Masthead

ପଦ୍ମ ଧରିଲେ ପ୍ରଦୀପ

ଭୁବନେଶ୍ୱର (ବଡ଼ ଖବର ବ୍ୟୁରୋ): ପଦ୍ମ ଧରିଲେ ପ୍ରଦୀପ ପାଣିଗ୍ରାହୀ । ବିଜେଡିରୁ ବହିଷ୍କୃତ ଗୋପାଳପୁର ବିଧାୟକ ତଥା ପୂର୍ବତନ ମନ୍ତ୍ରୀ ପ୍ରଦୀପ ପାଣିଗ୍ରାହୀ ବୁଧବାର ବିଜେପିରେ ସାମିଲ ହୋଇଛନ୍ତି। ପ୍ରଦୀପ ଓ ତାଙ୍କର କିଛି ସମର୍ଥକ ଆଜି ବିଧିବଦ୍ଧ ଭାବେ ପଦ୍ମ ଧରିଛନ୍ତି। ବିଜେପିର ଦଳୀୟ କାର୍ଯ୍ୟାଳୟରେ ରାଜ୍ୟ ସଭାପତି ମନମୋହନ ସାମଲଙ୍କ ଉପସ୍ଥିତିରେ ସେ ବିଜେପିରେ ଯୋଗ ଦେଇଛନ୍ତି। ଦୀର୍ଘ ଦିନ ହେବ ପ୍ରଦୀପ ବିଜେପିରେ ମିଶିବା ନେଇ ଚର୍ଚ୍ଚା ହେଉଥିଲା ।

ଏପରିକି ଗତ କିଛି ଦିନ ତଳେ ପ୍ରଦୀପଙ୍କୁ ତାଙ୍କ ବାସଭବନରେ ଭେଟିଥିଲେ ମନମୋହନ ସାମଲ । ସେବେଠାରୁ ପ୍ରଦୀପ ବିଜେପିକୁ ଆସିବା ନେଇ ସଂକେତ ମିଳୁଥିଲା । ଏହାପୂର୍ବରୁ ପ୍ରଦୀପ ପାଣିଗ୍ରାହୀ ଜନବିରୋଧୀ କାର୍ଯ୍ୟ ପାଇଁ ବିଜେଡିରୁ ବହିଷ୍କୃତ ହୋଇଥିଲେ । ବିଜେଡିରୁ ବହିଷ୍କୃତ ହେବା ପରେ ରାଜ୍ୟ ସରକାରଙ୍କୁ ଅନେକ ସମୟରେ ଟାର୍ଗେଟ କରୁଥିଲେ ପ୍ରଦୀପ ପାଣିଗ୍ରାହୀ । ବିଜେପିରେ ସାମିଲ ହେବା ପରେ ପ୍ରଦୀପ ପାଣିଗ୍ରାହୀ କହିଛନ୍ତି, ଶ୍ରେଷ୍ଠ ଭାରତ ଓ ଶ୍ରେଷ୍ଠ ଓଡ଼ିଶା ଗଠନ ପାଇଁ ସମୟ ଆସିଛି ।

