Masthead

ରାଜ୍ୟସଭାର ୧୫ଟି ଆସନ ପାଇଁ ଆଜି ନିର୍ବାଚନ

ନୂଆଦିଲ୍ଲୀ (ବଡ଼ ଖବର ବ୍ୟୁରୋ): ରାଜ୍ୟସଭାର ୧୫ଟି ଆସନ ପାଇଁ ଆଜି ଅନୁଷ୍ଠିତ ହେବ ନିର୍ବାଚନ । ସକାଳ ୯ଟାରୁ ୪ଟା ପର୍ଯ୍ୟନ୍ତ ଭୋଟ ଗ୍ରହଣ କରାଯିବ । ପରେ ଅପରାହ୍ନ ୫ଟାରେ ଭୋଟ ଗଣତି କରାଯାଇ ଫଳାଫଳ ଘୋଷଣା କରାଯିବ । ରାଜ୍ୟସଭାରେ ମୋଟ ୫୬ଟି ଆସନ ଖାଲି ହୋଇଥିବା ବେଳେ ୪୧ଜଣ ପ୍ରାର୍ଥୀ ନିଦ୍ୱର୍ନ୍ଦ୍ୱରେ ନିର୍ବାଚିତ ହୋଇ ସାରିଛନ୍ତି, ବାକି ୧୫ଟି ଆସନ ପାଇଁ ଆଜି ନିର୍ବାଚନ ଅନୁଷ୍ଠିତ ହେଉଛି ।ହିମାଚଳ ପ୍ରଦେଶ, ଉତ୍ତରପ୍ରଦେଶ ଓ କର୍ଣ୍ଣାଟକରେ ୧୫ଟି ଆସନ ପାଇଁ ହେବ ଭୋଟ । ଓଡ଼ିଶା ସମେତ ୧୫ଟି ରାଜ୍ୟର ୫୬ଟି ରାଜ୍ୟସଭା ଆସନ ପାଇଁ ନାମାଙ୍କନ ଭରିଥିଲେ ପ୍ରାର୍ଥୀ ।

ତେବେ ସେମାନଙ୍କ ମଧ୍ୟରୁ ୪୧ ଜଣ ପ୍ରାର୍ଥୀ ନିର୍ଦ୍ୱନ୍ଦ୍ୱରେ ନିର୍ବାଚିତ ହୋଇସାରିଛନ୍ତି । ବିଜେପିର ସର୍ବାଧିକ ୨୦ ପ୍ରାର୍ଥୀ ନିର୍ଦ୍ୱନ୍ଦ୍ୱରେ ନିର୍ବାଚିତ ହୋଇଛନ୍ତି । କେନ୍ଦ୍ରମନ୍ତ୍ରୀ ଅଶ୍ୱିନୀ ବୈଷ୍ଣବ, ଏଲ୍. ମୁରୁଗନ, ବିଜେପି ରାଷ୍ଟ୍ରୀୟ ଅଧ୍ୟକ୍ଷ ଜେ.ପି. ନଡ୍ଡା ଏବଂ ପୂର୍ବତନ କଂଗ୍ରେସ ଅଧ୍ୟକ୍ଷା ସୋନିଆ ଗାନ୍ଧି ପ୍ରମୁଖ କେହି ପ୍ରତିଦ୍ୱନ୍ଦ୍ୱୀ ନଥିବାରୁ ବିନା ଭୋଟରେ ରାଜ୍ୟସଭାକୁ ନିର୍ବାଚିତ ହୋଇ ସାରିଛନ୍ତି । ଓଡ଼ିଶାରୁ ନିର୍ଦ୍ୱନ୍ଦ୍ୱରେ ନିର୍ବାଚିତ ହୋଇଛନ୍ତି ବିଜେଡିର ଦୁଇ ପ୍ରାର୍ଥୀ ଦେବାଶିଷ ସାମନ୍ତରାୟ ଓ ଶୁଭାଶିଷ ଖୁଣ୍ଟିଆ ।

