Masthead

ପଞ୍ଜାବ-ହରିୟାଣା ସୀମାରେ ଚାଷୀ ଆନ୍ଦୋଳନ ବେଳେ ହିଂସା

ନୂଆଦିଲ୍ଲୀ (ବଡ଼ ଖବର ବ୍ୟୁରୋ): ଉତ୍ପାଦିତ ଫସଲର ସର୍ବନିମ୍ନ ସହାୟକ ମୂଲ୍ୟ (ଏମ୍‌ଏସ୍‌ପି) ଉପରେ ଆଇନ ପ୍ରଣୟନ ଏବଂ ଅନ୍ୟାନ୍ୟ ଦାବିରେ ଅଡ଼ି ବସିଥିବା କୃଷକମାନେ ଦିଲ୍ଲୀ ଅଭିମୁଖେ ଅଗ୍ରସର ହେଉଥିବାବେଳେ ପୋଲିସ ସେମାନଙ୍କୁ ଅଟକାଇ ମାତ୍ରାଧିକ କାର୍ୟ୍ୟାନୁଷ୍ଠାନ ନେଉଛି। ପଞ୍ଜାବ-ହରିୟାଣା ସୀମାର ଖନୌରିରେ ବୁଧବାର ସନ୍ଧ୍ୟାରେ ପୋଲିସ ଗୁଳିରେ ଜଣେ ଯୁବଚାଷୀଙ୍କ ମୃତ୍ୟୁ ଘଟିଥିବାବେଳେ ଆଉ କେତେଜଣ ଆହତ ହୋଇଛନ୍ତି।

ଫେବୃଆରୀ ୧୩ରେ ‘ଦିଲ୍ଲୀ ଚଲୋ’ ଅଭିଯାନ ଆରମ୍ଭ ହେବା ପରଠୁ ପୋଲିସ କାର୍ଯ୍ୟାନୁଷ୍ଠାନରେ ଅଦ୍ୟାବଧି ପ୍ରାୟ ୧୬୦ ଚାଷୀ ଆହତ ହୋଇଥିବାବେଳେ ଏହା ହେଉଛି ସଂଘର୍ଷରେ କୃଷକଙ୍କ ପ୍ରଥମ ମୃତ୍ୟୁ। ଆନ୍ଦୋଳନରତ କୃଷକ ଶୁଭକରନ ସିଂହ ପ୍ରାଣ ହରାଇଛନ୍ତି । ହେଲେ ହରିୟାଣା ପୁଲିସ ଏହି ମୃତ୍ୟୁକୁ ଅସ୍ୱୀକାର କରିଛି । ଏହାପରେ କୃଷକ ନେତା ସରୱାନ ସିଂହ ପାଣ୍ଡେର ସାମ୍ବାଦିକ ସମ୍ମିଳନୀ କରି କୃଷକ ଆନ୍ଦୋଳନ ଜାରି ରହିବ ବୋଲି କହିଛନ୍ତି । ଖାନୌରୀ ଘଟଣାର ସମୀକ୍ଷା ପରେ ପରବର୍ତ୍ତୀ ରଣନୀତି ପ୍ରସ୍ତୁତ କରାଯିବ । ଏବେ କୃଷକ ଆନ୍ଦୋଳନକୁ ଆଜି ଏବଂ ଆସନ୍ତାକାଲି ଅର୍ଥାତ ଦୁଇ ଦିନ ପାଇଁ ସ୍ଥଗିତ ରଖାଯାଇଛି ବୋଲି ଘୋଷଣା ହୋଇଛି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ 🔴 ଜିଦରେ ଅଟଳ ଜେଲ ମୁଖିଆ 🔴 ଆଧ୍ୟାତ୍ମିକ ଗୁରୁ ସାଧ୍ୱୀ ରିତମ୍ଭରାଙ୍କ କିଟ୍‍ ଓ କିସ୍‍ ପରିଦର୍ଶନ 🔴 ଭତ୍ତା ଟଙ୍କା ପାଇଁ ରାଜରାସ୍ତାରେ ବୃଦ୍ଧବୃଦ୍ଧା 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ 🔴 ଜିଦରେ ଅଟଳ ଜେଲ ମୁଖିଆ 🔴 ଆଧ୍ୟାତ୍ମିକ ଗୁରୁ ସାଧ୍ୱୀ ରିତମ୍ଭରାଙ୍କ କିଟ୍‍ ଓ କିସ୍‍ ପରିଦର୍ଶନ 🔴 ଭତ୍ତା ଟଙ୍କା ପାଇଁ ରାଜରାସ୍ତାରେ ବୃଦ୍ଧବୃଦ୍ଧା