ଆଜି ବ୍ରହ୍ମପୁର ବିଶ୍ୱବିଦ୍ୟାଳୟ ସମାବର୍ତ୍ତନ ଉତ୍ସବରେ ସାମିଲ ହେବେ ରାଷ୍ଟ୍ରପତି

ଗଞ୍ଜାମ (ବଡ଼ ଖବର ବ୍ୟୁରୋ): ଚାରିଦିନିଆ ଓଡ଼ିଶା ଗସ୍ତରେ ଆସିଥିବା ମହାମହିମ ରାଷ୍ଟ୍ରପତିଙ୍କ ଆଜି ତୃତୀୟ ଦିନ । ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ଆଜି ଭଞ୍ଜନଗରରେ ଥିବା ବ୍ରହ୍ମପୁର ବିଶ୍ୱବିଦ୍ୟାଳୟ ଗସ୍ତ କରିବେ । ବ୍ରହ୍ମପୁରର ରଙ୍ଗେଇଲୁଣ୍ଡା ହେଲିପ୍ୟାଡରେ ସକାଳ ପ୍ରାୟ ୧୦ଟା ୧୫ରେ ବାୟୁସେନାର ସ୍ୱତନ୍ତ୍ର ହେଲିକପ୍ଟରରେ ଅବତରଣ କରିବ । ସେଠାରୁ କଡ଼ା ସୁରକ୍ଷା ଭିତରେ ରାବିଙ୍ଗ ରୁମରେ ପହଞ୍ଚିବା ପରେ ସଭାସ୍ଥଳକୁ ଯିବେ ରାଷ୍ଟ୍ରପତି । ବିଜୁ ପଟ୍ଟନାୟକ ଅଡିଟୋରିୟମରେ ଆୟୋଜିତ ବ୍ରହ୍ମପୁର ବିଶ୍ୱବିଦ୍ୟାଳୟର ୨୫ତମ ସମାବର୍ତନ ଉତ୍ସବରେ ପ୍ରାୟ ୫୦ ମିନିଟର କାର୍ଯ୍ୟକ୍ରମ ହେବ ।

ଏ ଅବସରର ରାଷ୍ଟ୍ରପତି ବିଶ୍ୱବିଦ୍ୟାଳୟ ଛାତ୍ରଛାତ୍ରୀଙ୍କୁ ଉଦବୋଧନ ଦେବା ସହ ସ୍ୱର୍ଣ୍ଣ ପଦକ ବିଜେତାଙ୍କୁ ପଦକ ପ୍ରଦାନ କରିବାର କାର୍ଯ୍ୟକ୍ରମ ରହିଛି। ଦିନ ୧୨ଟାରେ ଭୁବନେଶ୍ୱର ଫେରି ରାଜଭବନରେ ମଧ୍ୟାହ୍ନ ଭୋଜନ କରିବେ ରାଷ୍ଟ୍ରପତି। ଅପରାହ୍ନରେ କଟକରେ ବ୍ରହ୍ମକୁମାରୀ ଓଡ଼ିଶାର ସୁବର୍ଣ୍ଣ ଜୟନ୍ତୀ ସମାରୋହରେ ସାମିଲ ହୋଇ ପୁଣି ରାଜଭବନ ଫେରି ସେଠାରେ ରାତ୍ରି ଯାପନ କରିବେ ଦ୍ରୌପଦୀ ମୁର୍ମୁ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଜଳବନ୍ଦୀଙ୍କୁ କରାଯିବ ଏୟାରଲିଫ୍ଟ 🔴 ୧୮ରୁ ବିଧାନସଭା ଅଧିବେଶନ 🔴 ୭ ଜିଲ୍ଲାକୁ ରେଡ୍ ୱାର୍ଣ୍ଣିଂ 🔴 ନୀଳଗିରି ବସ୍‌ଷ୍ଟାଣ୍ଡ ନିକଟ ପେଟ୍ରୋଲ ପମ୍ପରେ ବିସ୍ଫୋରଣ 🔴 ଆସନ୍ତାକାଲି ପର୍ଯ୍ୟନ୍ତ ଓଡ଼ିଶା ପାଇଁ ଗୁରୁତ୍ବପୂର୍ଣ୍ଣ 🔴 ସଂଧ୍ୟା ସୁଦ୍ଧା ମାଲକାନଗିରି ଦେଇ ଯିବ ‘ଅର୍ଣ୍ଣବ’ 🔴 ‘ମାଲକାନଗିରି ବେଶୀ ପ୍ରଭାବିତ’ 🔴 IAS ସ୍ତରରେ ଅଦଳବଦଳ 🔴 ଘରେ ପଶିଲେ, ଲୁଟିଲେ..ଟିଭି ଭାଙ୍ଗି ଚାଲିଗଲେ 🔴 ଅତି ଭୀଷଣ ବାତ୍ୟା ରୂପ ନେଲା ‘ଅର୍ଣ୍ଣବ’ 🔴 ଜଳବନ୍ଦୀଙ୍କୁ କରାଯିବ ଏୟାରଲିଫ୍ଟ 🔴 ୧୮ରୁ ବିଧାନସଭା ଅଧିବେଶନ 🔴 ୭ ଜିଲ୍ଲାକୁ ରେଡ୍ ୱାର୍ଣ୍ଣିଂ 🔴 ନୀଳଗିରି ବସ୍‌ଷ୍ଟାଣ୍ଡ ନିକଟ ପେଟ୍ରୋଲ ପମ୍ପରେ ବିସ୍ଫୋରଣ 🔴 ଆସନ୍ତାକାଲି ପର୍ଯ୍ୟନ୍ତ ଓଡ଼ିଶା ପାଇଁ ଗୁରୁତ୍ବପୂର୍ଣ୍ଣ 🔴 ସଂଧ୍ୟା ସୁଦ୍ଧା ମାଲକାନଗିରି ଦେଇ ଯିବ ‘ଅର୍ଣ୍ଣବ’ 🔴 ‘ମାଲକାନଗିରି ବେଶୀ ପ୍ରଭାବିତ’ 🔴 IAS ସ୍ତରରେ ଅଦଳବଦଳ 🔴 ଘରେ ପଶିଲେ, ଲୁଟିଲେ..ଟିଭି ଭାଙ୍ଗି ଚାଲିଗଲେ 🔴 ଅତି ଭୀଷଣ ବାତ୍ୟା ରୂପ ନେଲା ‘ଅର୍ଣ୍ଣବ’