Masthead

ଆଜିଠୁ ୪ ଦିନିଆ ଓଡ଼ିଶା ଗସ୍ତରେ ଆସୁଛନ୍ତି ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ

ଭୁବନେଶ୍ୱର (ବଡ଼ ଖବର ବ୍ୟୁରୋ): ଆଜି ଓଡ଼ିଶା ଆସୁଛନ୍ତି ରାଷ୍ଟ୍ରପତି । ଆଜିଠୁ ୪ ଦିନିଆ ଓଡ଼ିଶା ଗସ୍ତରେ ଆସୁଛନ୍ତି ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ। ଏହି ଅବସରରେ ରାଷ୍ଟ୍ରପତି ଭୁବନେଶ୍ୱର ସମେତ ମୟୂରଭଞ୍ଜ, କେନ୍ଦୁଝର, ବ୍ରହ୍ମପୁର, କଟକ ଓ ସମ୍ବଲପୁରରେ ବିଭିନ୍ନ କାର୍ୟ୍ୟକ୍ରମରେ ଯୋଗଦେବେ। ପ୍ରଥମେ ରାଷ୍ଟ୍ରପତି ନିଜ ଜିଲ୍ଲା ମୟୂରଭଞ୍ଜ ଗସ୍ତ କରିବେ। ରାଷ୍ଟ୍ରପତି ହେବା ପରେ ଆଜି ମୟୂରଭଞ୍ଜ ଜିଲ୍ଲାକୁ ତୃତୀୟ ଥର ପାଇଁ ଆସୁଛନ୍ତି ଦ୍ରୌପଦୀ ମୁର୍ମୁ। ମୟୂରଭଞ୍ଜ ଜିଲ୍ଲା ଗସ୍ତ ସମୟରେ ବିଭିନ୍ନ ଗୁରୁତ୍ୱପୂର୍ଣ୍ଣ କାର୍ଯ୍ୟକ୍ରମରେ ରାଷ୍ଟ୍ରପତି ଯୋଗ ଦେବେ। ଅପରାହ୍ଣରେ ରାଷ୍ଟ୍ରପତି ସୁକ୍ରୁଲି ପାଣ୍ଡୁରସିଳୀ ଫୁଟବଲ ଗ୍ରାଉଣ୍ଡରେ ଅସ୍ଥାୟୀ ହେଲିପ୍ୟାଡରେ ପହଞ୍ଚିବାର କାର୍ଯ୍ୟକ୍ରମ ରହିଛି।

