Masthead

ବଙ୍ଗୋମୁଣ୍ଡକୁ ଏନଏସି ଦାବି, ୧୨ ଘଣ୍ଟିଆ ବନ୍ଦ ଡାକରା

କଣ୍ଟାବାଞ୍ଜି (ବଡ଼ ଖବର ବ୍ୟୁରୋ): ତେଜୁଛି ବଙ୍ଗୋମୁଣ୍ଡକୁ ଏନଏସି ମାନ୍ୟତା ଦାବି । ଏନଏସି ମାନ୍ୟତା ଦାବିରେ ଆଜି ୧୨ ଘଣ୍ଟିଆ ବଙ୍ଗୋମୁଣ୍ଡା ବନ୍ଦ । ଦୋକାନ ବଜାର ଯାନବାହାନ ସମ୍ପୂର୍ଣ୍ଣ ବନ୍ଦ । ବଲାଙ୍ଗିର ଜିଲାର ବଙ୍ଗୋମୁଣ୍ଡାକୁ ଏନଏସି ମାନ୍ୟତା ଦାବିରେ ମଙ୍ଗଳବାର ବଙ୍ଗୋମୁଣ୍ଡା ବନ୍ଦ ଡାକରା ଦିଆଯାଇଛି । ସକାଳ ୬ ରୁ ସନ୍ଧ୍ୟା ୬ ଟା ପର୍ଯ୍ୟନ୍ତ ୧୨ ଘଣ୍ଟିଆ ବନ୍ଦ ଡାକରା ଦିଆଯାଇଛି । ବଙ୍ଗୋମୁଣ୍ଡା ପଞ୍ଚାୟତବାସୀଙ୍କ ପକ୍ଷରୁ ବନ୍ଦ ଡାକରା ଦିଆଯାଇଛି ।

ଏନଏସି ମାନ୍ୟତା ଦାବିକୁ ସମର୍ଥନ ଜଣାଇ ବିଭିନ୍ନ ସଂଗଠନ ବନ୍ଦରେ ସାମିଲ ହୋଇଛନ୍ତି। ସ୍ୱତଃପ୍ରବୃତ୍ତ ଭାବେ ଦୋକାନ ବଜାର ବନ୍ଦ ରହିଛି ।ଦୀର୍ଘ ବର୍ଷ ଧରି ବଙ୍ଗୋମୁଣ୍ଡାକୁ ଏନଏସି ମାନ୍ୟତା ପାଇଁ ଦାବି ହୋଇ ଆସୁଥିଲା ।ସରକାର ୩୪ରୁ ଅଧିକ ନୂତନ ଏନଏସି ଘୋଷଣା କରିଥିବା ବେଳେ ବଙ୍ଗୋମୁଣ୍ଡାକୁ ବାଦ ଦେଇଥିବାରୁ ଅସନ୍ତୋଷ ପ୍ରକାଶ ପାଇଛି। ବନ୍ଦ ଯୋଗୁଁ ଶିକ୍ଷାନୁଷ୍ଠାନ, ସରକାରୀ, ବେସରକାରୀ କାର୍ଯ୍ୟାଳୟ ସହିତ ଦୋକାନ ବଜାର ବନ୍ଦ ଥିବାବେଳେ ଅଖ ଚକ ସମ୍ପୂର୍ଣ୍ଣ ଠପ ହୋଇଛି ।ଜରୁରୀକାଳୀନ ସେବାକୁ ବନ୍ଦରୁ ବାଦ ଦିଆଯାଇଛି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 କାଉଣ୍ଟର ଆଗରେ ଲମ୍ବା ଲାଇନ 🔴 ଥଣ୍ଡାରେ ଥରୁଛି ସାରା ଓଡ଼ିଶା 🔴 ରାଜ୍ୟରେ ଗଡ଼ୁଛି ୨ ଲକ୍ଷ ୧୯ ହଜାର ୬୭୭ ଇଭି ଗାଡ଼ି 🔴 ଛତିଶଗଡ଼ ବିଜାପୁରରେ ବଡ଼ ଏନକାଉଣ୍ଟର 🔴 ଶୀତ ଅଧିବେଶନର ଆଜି ସପ୍ତମ ଦିନ 🔴 ଆଜି ଭାରତ ଆସୁଛନ୍ତି ପୁଟିନ୍‌ 🔴 ଆଗକୁ ବଢ଼ିବ ଶୀତ 🔴 ଡିସେମ୍ବର ୩୧ ଯାଏଁ E-KYC 🔴 ୫ ଘଣ୍ଟା ଜଗା ଦର୍ଶନ ବନ୍ଦ 🔴 ଆଜି ଘୋଷଣା ହୋଇପାରେ +୨ ପରୀକ୍ଷା ତାରିଖ 🔴 କାଉଣ୍ଟର ଆଗରେ ଲମ୍ବା ଲାଇନ 🔴 ଥଣ୍ଡାରେ ଥରୁଛି ସାରା ଓଡ଼ିଶା 🔴 ରାଜ୍ୟରେ ଗଡ଼ୁଛି ୨ ଲକ୍ଷ ୧୯ ହଜାର ୬୭୭ ଇଭି ଗାଡ଼ି 🔴 ଛତିଶଗଡ଼ ବିଜାପୁରରେ ବଡ଼ ଏନକାଉଣ୍ଟର 🔴 ଶୀତ ଅଧିବେଶନର ଆଜି ସପ୍ତମ ଦିନ 🔴 ଆଜି ଭାରତ ଆସୁଛନ୍ତି ପୁଟିନ୍‌ 🔴 ଆଗକୁ ବଢ଼ିବ ଶୀତ 🔴 ଡିସେମ୍ବର ୩୧ ଯାଏଁ E-KYC 🔴 ୫ ଘଣ୍ଟା ଜଗା ଦର୍ଶନ ବନ୍ଦ 🔴 ଆଜି ଘୋଷଣା ହୋଇପାରେ +୨ ପରୀକ୍ଷା ତାରିଖ