Masthead

ଇସ୍ରାଏଲ ସେନାର ଗୁଳିମାଡ଼ରେ ୧୦୪ ପାଲେଷ୍ଟାଇନ୍ ନାଗରିକଙ୍କ ମୃତ୍ୟୁ

ନୂଆଦିଲ୍ଲୀ (ବଡ଼ ଖବର ବ୍ୟୁରୋ): ଇସ୍ରାଏଲ ସେନାର ଗୁଳିମାଡ଼ରେ ୧୦୪ ପାଲେଷ୍ଟାଇନ୍ ନାଗରିକଙ୍କ ମୃତ୍ୟୁ । ଗାଜା ସିଟିରେ  ମାନବୀୟ ସହାୟତା ପାଇଁ ଅପେକ୍ଷା କରିଥିବା ନିରୀହ ଲୋକଙ୍କ ଉପରକୁ ଅତର୍କିତ ଭାବେ ଆଇଡିଏଫର ଗୁଳିମାଡ଼ । ଉତ୍ତର ଗାଜାରେ ଖାଦ୍ୟ ପାଇଁ ଅପେକ୍ଷା ବେଳେ ଆଖିବୁଜା ଗୁଳିମାଡ଼ । ଗୁଳିମାଡ଼ରେ ୧୦୪ ପାଲେଷ୍ଟାଇନ୍ ନାଗରିକଙ୍କ ମୃତ୍ୟୁ ହୋଇଥିବା ବେଳେ ୭ ଶହରୁ ଅଧିକ ଗୁରୁତର ଆହତ ହୋଇଥିବା ସୂଚନା ।  ଏତେ ସଂଖ୍ୟାରେ ମୃତାହତଙ୍କୁ ହସ୍ପିଟାଲ ନେବା ପାଇଁ ଆମ୍ବୁଲାନ୍ସର ଅଭାବ ଦେଖାଦେଇଛି। ଫଳରେ କେତେଜଣଙ୍କୁ ଗଧଟଣା ଗାଡ଼ିରେ ହସ୍ପିଟାଲ ନିଆଯାଇଛି। ଇସ୍ରାଏଲ୍‌-ହମାସ୍‌ ଯୁଦ୍ଧରେ ବର୍ତ୍ତମାନ ସୁଦ୍ଧା ମୃତ୍ୟୁସଂଖ୍ୟା ୩୦ ହଜାର ଟପିଥିବା ବେଳେ ଆହତଙ୍କ ସଂଖ୍ୟା ୭୦,୪୫୭ ରହିଥିବା ଗାଜାର ସ୍ବାସ୍ଥ୍ୟ ମନ୍ତ୍ରଣାଳୟ କହିଛି। ମୃତକଙ୍କ ମଧ୍ୟରୁ ଦୁଇ-ତୃତୀୟାଂଶ ହେଉଛନ୍ତି ମହିଳା ଏବଂ ଛୋଟ ପିଲା।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ତୀର୍ଥଯାତ୍ରୀ ବସ ଦୁର୍ଘଟଣା ଗ୍ରସ୍ତ 🔴 ବର୍ଷାକୁ ଅରେଞ୍ଜ ୱାର୍ଣ୍ଣିଂ 🔴 ବନସ୍ତେ ଡାକିଲା ଗଜ, ବରଷକେ ଥରେ ଆସିଛି ରଜ…. 🔴 ଭାରତୀୟ ନୂତନ ସ୍ଥଳସେନା ମୁଖ୍ୟ 🔴 ଆସାମରେ ବାୟୁସେନା ବିମାନ ଦୁର୍ଘଟଣା । 🔴 ଓଏଏସ ପ୍ରେମିକକୁ ମହଙ୍ଗା ପଡ଼ିଲା ପ୍ରେମ!ଚନ୍ଦ୍ରିକାଙ୍କ ମୃତ୍ୟୁ ବନ୍ଧାହେଲେ ଭୀମସେନ 🔴 ଆଜି ସଜବାଜ କାଲି ପହିଲି ରଜ 🔴 ଗୋମାଫିଆଙ୍କ ଘରେ ପୋଲିସର ଚଢ଼ାଉ 🔴 ଆଜିଠାରୁ ମହିଳା ବିଶ୍ୱକପ୍ ମହାକୁମ୍ଭ 🔴 ବଢିଲା ନିଟ୍ (ୟୁଜି)ପରୀକ୍ଷା ସମୟ ଅବଧି 🔴 ତୀର୍ଥଯାତ୍ରୀ ବସ ଦୁର୍ଘଟଣା ଗ୍ରସ୍ତ 🔴 ବର୍ଷାକୁ ଅରେଞ୍ଜ ୱାର୍ଣ୍ଣିଂ 🔴 ବନସ୍ତେ ଡାକିଲା ଗଜ, ବରଷକେ ଥରେ ଆସିଛି ରଜ…. 🔴 ଭାରତୀୟ ନୂତନ ସ୍ଥଳସେନା ମୁଖ୍ୟ 🔴 ଆସାମରେ ବାୟୁସେନା ବିମାନ ଦୁର୍ଘଟଣା । 🔴 ଓଏଏସ ପ୍ରେମିକକୁ ମହଙ୍ଗା ପଡ଼ିଲା ପ୍ରେମ!ଚନ୍ଦ୍ରିକାଙ୍କ ମୃତ୍ୟୁ ବନ୍ଧାହେଲେ ଭୀମସେନ 🔴 ଆଜି ସଜବାଜ କାଲି ପହିଲି ରଜ 🔴 ଗୋମାଫିଆଙ୍କ ଘରେ ପୋଲିସର ଚଢ଼ାଉ 🔴 ଆଜିଠାରୁ ମହିଳା ବିଶ୍ୱକପ୍ ମହାକୁମ୍ଭ 🔴 ବଢିଲା ନିଟ୍ (ୟୁଜି)ପରୀକ୍ଷା ସମୟ ଅବଧି