Masthead

ଓଡ଼ିଶା ସହ ମୋର ଭାବନାତ୍ମକ ସଂପର୍କ ରହିଛି: ରାଜନାଥ ସିଂ

ନବରଙ୍ଗପୁର (ବଡ଼ ଖବର ବ୍ୟୁରୋ): ନବରଙ୍ଗପୁରରେ ପ୍ରତିରକ୍ଷା ମନ୍ତ୍ରୀ ରାଜନାଥ ସିଂ । ବାୟୁସେନାର ସ୍ୱତନ୍ତ୍ର ହେଲିକପ୍ଟର ଯୋଗେ ରାଜନାଥ ନବରଙ୍ଗପୁରରେ ପହଞ୍ଚିଛନ୍ତି । ଦିନିକିଆ ଓଡ଼ିଶା ଗସ୍ତରେ ପ୍ରତିରକ୍ଷା ମନ୍ତ୍ରୀ ରାଜନାଥ ସିଂ ଆସିବା ସହ ପ୍ରଥମେ ବିଜେପି କୋର କମିଟି ବୈଠକରେ ଯୋଗଦେଇ ପରେ ନବରଙ୍ଗପୁରରୁ ବ୍ରହ୍ମପୁର ଓ ସେଠାରୁ ବାରିପଦା ଯିବାର କାର୍ଯ୍ୟକ୍ରମ ରହିଛି । ନବରଙ୍ଗପୁରରେ ତାଙ୍କୁ ଭବ୍ୟ ସ୍ୱାଗତ କରାଯିବା ପରେ ବିଜେପି କୋର କମିଟି ବୈଠକରେ ସାମିଲ ହୋଇଥିଲେ ।

ନିଜ ଅଭିଭାଷଣରେ ରାଜନାଥ କହିଛନ୍ତି ଓଡ଼ିଶା ସହ ମୋର ଭାବନାତ୍ମକ ସଂପର୍କ ରହିଛି । କଂଗ୍ରେସ ସରକାର ବେଳେ ଭାରତ ସୁରକ୍ଷା ଯାତ୍ରା କରିଥିଲୁ । ଏବେ ନକ୍ସଲବାଦ କେବଳ କିଛି ଜିଲ୍ଲାରେ ସୀମିତ ରହିଛି । ମୋଦି ପ୍ରଧାନମନ୍ତ୍ରୀ ହେବା ପରେ ସାରା ଦେଶର ଚିତ୍ର ବଦଳିଛି । ଏଠାରେ ବି ଡବଲ ଇଂଜିନ ସରକାର ହେବା ଦରକାର ।

ମୋଦିଙ୍କ ସନ୍ଦେଶ ନେଇ ପ୍ରତି କାର୍ଯ୍ୟକର୍ତ୍ତା ଲାଭାର୍ଥୀଙ୍କ ପାଖକୁ ଯାଆନ୍ତୁ । ସବୁ ଲାଭାର୍ଥୀଙ୍କୁ ମୋଦି ଦେଉଥିବା ସୁବିଧା ମିଳିବା ଦରକାର । ବିଜେପି ଏକମାତ୍ର ପାର୍ଟି ଯିଏ ଯାହା କହେ, ସେୟା କରେ । ବିଶ୍ୱସନୀୟତା ସଂକଟକୁ ଚାଲେଂଜ ଭାବେ ନେଇଛନ୍ତି ପ୍ରଧାନମନ୍ତ୍ରୀ । ଯାହା ଘୋଷଣାପତ୍ରରେ କହିଥିଲୁ, ସବୁ ପୂରଣ କରିଛୁ ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ବାବୁଙ୍କ ଘରୁ ମିଳିଲାଣି ଅଧାକିଲୋ ସୁନା 🔴 ପୁଣି ରାଜନୀତିକୁ ନେଇ ମନ୍ତବ୍ୟ ଦେଲେ ପାଣ୍ଡିଆନ 🔴 ଆଜି ଆସୁଛନ୍ତି ରାଷ୍ଟ୍ରପତି 🔴 ସମ୍ବଲପୁରରେ ଶୀତଳଷଷ୍ଠୀର ଧୁମ୍ 🔴 ଆସନ୍ତାକାଲି ଓଡିଶା ଆସିବେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ 🔴 ଅନୁଗୁଳରେ ଡବଲ ଏନକାଉଣ୍ଟର 🔴 ଆସନ୍ତା ୨୨ ତାରିଖ ଯାଏଁ ପ୍ରବଳ ଛେଚିବ 🔴 ୪୦୨ରନ୍ ଭାରତକୁ ବିଜୟ ଦେଇପାରେ 🔴 ପାଠ୍ୟପୁସ୍ତକ ପ୍ରସ୍ତୁତି କର୍ତ୍ତା ଓଡ଼ିଶା ଓ ଓଡ଼ିଆ ବୁଝନ୍ତି ତ? 🔴 ପାଠ୍ୟପୁସ୍ତକ ତ୍ରୁଟି ଉପରେ ମୁଖ୍ୟମନ୍ତ୍ରୀଙ୍କ କଡା ଆଭିମୁଖ୍ୟ , ତଦନ୍ତ ପାଇଁ ଗଠନ ହେଲା ଉଚ୍ଚସ୍ତରୀୟ କମିଟି 🔴 ବାବୁଙ୍କ ଘରୁ ମିଳିଲାଣି ଅଧାକିଲୋ ସୁନା 🔴 ପୁଣି ରାଜନୀତିକୁ ନେଇ ମନ୍ତବ୍ୟ ଦେଲେ ପାଣ୍ଡିଆନ 🔴 ଆଜି ଆସୁଛନ୍ତି ରାଷ୍ଟ୍ରପତି 🔴 ସମ୍ବଲପୁରରେ ଶୀତଳଷଷ୍ଠୀର ଧୁମ୍ 🔴 ଆସନ୍ତାକାଲି ଓଡିଶା ଆସିବେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ 🔴 ଅନୁଗୁଳରେ ଡବଲ ଏନକାଉଣ୍ଟର 🔴 ଆସନ୍ତା ୨୨ ତାରିଖ ଯାଏଁ ପ୍ରବଳ ଛେଚିବ 🔴 ୪୦୨ରନ୍ ଭାରତକୁ ବିଜୟ ଦେଇପାରେ 🔴 ପାଠ୍ୟପୁସ୍ତକ ପ୍ରସ୍ତୁତି କର୍ତ୍ତା ଓଡ଼ିଶା ଓ ଓଡ଼ିଆ ବୁଝନ୍ତି ତ? 🔴 ପାଠ୍ୟପୁସ୍ତକ ତ୍ରୁଟି ଉପରେ ମୁଖ୍ୟମନ୍ତ୍ରୀଙ୍କ କଡା ଆଭିମୁଖ୍ୟ , ତଦନ୍ତ ପାଇଁ ଗଠନ ହେଲା ଉଚ୍ଚସ୍ତରୀୟ କମିଟି