ଏବେ ସମୟ ପରିବର୍ତ୍ତନର, ସଜାଗର ସମୟ, ସୁଦୃଢ ଓଡ଼ିଶା ଓ ଭାରତ ଗଠନ କରିବାର ସମୟ । ବିଜେପିକୁ ଗୋଟିଏ ଥର ପାଇଁ ସୁଯୋଗ ଦେବାକୁ ଅପିଲ କରିଛନ୍ତି ପ୍ରଦୀପ । ୨୦୨୦ ନଭେମ୍ବର ୨୦ ତାରିଖରେ ଦଳ ବିରୋଧୀ କାର୍ୟ୍ୟ ପାଇଁ ପ୍ରଦୀପଙ୍କୁ ବିଜେଡିର ପ୍ରାଥମିକ ସଦସ୍ୟ ପଦରୁ ବହିଷ୍କୃତ କରାଯାଇଥିଲା। ବିଜେଡିରୁ ବହିଷ୍କୃତ ହେବା ପରଠୁ ପ୍ରଶାସନିକ କାର୍ୟ୍ୟରେ ପ୍ରଦୀପଙ୍କୁ ଅଣଦେଖା କରାଯାଉଥିଲା। ଯାହା ପରେ ସେ ଭାଜପାରେ ମିଶିବାକୁ ନେଇ ଚର୍ଚ୍ଚା ହେଉଥିଲା।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ବନ୍ୟା ସ୍ଥିତି ନେଇ ରାଜସ୍ୱ ମନ୍ତ୍ରୀଙ୍କ ସମୀକ୍ଷା ବୈଠକ 🔴 ଆଜି ଦକ୍ଷିଣ ଓ ପଶ୍ଚିମ ଓଡ଼ିଶାରେ ପ୍ରବଳ ବର୍ଷା! 🔴 ବୁଡିଗଲା ପୋଲ, ଧୋଇଗଲା ରାସ୍ତା 🔴 ମହାପ୍ରଭୁଙ୍କ ବନକଲାଗି, ୫ ଘଣ୍ଟା ଦର୍ଶନ ବନ୍ଦ 🔴 ୮ ଜିଲ୍ଲାରେ ସ୍କୁଲ୍ ଛୁଟି 🔴 ଭୂମିକମ୍ପରେ ଦୋହଲିଲା ଜାପାନ, ୭.୧ ତୀବ୍ରତାରେ କମ୍ପିଲା ଅନେକ ଅଞ୍ଚଳ 🔴 ସନ୍ଧ୍ୟା ସୁଦ୍ଧା ବଡ଼ ବନ୍ୟା 🔴 ଫାଇଲ ଗାଏବ ଘଟଣା, କମିଶନରେଟ ପୋଲିସକୁ ଚିଠି ଲେଖିଲେ ୨ ପୂର୍ବତନ ଆଇଏଏସ 🔴 ସ୍ୱର୍ଣ୍ଣ ଜିତିଲେ ଶର୍ମିଳା 🔴 ଅଭିଯୋଗ ଶୁଣିଲାନି ପ୍ରଶାସନ, ଘଣ୍ଟ ବାଡେଇ ପ୍ରତିବାଦ କଲେ ଗ୍ରାମବାସୀ 🔴 ବନ୍ୟା ସ୍ଥିତି ନେଇ ରାଜସ୍ୱ ମନ୍ତ୍ରୀଙ୍କ ସମୀକ୍ଷା ବୈଠକ 🔴 ଆଜି ଦକ୍ଷିଣ ଓ ପଶ୍ଚିମ ଓଡ଼ିଶାରେ ପ୍ରବଳ ବର୍ଷା! 🔴 ବୁଡିଗଲା ପୋଲ, ଧୋଇଗଲା ରାସ୍ତା 🔴 ମହାପ୍ରଭୁଙ୍କ ବନକଲାଗି, ୫ ଘଣ୍ଟା ଦର୍ଶନ ବନ୍ଦ 🔴 ୮ ଜିଲ୍ଲାରେ ସ୍କୁଲ୍ ଛୁଟି 🔴 ଭୂମିକମ୍ପରେ ଦୋହଲିଲା ଜାପାନ, ୭.୧ ତୀବ୍ରତାରେ କମ୍ପିଲା ଅନେକ ଅଞ୍ଚଳ 🔴 ସନ୍ଧ୍ୟା ସୁଦ୍ଧା ବଡ଼ ବନ୍ୟା 🔴 ଫାଇଲ ଗାଏବ ଘଟଣା, କମିଶନରେଟ ପୋଲିସକୁ ଚିଠି ଲେଖିଲେ ୨ ପୂର୍ବତନ ଆଇଏଏସ 🔴 ସ୍ୱର୍ଣ୍ଣ ଜିତିଲେ ଶର୍ମିଳା 🔴 ଅଭିଯୋଗ ଶୁଣିଲାନି ପ୍ରଶାସନ, ଘଣ୍ଟ ବାଡେଇ ପ୍ରତିବାଦ କଲେ ଗ୍ରାମବାସୀ