ଆଜି ସମ୍ବଲପୁର ଯିବେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ

ସମ୍ବଲପୁର (ବଡ଼ ଖବର ବ୍ୟୁରୋ): ଆଜି ସମ୍ବଲପୁର ଗସ୍ତ କରିବେ ରାଷ୍ଟ୍ରପତି । ଚାରିଦିନିଆ ଓଡ଼ିଶା ଗସ୍ତରେ ଆସିଥିବା ମହାମହିମ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ଶେଷ ଦିନରେ ସମ୍ବଲପୁର ଗସ୍ତ କରିବେ । ସକାଳ ୧୦ଟାରେ ଝାରସୁଗୁଡ଼ା ବିମାନ ବନ୍ଦରରେ ପହଞ୍ଚିବା ପରେ ସେଠାରୁ ବାୟୁସେନାର ହେଲିକପ୍ଟର ଯୋଗେ ରେଢ଼ାଖୋଲ ଯିବେ । ପୂର୍ବାହ୍ନ ୧୧ଟା ୫ରେ ରେଢାଖୋଲର କଦଳୀଗଡ଼ ହାଇସ୍କୁଲ ଖେଳ ପଡ଼ିଆରେ ପହଞ୍ଚିବେ ରାଷ୍ଟ୍ରପତି । ସେଠାରୁ ବାହାରି ମୁଧୁପୁର ସ୍ଥିତ ସନ୍ଥକବି ଭୀମ ଭୋଇଙ୍କ ଆବିର୍ଭାବ ପୀଠ ମଧୁପୁର ଯିବେ । ଯେଉଁଠାରେ ସନ୍ଥକବିଙ୍କ ପ୍ରତିମୂର୍ତିରେ ମାଲ୍ୟାର୍ପଣ ପରେ, ଚଉଷଠି ସିଦ୍ଧ ଆଶ୍ରମ ଯାଇ ସେଠାରେ ଧ୍ୱନି ମଣ୍ଡପ ଦର୍ଶନ କରିବେ ମହାମହିମ । ପରେ ସନ୍ଥକବିଙ୍କ ଜ୍ଞାନପ୍ରାପ୍ତି ପୀଠ କନ୍ଧରା ଓ ପରେ ବାଲ୍ୟକାଳ କଟିଥିବା କାଙ୍କଡପଡା ଯିବେ ରାଷ୍ଟ୍ରପତି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଗଞ୍ଜାମ ଯିବେ ମୁଖ୍ୟମନ୍ତ୍ରୀ 🔴 ଜଳବନ୍ଦୀଙ୍କୁ କରାଯିବ ଏୟାରଲିଫ୍ଟ 🔴 ୧୮ରୁ ବିଧାନସଭା ଅଧିବେଶନ 🔴 ୭ ଜିଲ୍ଲାକୁ ରେଡ୍ ୱାର୍ଣ୍ଣିଂ 🔴 ନୀଳଗିରି ବସ୍‌ଷ୍ଟାଣ୍ଡ ନିକଟ ପେଟ୍ରୋଲ ପମ୍ପରେ ବିସ୍ଫୋରଣ 🔴 ଆସନ୍ତାକାଲି ପର୍ଯ୍ୟନ୍ତ ଓଡ଼ିଶା ପାଇଁ ଗୁରୁତ୍ବପୂର୍ଣ୍ଣ 🔴 ସଂଧ୍ୟା ସୁଦ୍ଧା ମାଲକାନଗିରି ଦେଇ ଯିବ ‘ଅର୍ଣ୍ଣବ’ 🔴 ‘ମାଲକାନଗିରି ବେଶୀ ପ୍ରଭାବିତ’ 🔴 IAS ସ୍ତରରେ ଅଦଳବଦଳ 🔴 ଘରେ ପଶିଲେ, ଲୁଟିଲେ..ଟିଭି ଭାଙ୍ଗି ଚାଲିଗଲେ 🔴 ଗଞ୍ଜାମ ଯିବେ ମୁଖ୍ୟମନ୍ତ୍ରୀ 🔴 ଜଳବନ୍ଦୀଙ୍କୁ କରାଯିବ ଏୟାରଲିଫ୍ଟ 🔴 ୧୮ରୁ ବିଧାନସଭା ଅଧିବେଶନ 🔴 ୭ ଜିଲ୍ଲାକୁ ରେଡ୍ ୱାର୍ଣ୍ଣିଂ 🔴 ନୀଳଗିରି ବସ୍‌ଷ୍ଟାଣ୍ଡ ନିକଟ ପେଟ୍ରୋଲ ପମ୍ପରେ ବିସ୍ଫୋରଣ 🔴 ଆସନ୍ତାକାଲି ପର୍ଯ୍ୟନ୍ତ ଓଡ଼ିଶା ପାଇଁ ଗୁରୁତ୍ବପୂର୍ଣ୍ଣ 🔴 ସଂଧ୍ୟା ସୁଦ୍ଧା ମାଲକାନଗିରି ଦେଇ ଯିବ ‘ଅର୍ଣ୍ଣବ’ 🔴 ‘ମାଲକାନଗିରି ବେଶୀ ପ୍ରଭାବିତ’ 🔴 IAS ସ୍ତରରେ ଅଦଳବଦଳ 🔴 ଘରେ ପଶିଲେ, ଲୁଟିଲେ..ଟିଭି ଭାଙ୍ଗି ଚାଲିଗଲେ