Masthead

ରାଜଧାନୀରେ କମୁଛି ସଂକ୍ରମଣ: ଆଜି କେତେ ପଜିଟିଭ୍ ଜାଣନ୍ତୁ ?

ଭୁବନେଶ୍ୱର, (ବଡ଼ ଖବର ବ୍ୟୁରୋ): ରାଜ୍ୟରେ ଦିନକୁ ଦିନ କମୁଛି ମହାମାରୀ କରୋନା ସଂକ୍ରମଣ । ଭୁବନେଶ୍ୱରରେ ମଧ୍ୟ କରୋନା ସଂକ୍ରମଣ ଗ୍ରାଫ୍ ହ୍ରାସ ପାଇବାରେ ଲାଗିଛି । ଆଜି ଦିନକରେ ରାଜଧାନୀରୁ ୯୧ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି । ଏଥିମଧ୍ୟରୁ ୨୮ଜଣ କ୍ୱାରେଣ୍ଟାଇନ ସେଣ୍ଟରରୁ ଚିହ୍ନଟ ହୋଇଥିବା ବେଳେ ୬୩ଜଣ ସ୍ଥାନୀୟ ସଂକ୍ରମିତ ରହିଛନ୍ତି । ଅନ୍ୟପଟେ ଆଜି ଦିନକରେ ୨୨୮ଜଣ ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି । ଏନେଇ ଭୁବନେଶ୍ୱର ମହାନଗର ନିଗମ ପକ୍ଷରୁ ଟୁଇଟ୍ ଯୋଗେ ସୂଚନା ଦିଆଯାଇଛି ।

ଚିହ୍ନଟ ହୋଇଥିବା ୯୧ଜଣ ଆକ୍ରାନ୍ତଙ୍କୁ ମିଶାଇ ଭୁବନେଶ୍ୱରରେ ମୋଟ କରୋନା ସଂକ୍ରମିତଙ୍କ ସଂଖ୍ୟା ୨୮ ହଜାର ୬୯୪ରେ ପହଞ୍ଚିଛି । ସେହିପରି ଏଯାବତ୍ ୨୬ ହଜାର ୩୭୭ଜଣ ଆକ୍ରାନ୍ତ ସୁସ୍ଥ ହୋଇ ଘରକୁ ଫେରିଛନ୍ତି ଏବଂ ୧୫୪ଜଣଙ୍କର ମୁଣ୍ଡ ନେଇସାରିଲାଣି କରୋନା । ଅନ୍ୟପଟେ ୨୧୪୨ଜଣ କରୋନା ସଂକ୍ରମିତ ବିଭିନ୍ନ କୋଭିଡ ହସ୍ପିଟାଲରେ ଚିକିତ୍ସିତ ହେଉଛନ୍ତି । ଭୁବନେଶ୍ୱରରେ ଦିନକୁ ଦିନ କରୋନା ସଂକ୍ରମଣ କମୁଥିବାରୁ ଏହା ରାଜଧାନୀବାସୀଙ୍କ ପାଇଁ ଏକ ଆଶ୍ୱସ୍ଥିକର ଖବର ପାଲଟିଛି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ତୀର୍ଥଯାତ୍ରୀ ବସ ଦୁର୍ଘଟଣା ଗ୍ରସ୍ତ 🔴 ବର୍ଷାକୁ ଅରେଞ୍ଜ ୱାର୍ଣ୍ଣିଂ 🔴 ବନସ୍ତେ ଡାକିଲା ଗଜ, ବରଷକେ ଥରେ ଆସିଛି ରଜ…. 🔴 ଭାରତୀୟ ନୂତନ ସ୍ଥଳସେନା ମୁଖ୍ୟ 🔴 ଆସାମରେ ବାୟୁସେନା ବିମାନ ଦୁର୍ଘଟଣା । 🔴 ଓଏଏସ ପ୍ରେମିକକୁ ମହଙ୍ଗା ପଡ଼ିଲା ପ୍ରେମ!ଚନ୍ଦ୍ରିକାଙ୍କ ମୃତ୍ୟୁ ବନ୍ଧାହେଲେ ଭୀମସେନ 🔴 ଆଜି ସଜବାଜ କାଲି ପହିଲି ରଜ 🔴 ଗୋମାଫିଆଙ୍କ ଘରେ ପୋଲିସର ଚଢ଼ାଉ 🔴 ଆଜିଠାରୁ ମହିଳା ବିଶ୍ୱକପ୍ ମହାକୁମ୍ଭ 🔴 ବଢିଲା ନିଟ୍ (ୟୁଜି)ପରୀକ୍ଷା ସମୟ ଅବଧି 🔴 ତୀର୍ଥଯାତ୍ରୀ ବସ ଦୁର୍ଘଟଣା ଗ୍ରସ୍ତ 🔴 ବର୍ଷାକୁ ଅରେଞ୍ଜ ୱାର୍ଣ୍ଣିଂ 🔴 ବନସ୍ତେ ଡାକିଲା ଗଜ, ବରଷକେ ଥରେ ଆସିଛି ରଜ…. 🔴 ଭାରତୀୟ ନୂତନ ସ୍ଥଳସେନା ମୁଖ୍ୟ 🔴 ଆସାମରେ ବାୟୁସେନା ବିମାନ ଦୁର୍ଘଟଣା । 🔴 ଓଏଏସ ପ୍ରେମିକକୁ ମହଙ୍ଗା ପଡ଼ିଲା ପ୍ରେମ!ଚନ୍ଦ୍ରିକାଙ୍କ ମୃତ୍ୟୁ ବନ୍ଧାହେଲେ ଭୀମସେନ 🔴 ଆଜି ସଜବାଜ କାଲି ପହିଲି ରଜ 🔴 ଗୋମାଫିଆଙ୍କ ଘରେ ପୋଲିସର ଚଢ଼ାଉ 🔴 ଆଜିଠାରୁ ମହିଳା ବିଶ୍ୱକପ୍ ମହାକୁମ୍ଭ 🔴 ବଢିଲା ନିଟ୍ (ୟୁଜି)ପରୀକ୍ଷା ସମୟ ଅବଧି