Masthead

କାହିଁକି ମଞ୍ଚରେ କାନ୍ଦିଲେ ରାଜା ସ୍ୱାଇଁ?

କଟକ (ବଡ଼ ଖବର ବ୍ୟୁରୋ): ମଞ୍ଚ ଉପରେ ଭାବୁକ ହେଲେ ମନ୍ତ୍ରୀ ରଣେନ୍ଦ୍ର ପ୍ରତାପ ସ୍ୱାଇଁ । ଆଠଗଡ ବିଧାୟକ ତଥା କୃଷି ମନ୍ତ୍ରୀ ରଣେନ୍ଦ୍ର ପ୍ରତାପ ସ୍ୱାଇଁ କାନ୍ଦି କାନ୍ଦି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ କଥା କହି ଭାବବିହ୍ୱଳ ହେଲେ । କହିଲେ ନବୀନ ପଟ୍ଟନାୟକ.. ସେ ଆମ ପେଟକୁ ଅନାଇଛି। ତାର ବାପା ନାହିଁ, ମା ନାହିଁ, ପୁଅ ନାହିଁ, ଝିଅ ନାହିଁ, ତାର କେହି ନାହିଁ। ସାଢେ ୪ କୋଟି ଲୋକ ହେଲେ ତାର ପରିବାର। ସେ ମରିଗଲେ ତା ମୁହଁରେ ପାଣି ଦେବାକୁ ବି କେହି ନାହିଁ ।

ମୁଖାଗ୍ନି ଦେବାକୁ କେହି ନାହିଁ। ସେ ପରିବାରର ସମସ୍ତଙ୍କୁ ଦେଇଛି, ତା ମୁହଁକୁ ଟିକେ ଅନାଇବ, ଏତିକି ନିବେଦନ ।’ ଏଭଳି ଭାବବିହ୍ୱଳ ଢଙ୍ଗରେ ସଭା ମଞ୍ଚରେ କାନ୍ଦି କାନ୍ଦି ହାତ ଯୋଡି ମନ୍ତ୍ରୀ ତଥା ଆଠଗଡ଼ ବିଧାୟକ ରଣେନ୍ଦ୍ର ପ୍ରତାପ ସ୍ବାଇଁ(ରାଜା) ଲୋକଙ୍କୁ ଅନୁରୋଧ କରିବା ଘଟଣା ଆଜି ଚର୍ଚ୍ଚାର ବିଷୟ ପାଲଟିଛି । ଆଠଗଡ଼ ମହୋତ୍ସବ ପଡିଆରେ ଆୟୋଜିତ ବର୍ଦ୍ଧିତ ଭତ୍ତା ବଣ୍ଟନ କାର୍ଯ୍ୟକ୍ରମରେ ଏଭଳି ନିବେଦନ କରିଥିଲେ ରାଜା ସ୍ବାଇଁ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଶ୍ରୀମନ୍ଦିରରେ ନାବାଳକକୁ ମାଡ଼! 🔴 ପବିତ୍ର ଶ୍ରୀପଞ୍ଚମୀରେ ବିଦ୍ୟାଦାତ୍ରୀ ମା’ ସରସ୍ବତୀଙ୍କୁ ଆବାହନ 🔴 ୭୨ ପ୍ରଧାନଶିକ୍ଷକଙ୍କ ଦରମା ବନ୍ଦ 🔴 ରାଜ୍ୟସଭା ନିର୍ବାଚନ ପାଇଁ ପ୍ରକ୍ରିୟା ଆରମ୍ଭ 🔴 ନୂଆ ହିତାଧିକାରୀଙ୍କୁ ଆଜି ମିଳିବ ସୁଭଦ୍ରା ଟଙ୍କା 🔴 ରାଜ୍ୟରେ କମିଲା ଶୀତ 🔴 ଆଜି ମହାପ୍ରଭୁଙ୍କ ଦୁର୍ଲ୍ଲଭ ପଦ୍ମବେଶ 🔴 ରଥ ତିଆରି ପାଇଁ ଗଲା ରଥ କାଠ 🔴 ବିଜାପୁରରେ ଏନକାଉଣ୍ଟର, ୬ ମାଓବାଦୀ ନିହତ 🔴 ଜଳିଗଲା ୧ନଂ ହାଟ 🔴 ଶ୍ରୀମନ୍ଦିରରେ ନାବାଳକକୁ ମାଡ଼! 🔴 ପବିତ୍ର ଶ୍ରୀପଞ୍ଚମୀରେ ବିଦ୍ୟାଦାତ୍ରୀ ମା’ ସରସ୍ବତୀଙ୍କୁ ଆବାହନ 🔴 ୭୨ ପ୍ରଧାନଶିକ୍ଷକଙ୍କ ଦରମା ବନ୍ଦ 🔴 ରାଜ୍ୟସଭା ନିର୍ବାଚନ ପାଇଁ ପ୍ରକ୍ରିୟା ଆରମ୍ଭ 🔴 ନୂଆ ହିତାଧିକାରୀଙ୍କୁ ଆଜି ମିଳିବ ସୁଭଦ୍ରା ଟଙ୍କା 🔴 ରାଜ୍ୟରେ କମିଲା ଶୀତ 🔴 ଆଜି ମହାପ୍ରଭୁଙ୍କ ଦୁର୍ଲ୍ଲଭ ପଦ୍ମବେଶ 🔴 ରଥ ତିଆରି ପାଇଁ ଗଲା ରଥ କାଠ 🔴 ବିଜାପୁରରେ ଏନକାଉଣ୍ଟର, ୬ ମାଓବାଦୀ ନିହତ 🔴 ଜଳିଗଲା ୧ନଂ ହାଟ