ମାର୍ଚ୍ଚ ପ୍ରଥମ ସପ୍ତାହରୁ ଦେଶରେ ଲାଗୁ ହୋଇପାରେ ନାଗରିକତା ସଂଶୋଧନ ଆଇନ

ନୂଆଦିଲ୍ଲୀ (ବଡ଼ ଖବର ବ୍ୟୁରୋ): ମାର୍ଚ୍ଚ ପ୍ରଥମ ସପ୍ତାହରୁ ଦେଶରେ ଲାଗୁ ହୋଇପାରେ ନାଗରିକତା ସଂଶୋଧନ ଆଇନ । ନିର୍ବାଚନ ତାରିଖ ଘୋଷଣା ପୂର୍ବରୁ ଦେଶରେ ସିଏଏ ଆଇନ ଲାଗୁ କରାଇବାକୁ କେନ୍ଦ୍ର ସରକାର ଯୋଜନା କରୁଥିବା ଜାତୀୟ ଗଣମାଧ୍ୟମରେ ଚର୍ଚ୍ଚା ହେଉଛି । ଏଥିପାଇଁ ନିୟମ ପ୍ରସ୍ତୁତ ହୋଇସାରିଥିବା ବେଳେ ଅନଲାଇନ ପୋର୍ଟାଲ ମଧ୍ୟ ପ୍ରସ୍ତୁତ ଥିବା ଅଧିକାରିକ ସୁତ୍ରରୁ ଜଣାପଡିଥିବା ଦାବି କରାଯାଉଛି । ନାଗରିକତା ସଂଶୋଧନ ଆଇନ ପ୍ରକ୍ରିୟା ସମ୍ପୂର୍ଣ୍ଣ ଅନଲାଇନରେ ହିଁ କରାଯିବ । ଆବେଦକଙ୍କୁ କେବଳ ସେହି ବର୍ଷର ସୂଚନା ଦେବାକୁ ଯେଉଁ ବର୍ଷ ସେମାନେ କୌଣସି ଦସ୍ତାବିଜ୍ ବିନା ଭାରତ ମଧ୍ୟକୁ ପ୍ରବେଶ କରିଥିଲେ।

ଆବେଦକଙ୍କଠାରୁ କୌଣସି ପ୍ରମାଣପତ୍ର ମଗାଯିବ ନାହିଁ। ସିଏଏ ଆଇନ ପାକିସ୍ତାନ, ଆଫଗାନିସ୍ଥାନ ଏବଂ ବାଂଲାଦେଶର ସଂଖ୍ୟାଲଘୁ ଅନୁପ୍ରବେଶକାରୀ ଯେଉଁମାନେ ଦୀର୍ଘ ସମୟ ଧରି ଭାରତରେ ବେଆଇନ ଭାବେ ରହି ଆସୁଛନ୍ତି ସେମାନଙ୍କୁ ଭାରତୀୟ ନାଗରିକତା ପ୍ରଦାନ କରିବାକୁ ସୁଯୋଗ ପ୍ରଦାନ କରିବ। ଏହି ଆଇନ ଦ୍ବାରା କୌଣସି ଭାରତୀୟ ଯେକୌଣସି ଧର୍ମର ହୁଅନ୍ତୁ ନା କାହିଁକି ତାଙ୍କର ନାଗରିକତା ରଦ୍ଦ ହେବାର କୌଣସି ବ୍ୟବସ୍ଥା ନାହିଁ। ଏହି ଆଇନ ଜରିଆରେ ଭାରତୀୟ ନାଗରିକତା ହାସଲ କରିବାର ପ୍ରକ୍ରିୟା ଖୁବଶୀଘ୍ର ଆରମ୍ଭ ହେବ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଗଞ୍ଜାମ ଯିବେ ମୁଖ୍ୟମନ୍ତ୍ରୀ 🔴 ଜଳବନ୍ଦୀଙ୍କୁ କରାଯିବ ଏୟାରଲିଫ୍ଟ 🔴 ୧୮ରୁ ବିଧାନସଭା ଅଧିବେଶନ 🔴 ୭ ଜିଲ୍ଲାକୁ ରେଡ୍ ୱାର୍ଣ୍ଣିଂ 🔴 ନୀଳଗିରି ବସ୍‌ଷ୍ଟାଣ୍ଡ ନିକଟ ପେଟ୍ରୋଲ ପମ୍ପରେ ବିସ୍ଫୋରଣ 🔴 ଆସନ୍ତାକାଲି ପର୍ଯ୍ୟନ୍ତ ଓଡ଼ିଶା ପାଇଁ ଗୁରୁତ୍ବପୂର୍ଣ୍ଣ 🔴 ସଂଧ୍ୟା ସୁଦ୍ଧା ମାଲକାନଗିରି ଦେଇ ଯିବ ‘ଅର୍ଣ୍ଣବ’ 🔴 ‘ମାଲକାନଗିରି ବେଶୀ ପ୍ରଭାବିତ’ 🔴 IAS ସ୍ତରରେ ଅଦଳବଦଳ 🔴 ଘରେ ପଶିଲେ, ଲୁଟିଲେ..ଟିଭି ଭାଙ୍ଗି ଚାଲିଗଲେ 🔴 ଗଞ୍ଜାମ ଯିବେ ମୁଖ୍ୟମନ୍ତ୍ରୀ 🔴 ଜଳବନ୍ଦୀଙ୍କୁ କରାଯିବ ଏୟାରଲିଫ୍ଟ 🔴 ୧୮ରୁ ବିଧାନସଭା ଅଧିବେଶନ 🔴 ୭ ଜିଲ୍ଲାକୁ ରେଡ୍ ୱାର୍ଣ୍ଣିଂ 🔴 ନୀଳଗିରି ବସ୍‌ଷ୍ଟାଣ୍ଡ ନିକଟ ପେଟ୍ରୋଲ ପମ୍ପରେ ବିସ୍ଫୋରଣ 🔴 ଆସନ୍ତାକାଲି ପର୍ଯ୍ୟନ୍ତ ଓଡ଼ିଶା ପାଇଁ ଗୁରୁତ୍ବପୂର୍ଣ୍ଣ 🔴 ସଂଧ୍ୟା ସୁଦ୍ଧା ମାଲକାନଗିରି ଦେଇ ଯିବ ‘ଅର୍ଣ୍ଣବ’ 🔴 ‘ମାଲକାନଗିରି ବେଶୀ ପ୍ରଭାବିତ’ 🔴 IAS ସ୍ତରରେ ଅଦଳବଦଳ 🔴 ଘରେ ପଶିଲେ, ଲୁଟିଲେ..ଟିଭି ଭାଙ୍ଗି ଚାଲିଗଲେ