Masthead

ରାସ୍ତା ଜାଣି ନପାରି ଗଛରେ ପିଟିହେଲା ବୋଲେରୋ ୩ମୃତ, ୪ ଗୁରୁତର

କେନ୍ଦ୍ରାପଡ଼ା(ବଡ଼ ଖବର ବ୍ୟୁରୋ): ଘନ କୁହୁଡି ହେଲା କାଳ । ରାସ୍ତା ଜାଣି ନପାରି ଗଛରେ ପିଟିହେଲା ବୋଲେରୋ। ଦୁର୍ଘଟଣାରେ ତିନି ମୃତ ଚାରି ଆହତ । ଏଭଳି ଦୁଖଃଦ ଘଟଣା ଘଟିଛି କେନ୍ଦ୍ରାପଡ଼ା ସଦର ଥାନ ଅନ୍ତର୍ଗତ ଓସ୍ତପୁର ହଳଦିଢିଅ ନିକଟରେ । ନରଣପୁର ଗାଁ ରୁ ଡ୍ରାମା ରିହରସାଲ ସାରି ଫେରୁଥିଲେ କଳାକାର । ରାସ୍ତା ପାର୍ଶ୍ବରେ ଥିବା ଗଛକୁ ପିଟିଲା ବୋଲେରୋ ଫଳରେ ୩ ଜଣଙ୍କର ମୃତ୍ୟୁ ହୋଇଥିବା ବେଳେ ୪ ଜଣ ଗୁରୁତର ଆହତ ହୋଇଛନ୍ତି ।

ଆହତମାନଙ୍କୁ ପ୍ରଥମେ ଜିଲ୍ଲା ମୁଖ୍ୟ ଚିକିତ୍ସାଳୟରେ ଭର୍ତ୍ତି କରାଯାଇଥିଲା। ପରେ ସେମାନଙ୍କ ଅବସ୍ଥା ଗୁରୁତର ହେବାରୁ କଟକ ସ୍ତାନାନ୍ତର କରାଯାଇଛି। ଗାଡ଼ି ଭିତରେ ୭ ଜଣ କଳାକାର ଥିଲେ। ସେମାନଙ୍କ ମଧ୍ୟରେ ୫ଜଣ ମହିଳା ଓ ୨ ଜଣ ପୁରୁଷ ଥିବା ଜଣାଯାଇଛି। ପୁଲିସ ଗାଡ଼ିକୁ ଜବତ କରି ଘଟଣାର ତଦନ୍ତ କରୁଛି। ଡ୍ରାଇଭରର ଆଖି ଲାଗିଯିବା ଯୋଗୁ ଏହି ଦୁର୍ଘଟଣା ଘଟିଥିବା ସନ୍ଦେହ କରାଯାଉଛି।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ମାର୍ଚ୍ଚରୁ ଡରାଇଲାଣି ତାତି 🔴 ଆଜି ଗୃହରେ ପୁଣି ଉଠିବ ଗ୍ୟାସ୍ ପ୍ରସଙ୍ଗ! 🔴 ବକେୟା ଟ୍ରାଫିକ୍ ଚାଲାଣ ସମାଧାନ ପାଇଁ ନୂଆ ବ୍ୟବସ୍ଥା 🔴 ରାଜ୍ୟସଭା ନିର୍ବାଚନ ପାଇଁ କଂଗ୍ରେସ ଜାରି କଲା ହ୍ବିପ୍ 🔴 ହର୍ମୁଜରେ ଭାରତକୁ ଅନୁମତି 🔴 ଓମାନର ସଲାଲାହ ବନ୍ଦର ଉପରେ ଇରାନୀ ଡ୍ରୋନ୍ ଆକ୍ରମଣ 🔴 108 ହାର୍ଡକୋର ମାଓବାଦୀ ଆତ୍ମସମର୍ପଣ 🔴 ମଧ୍ୟପ୍ରାଚ୍ୟରେ ଯୁଦ୍ଧ, ଓଡ଼ିଆଙ୍କ ଫେରିବା ଉପରେ ମୁଖ୍ୟମନ୍ତ୍ରୀଙ୍କ ଗୁରୁତ୍ୱ 🔴 ଶେରଗଡ ଘଟଣାକୁ ନେଇ ହୁଲୁସ୍ତୁଲ ହୋଇପାରେ ଗୃହ 🔴 ବିଜେଡି ଛାଡ଼ିଲେ ବାଲେଶ୍ୱର ସଦର ବ୍ଲକ ଅଧ୍ୟକ୍ଷା 🔴 ମାର୍ଚ୍ଚରୁ ଡରାଇଲାଣି ତାତି 🔴 ଆଜି ଗୃହରେ ପୁଣି ଉଠିବ ଗ୍ୟାସ୍ ପ୍ରସଙ୍ଗ! 🔴 ବକେୟା ଟ୍ରାଫିକ୍ ଚାଲାଣ ସମାଧାନ ପାଇଁ ନୂଆ ବ୍ୟବସ୍ଥା 🔴 ରାଜ୍ୟସଭା ନିର୍ବାଚନ ପାଇଁ କଂଗ୍ରେସ ଜାରି କଲା ହ୍ବିପ୍ 🔴 ହର୍ମୁଜରେ ଭାରତକୁ ଅନୁମତି 🔴 ଓମାନର ସଲାଲାହ ବନ୍ଦର ଉପରେ ଇରାନୀ ଡ୍ରୋନ୍ ଆକ୍ରମଣ 🔴 108 ହାର୍ଡକୋର ମାଓବାଦୀ ଆତ୍ମସମର୍ପଣ 🔴 ମଧ୍ୟପ୍ରାଚ୍ୟରେ ଯୁଦ୍ଧ, ଓଡ଼ିଆଙ୍କ ଫେରିବା ଉପରେ ମୁଖ୍ୟମନ୍ତ୍ରୀଙ୍କ ଗୁରୁତ୍ୱ 🔴 ଶେରଗଡ ଘଟଣାକୁ ନେଇ ହୁଲୁସ୍ତୁଲ ହୋଇପାରେ ଗୃହ 🔴 ବିଜେଡି ଛାଡ଼ିଲେ ବାଲେଶ୍ୱର ସଦର ବ୍ଲକ ଅଧ୍ୟକ୍ଷା