Masthead

ନିର୍ବାହୀ ଯନ୍ତ୍ରୀଙ୍କ କାର୍ଯ୍ୟାଳୟରେ ଭିଜିଲାନ୍ସ ଚଢାଉ

ଆସିକା (ବଡ଼ ଖବର ବ୍ୟୁରୋ): ଗଞ୍ଜାମ ଜିଲ୍ଲା ଆସିକା ସହର ଉପକଣ୍ଠରେ ଥିବା ସଵଡିଭିଜନ ମେଡିକାଲ ପଛପଟେ ଥିବା ଜଳ ସମ୍ପଦ ବିଭାଗ ସେଚାଞ୍ଚଳ ଉନ୍ନୟନ ଖଣ୍ଡ -୮ ନିର୍ବାହୀ କୃଷି ଯନ୍ତ୍ରୀଙ୍କ କାର୍ଯ୍ୟାଳୟରେ ବ୍ରହ୍ମପୁର ଭିଜିଲାନ୍ସ ପକ୍ଷରୁ ଚଢାଉ ହୋଇଛି । ଗତକାଲି ସଂଧ୍ୟା ସମୟରେ ଭିଜିଲାନ୍ସ ଏସପି ସୁରେଶ କହଁରଙ୍କ ନେତୃତ୍ୱରେ ଭିଜିଲାନ୍ସ ଇନ୍ସପେକ୍ଟର ନିରଞ୍ଜନ ରାଉତ ଏବଂ ତାଙ୍କ ଟିମ ସଦଳବଳେ ଚଢ଼ାଉ କରିଥିଲେ ।

ଏହି ଚଢାଉ ବେଳେ ନିର୍ବାହୀ ଯନ୍ତ୍ରୀ ବେଣୁଧର ଦଳାଇ ଓ ଜୁନିୟର କ୍ଲର୍କ କୈଳାସ ଚନ୍ଦ୍ର ବେହେରାଙ୍କୁ କୋଡିଏ ହଜାର ଟଙ୍କା ଲାଞ୍ଚ ନେଉଥିବା ବେଳେ ବ୍ରହ୍ମପୁର ଭିଜିଲାନ୍ସ ଟିମ ଧରିଥିଲେ । ଅଫିସରେ ଭଡା ସୂତ୍ରରେ ଲାଗିଥିବା ବୋଲେରୋ ଗାଡିର ତେଲ ଓ ଭଡା ବାବଦକୁ ବିଲ କରାଇବା ପାଇଁ ଲାଞ୍ଚ ମାଗିଥିଲେ । ଏହିଗାଡି ହିଞ୍ଜିଳି ଅଞ୍ଚଳର ଜଣେ ମାଲିକ ଅଫିସରେ ଭଡା ସୂତ୍ରରେ ଲଗାଇ ଥିଲେ । ବିଭିନ୍ନ ପଞ୍ଚାୟତରେ ପାଣି ପଞ୍ଚାୟତ ଗଠନ କରି ବିଲରେ ଜଳସେଚନ ପାଇଁ ଏହି ଅଫିସ ଦୀର୍ଘ ୧୫ ବର୍ଷ ଧରି କାର୍ଯ୍ୟ କରି ଆସୁଥିଲା । ଏନେଇ ବ୍ରହ୍ମପୁର ଭିଜିଲାନ୍ସ ପକ୍ଷରୁ ମାମଲା ରୁଜୁ ହୋଇଥିବା ଜଣାପଡିଛି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ବୁଡିଗଲା ପୋଲ, ଧୋଇଗଲା ରାସ୍ତା 🔴 ମହାପ୍ରଭୁଙ୍କ ବନକଲାଗି, ୫ ଘଣ୍ଟା ଦର୍ଶନ ବନ୍ଦ 🔴 ୮ ଜିଲ୍ଲାରେ ସ୍କୁଲ୍ ଛୁଟି 🔴 ଭୂମିକମ୍ପରେ ଦୋହଲିଲା ଜାପାନ, ୭.୧ ତୀବ୍ରତାରେ କମ୍ପିଲା ଅନେକ ଅଞ୍ଚଳ 🔴 ସନ୍ଧ୍ୟା ସୁଦ୍ଧା ବଡ଼ ବନ୍ୟା 🔴 ଫାଇଲ ଗାଏବ ଘଟଣା, କମିଶନରେଟ ପୋଲିସକୁ ଚିଠି ଲେଖିଲେ ୨ ପୂର୍ବତନ ଆଇଏଏସ 🔴 ସ୍ୱର୍ଣ୍ଣ ଜିତିଲେ ଶର୍ମିଳା 🔴 ଅଭିଯୋଗ ଶୁଣିଲାନି ପ୍ରଶାସନ, ଘଣ୍ଟ ବାଡେଇ ପ୍ରତିବାଦ କଲେ ଗ୍ରାମବାସୀ 🔴 ୧୨ ଜିଲ୍ଲାକୁ ୟେଲୋ ଆଲର୍ଟ 🔴 ଆଶୀର୍ବାଦ ବର୍ଷାରେ ଭିଜୁଛନ୍ତି ଭକ୍ତ 🔴 ବୁଡିଗଲା ପୋଲ, ଧୋଇଗଲା ରାସ୍ତା 🔴 ମହାପ୍ରଭୁଙ୍କ ବନକଲାଗି, ୫ ଘଣ୍ଟା ଦର୍ଶନ ବନ୍ଦ 🔴 ୮ ଜିଲ୍ଲାରେ ସ୍କୁଲ୍ ଛୁଟି 🔴 ଭୂମିକମ୍ପରେ ଦୋହଲିଲା ଜାପାନ, ୭.୧ ତୀବ୍ରତାରେ କମ୍ପିଲା ଅନେକ ଅଞ୍ଚଳ 🔴 ସନ୍ଧ୍ୟା ସୁଦ୍ଧା ବଡ଼ ବନ୍ୟା 🔴 ଫାଇଲ ଗାଏବ ଘଟଣା, କମିଶନରେଟ ପୋଲିସକୁ ଚିଠି ଲେଖିଲେ ୨ ପୂର୍ବତନ ଆଇଏଏସ 🔴 ସ୍ୱର୍ଣ୍ଣ ଜିତିଲେ ଶର୍ମିଳା 🔴 ଅଭିଯୋଗ ଶୁଣିଲାନି ପ୍ରଶାସନ, ଘଣ୍ଟ ବାଡେଇ ପ୍ରତିବାଦ କଲେ ଗ୍ରାମବାସୀ 🔴 ୧୨ ଜିଲ୍ଲାକୁ ୟେଲୋ ଆଲର୍ଟ 🔴 ଆଶୀର୍ବାଦ ବର୍ଷାରେ ଭିଜୁଛନ୍ତି ଭକ୍ତ