ପରେ ରାଷ୍ଟ୍ରପତି ରାଇରଙ୍ଗପୁରର କେତେକ ପ୍ରକଳ୍ପର ଭିତ୍ତିପ୍ରସ୍ତର ଓ ଲୋକାର୍ପଣ କରିବାର କାର୍ଯ୍ୟକ୍ରମ ରହିଛି। ୨୯ ତାରିଖ ସକାଳେ ରାଷ୍ଟ୍ରପତି କେନ୍ଦୁଝର ଧରଣୀଧର ବିଶ୍ୱବିଦ୍ୟାୟଳରେ କେନ୍ଦୁଝର ଜନଜାତିଙ୍କ ଉପରେ ଆୟୋଜିତ ଏକ ଜାତୀୟସ୍ତରୀୟ ଆଲୋଚନା ଚକ୍ରକୁ ଉଦଘାଟନ କରିବେ। ସେହିଦିନ ଅପରାହ୍ନରେ ଭୁବନେଶ୍ୱର ଯାତ୍ରା କରି ଉତ୍କଳ ବିଶ୍ୱବିଦ୍ୟାଳୟର ୫୩ ତମ ସମାବର୍ତ୍ତନ ଉତ୍ସବରେ ଯୋଗଦେବେ। ମାର୍ଚ୍ଚ ୧ ତାରିଖରେ ବ୍ରହ୍ମପୁର ବିଶ୍ୱବିଦ୍ୟାଳୟର ୨୫ ତମ ସମାବର୍ତ୍ତନ ଉତ୍ସବରେ ଯୋଗଦେବେ ରାଷ୍ଟ୍ରପତି। ମାନ୍ୟବର ରାଷ୍ଟ୍ରପତି ମାର୍ଚ୍ଚ ୨ ତାରିଖରେ ସମ୍ବଲପୁର ଗସ୍ତ କରି ବିଭିନ୍ନ କାର୍ଯ୍ୟକ୍ରମରେ ଯୋଗ ଦେବେ। ରାଷ୍ଟ୍ରପତିଙ୍କ ଗସ୍ତକୁ ଦୃଷ୍ଟିରେ ରଖି ଭୁବନେଶ୍ୱରରୁ ମୟୂରଭଞ୍ଜ ଯାଏଁ କଡା ସୁରକ୍ଷା ବ୍ୟବସ୍ଥା ଗ୍ରହଣ କରାଯାଇଛି।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ତୀର୍ଥଯାତ୍ରୀ ବସ ଦୁର୍ଘଟଣା ଗ୍ରସ୍ତ 🔴 ବର୍ଷାକୁ ଅରେଞ୍ଜ ୱାର୍ଣ୍ଣିଂ 🔴 ବନସ୍ତେ ଡାକିଲା ଗଜ, ବରଷକେ ଥରେ ଆସିଛି ରଜ…. 🔴 ଭାରତୀୟ ନୂତନ ସ୍ଥଳସେନା ମୁଖ୍ୟ 🔴 ଆସାମରେ ବାୟୁସେନା ବିମାନ ଦୁର୍ଘଟଣା । 🔴 ଓଏଏସ ପ୍ରେମିକକୁ ମହଙ୍ଗା ପଡ଼ିଲା ପ୍ରେମ!ଚନ୍ଦ୍ରିକାଙ୍କ ମୃତ୍ୟୁ ବନ୍ଧାହେଲେ ଭୀମସେନ 🔴 ଆଜି ସଜବାଜ କାଲି ପହିଲି ରଜ 🔴 ଗୋମାଫିଆଙ୍କ ଘରେ ପୋଲିସର ଚଢ଼ାଉ 🔴 ଆଜିଠାରୁ ମହିଳା ବିଶ୍ୱକପ୍ ମହାକୁମ୍ଭ 🔴 ବଢିଲା ନିଟ୍ (ୟୁଜି)ପରୀକ୍ଷା ସମୟ ଅବଧି 🔴 ତୀର୍ଥଯାତ୍ରୀ ବସ ଦୁର୍ଘଟଣା ଗ୍ରସ୍ତ 🔴 ବର୍ଷାକୁ ଅରେଞ୍ଜ ୱାର୍ଣ୍ଣିଂ 🔴 ବନସ୍ତେ ଡାକିଲା ଗଜ, ବରଷକେ ଥରେ ଆସିଛି ରଜ…. 🔴 ଭାରତୀୟ ନୂତନ ସ୍ଥଳସେନା ମୁଖ୍ୟ 🔴 ଆସାମରେ ବାୟୁସେନା ବିମାନ ଦୁର୍ଘଟଣା । 🔴 ଓଏଏସ ପ୍ରେମିକକୁ ମହଙ୍ଗା ପଡ଼ିଲା ପ୍ରେମ!ଚନ୍ଦ୍ରିକାଙ୍କ ମୃତ୍ୟୁ ବନ୍ଧାହେଲେ ଭୀମସେନ 🔴 ଆଜି ସଜବାଜ କାଲି ପହିଲି ରଜ 🔴 ଗୋମାଫିଆଙ୍କ ଘରେ ପୋଲିସର ଚଢ଼ାଉ 🔴 ଆଜିଠାରୁ ମହିଳା ବିଶ୍ୱକପ୍ ମହାକୁମ୍ଭ 🔴 ବଢିଲା ନିଟ୍ (ୟୁଜି)ପରୀକ୍ଷା ସମୟ ଅବଧି