Masthead

ବିଜେପିରେ ମିଶିବେ ଧାମନଗରର ପୂର୍ବତନ ବିଧାୟକ ରାଜେନ୍ଦ୍ର ଦାସ

ଭୁୁବନେଶ୍ୱର (ବଡ଼ ଖବର ବ୍ୟୁରୋ): ବିଜେପିରେ ମିଶିବେ ଧାମନଗରର ପୂର୍ବତନ ବିଧାୟକ ରାଜେନ୍ଦ୍ର ଦାସ । ଆସନ୍ତା ୪ ତାରିଖରେ ବିଜେପିରେ ବିଧିବଦ୍ଧ ଭାବେ ସାମିଲ ହେବେ ରାଜେନ୍ଦ୍ର । ଏହାପୂର୍ବରୁ ବିଜେଡି ଟିକେଟରେ ବିଧାୟକ ଭାବେ ନିର୍ବାଚିତ ହୋଇଥିଲେ ରାଜୁ । ଉପ-ନିର୍ବାଚନରେ ଦଳ ବିରୋଧୀ କାମ ପାଇଁ ବିଜେଡିରୁ ହୋଇଥିଲେ ବହିଷ୍କୃତ । ତେବେ ଧାମନଗର ଉପ-ନିର୍ବାଚନରେ ଟିକେଟ ନ ମିଳିବାରୁ ସ୍ୱାଧୀନ ପ୍ରାର୍ଥୀ ଭାବେ ନିର୍ବାଚନ ଲଢି ପରାଜିତ ହୋଇଥିଲେ । ୨୦୦୯ରେ ବିଜେଡି ଟିକେଟରୁ ବିଧାୟକ ହୋଇଥିବା ରାଜେନ୍ଦ୍ର ଦାସଙ୍କୁ ୨୦୧୪ରେ ଟିକେଟ ଦେଇନଥିଲା ଦଳ । ତେବେ ୨୦୧୯ରେ ପୁଣିଥରେ ଟିକେଟ ପାଇଥିଲେ ମଧ୍ୟ ବିଜେପି ପ୍ରାର୍ଥୀ ବିଷ୍ଣୁ ସେଠୀଙ୍କ ଠାରୁ ପରାଜିତ ହୋଇଥିଲେ ରାଜେନ୍ଦ୍ର । ପରେ ବିଷ୍ଣୁଙ୍କ ଦେହାନ୍ତ ପରେ ହୋଇଥିବା ଉପ-ନିର୍ବାଚନରେ ବିଜେଡି ଟିକେଟ ନ ପାଇ ନିରାଶ ହୋଇ ସ୍ୱାଧୀନ ପ୍ରାର୍ଥୀ ଭାବେ ରାଜେନ୍ଦ୍ର ମୈଦାନକୁ ଓହ୍ଲାଇଥିଲେ ମଧ୍ୟ ପରାଜିତ ହୋଇଥିଲେ ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 କାଉଣ୍ଟର ଆଗରେ ଲମ୍ବା ଲାଇନ 🔴 ଥଣ୍ଡାରେ ଥରୁଛି ସାରା ଓଡ଼ିଶା 🔴 ରାଜ୍ୟରେ ଗଡ଼ୁଛି ୨ ଲକ୍ଷ ୧୯ ହଜାର ୬୭୭ ଇଭି ଗାଡ଼ି 🔴 ଛତିଶଗଡ଼ ବିଜାପୁରରେ ବଡ଼ ଏନକାଉଣ୍ଟର 🔴 ଶୀତ ଅଧିବେଶନର ଆଜି ସପ୍ତମ ଦିନ 🔴 ଆଜି ଭାରତ ଆସୁଛନ୍ତି ପୁଟିନ୍‌ 🔴 ଆଗକୁ ବଢ଼ିବ ଶୀତ 🔴 ଡିସେମ୍ବର ୩୧ ଯାଏଁ E-KYC 🔴 ୫ ଘଣ୍ଟା ଜଗା ଦର୍ଶନ ବନ୍ଦ 🔴 ଆଜି ଘୋଷଣା ହୋଇପାରେ +୨ ପରୀକ୍ଷା ତାରିଖ 🔴 କାଉଣ୍ଟର ଆଗରେ ଲମ୍ବା ଲାଇନ 🔴 ଥଣ୍ଡାରେ ଥରୁଛି ସାରା ଓଡ଼ିଶା 🔴 ରାଜ୍ୟରେ ଗଡ଼ୁଛି ୨ ଲକ୍ଷ ୧୯ ହଜାର ୬୭୭ ଇଭି ଗାଡ଼ି 🔴 ଛତିଶଗଡ଼ ବିଜାପୁରରେ ବଡ଼ ଏନକାଉଣ୍ଟର 🔴 ଶୀତ ଅଧିବେଶନର ଆଜି ସପ୍ତମ ଦିନ 🔴 ଆଜି ଭାରତ ଆସୁଛନ୍ତି ପୁଟିନ୍‌ 🔴 ଆଗକୁ ବଢ଼ିବ ଶୀତ 🔴 ଡିସେମ୍ବର ୩୧ ଯାଏଁ E-KYC 🔴 ୫ ଘଣ୍ଟା ଜଗା ଦର୍ଶନ ବନ୍ଦ 🔴 ଆଜି ଘୋଷଣା ହୋଇପାରେ +୨ ପରୀକ୍ଷା ତାରିଖ