କ୍ୟାମ୍ପସ ଉଦ୍‌ଘାଟନ କରିବା ସହ ରେମେଡ ପଡ଼ିଆରେ ଏକ ବିଶାଳ ଜନସଭାକୁ ସମ୍ବୋଧିତ କରିଥିଲେ ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ୩୦ରେ ବିଧାନସଭା ସ୍ୱତନ୍ତ୍ର ଅଧିବେଶନ 🔴 ଆପ ଛାଡିଲେ ରାଘବ ଚଡ୍ଡା 🔴 ଆଜି ଉପକୂଳରେ ୪୫ ଡିଗ୍ରି ଟପିପାରେ ପାରଦ 🔴 ବଲାଙ୍ଗିର ଯିବେ ମୁଖ୍ୟମନ୍ତ୍ରୀ 🔴 ପ୍ରେମିକ ସାଜିଲା ସଇତାନ 🔴 ପ୍ଲଟ୍‌ ବ୍ୟବସାୟୀଙ୍କ ହତ୍ୟା ଘଟଣା, ମାଷ୍ଟରମାଇଣ୍ଡ ପୁତୁରା ଓ ଝିଆରୀ 🔴 ଶୁକ୍ରବାର ଆଲୋଚନା ହେବାର ସମ୍ଭାବନା: ଟ୍ରମ୍ପ 🔴 ରେକର୍ଡ ଭାଙ୍ଗିଲା ତାତି, ୨୫ ସ୍ଥାନରେ ତାମପାତ୍ରା ୪୦ ଡିଗ୍ରି 🔴 ପଶ୍ଚିମବଙ୍ଗ-ତାମିଲନାଡୁରେ ଭୋଟ୍ 🔴 ଜନଗଣନା ବେଳେ ଅଧିକାରୀଙ୍କୁ ନିସ୍ତୁକ ମାଡ଼ 🔴 ୩୦ରେ ବିଧାନସଭା ସ୍ୱତନ୍ତ୍ର ଅଧିବେଶନ 🔴 ଆପ ଛାଡିଲେ ରାଘବ ଚଡ୍ଡା 🔴 ଆଜି ଉପକୂଳରେ ୪୫ ଡିଗ୍ରି ଟପିପାରେ ପାରଦ 🔴 ବଲାଙ୍ଗିର ଯିବେ ମୁଖ୍ୟମନ୍ତ୍ରୀ 🔴 ପ୍ରେମିକ ସାଜିଲା ସଇତାନ 🔴 ପ୍ଲଟ୍‌ ବ୍ୟବସାୟୀଙ୍କ ହତ୍ୟା ଘଟଣା, ମାଷ୍ଟରମାଇଣ୍ଡ ପୁତୁରା ଓ ଝିଆରୀ 🔴 ଶୁକ୍ରବାର ଆଲୋଚନା ହେବାର ସମ୍ଭାବନା: ଟ୍ରମ୍ପ 🔴 ରେକର୍ଡ ଭାଙ୍ଗିଲା ତାତି, ୨୫ ସ୍ଥାନରେ ତାମପାତ୍ରା ୪୦ ଡିଗ୍ରି 🔴 ପଶ୍ଚିମବଙ୍ଗ-ତାମିଲନାଡୁରେ ଭୋଟ୍ 🔴 ଜନଗଣନା ବେଳେ ଅଧିକାରୀଙ୍କୁ ନିସ୍ତୁକ ମାଡ଼