ୟୁପିରେ ୧୦ଟି ସିଟ୍ ପାଇଁ ୧୧ ଜଣ ପ୍ରାର୍ଥୀ ନାମାଙ୍କନ ଭରିଛନ୍ତି । ବିଜେପି ୮ଟି ଆସନ ପାଇଁ ପ୍ରାର୍ଥୀ ଦେଇଥିବା ବେଳେ, ସମାଜବାଦୀ ପାର୍ଟିରୁ ୩ ଜଣଙ୍କୁ ଟିକେଟ ଦିଆଯାଇଛି । କର୍ଣ୍ଣାଟକରେ ୪ଟି ସିଟ ପାଇଁ ୫ ଜଣ ପ୍ରାର୍ଥୀ ଆଶାୟୀ ଅଛନ୍ତି । କଂଗ୍ରେସରୁ ୩ଜଣ ଏବଂ ବିଜେପି ଓ ଜେଡିଏସରୁ ଜଣେ ଲେଖାଏଁ ପ୍ରାର୍ଥୀ । ହିମାଚଳ ପ୍ରଦେଶରେ ଗୋଟିଏ ସିଟ ପାଇଁ ମୁହାଁମୁହିଁ ହେବେ ବିଜେପିର ହର୍ଷ ମହାଜନ ଏବଂ କଂଗ୍ରେସର ଅଭିଷେକ ମନୁ ସିଂହଭି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଗୁଣ୍ଡିଚା ମନ୍ଦିରରେ ମହାପ୍ରଭୁଙ୍କ ଆଜି ନବମୀ ସନ୍ଧ୍ୟା ଦର୍ଶନ 🔴 OAS ସଂଘ ଆନ୍ଦୋଳନ ପ୍ରତ୍ୟାହୃତ 🔴 ୪ ଜିଲ୍ଲାରେ ପ୍ରବଳ ବର୍ଷିବ ! 🔴 ପାକିସ୍ତାନ ସୀମା ଜଗିବ ଆପାଚି 🔴 ଭାରତ ଆସିବେ ପାକିସ୍ତାନ ଖେଳାଳି 🔴 ବନ୍ୟାପାଣି ଘେରରେ ଜୀବନ 🔴 ଘାନାରେ ମୋଦିଙ୍କୁ ସର୍ବୋଚ୍ଚ ସମ୍ମାନରେ ସମ୍ମାନିତ 🔴 ଅତି ପ୍ରବଳ ବର୍ଷା ନେଇ ୭ ଜିଲ୍ଲାକୁ ଆଲର୍ଟ 🔴 ଆତଙ୍କୀଙ୍କ ଆଡ୍ଡା ପାଲଟିଛି ଗଞ୍ଜାମ,୨୪ ଘଣ୍ଟା ମଧ୍ୟରେ ହୋଇଛି ୩ ହତ୍ୟାକାଣ୍ଡ 🔴 ରେଳଧାରଣାକୁ ଧସିଲା ମାଟି 🔴 ଗୁଣ୍ଡିଚା ମନ୍ଦିରରେ ମହାପ୍ରଭୁଙ୍କ ଆଜି ନବମୀ ସନ୍ଧ୍ୟା ଦର୍ଶନ 🔴 OAS ସଂଘ ଆନ୍ଦୋଳନ ପ୍ରତ୍ୟାହୃତ 🔴 ୪ ଜିଲ୍ଲାରେ ପ୍ରବଳ ବର୍ଷିବ ! 🔴 ପାକିସ୍ତାନ ସୀମା ଜଗିବ ଆପାଚି 🔴 ଭାରତ ଆସିବେ ପାକିସ୍ତାନ ଖେଳାଳି 🔴 ବନ୍ୟାପାଣି ଘେରରେ ଜୀବନ 🔴 ଘାନାରେ ମୋଦିଙ୍କୁ ସର୍ବୋଚ୍ଚ ସମ୍ମାନରେ ସମ୍ମାନିତ 🔴 ଅତି ପ୍ରବଳ ବର୍ଷା ନେଇ ୭ ଜିଲ୍ଲାକୁ ଆଲର୍ଟ 🔴 ଆତଙ୍କୀଙ୍କ ଆଡ୍ଡା ପାଲଟିଛି ଗଞ୍ଜାମ,୨୪ ଘଣ୍ଟା ମଧ୍ୟରେ ହୋଇଛି ୩ ହତ୍ୟାକାଣ୍ଡ 🔴 ରେଳଧାରଣାକୁ ଧସିଲା ମାଟି