Masthead

କାଲି ଓଡ଼ିଶା ଆସୁଛନ୍ତି ମୋଦି, ସୁରକ୍ଷା ବ୍ୟବସ୍ଥା କଡ଼ାକଡ଼ି

ଭୁବନେଶ୍ୱର (ବଡ଼ ଖବର ବ୍ୟୁରୋ): ଦିନକ ପରେ ଓଡ଼ିଶା ଆସିବେ ପ୍ରଧାନମନ୍ତ୍ରୀ ନରେନ୍ଦ୍ରେ ମୋଦି। ଚଣ୍ଡିଖୋଲରେ ସରକାରୀ କାର୍ଯ୍ୟକ୍ରମ ଓ ସାଧାରଣ ସଭାରେ ଯୋଗଦେବେ । ଭୁବନେଶ୍ୱର ଏୟାରପୋର୍ଟରୁ ଚଣ୍ଡିଖୋଲ ଯାଏ ସୁରକ୍ଷା କଡ଼ାକଡ଼ି କରାଯିବ । ସୁରକ୍ଷାର ସମୀକ୍ଷା କରିଛନ୍ତି ପୋଲିସ ଡିଜି ଅରୁଣ ଷଡ଼ଙ୍ଗୀ । ପୂରା ଅଞ୍ଚଳକୁ ବ୍ଲାକ୍ କାଟାଗୋରୀ ଜୋନରେ ରଖାଯିବ । ଓଡ଼ିଶାରେ ପହଞ୍ଚି ସୁରକ୍ଷାର ଯାଞ୍ଚ କରିଛନ୍ତି ପ୍ରଧାନମନ୍ତ୍ରୀଙ୍କ ଏସପିଜି । ୫ ତାରିଖରେ ତେଲେଙ୍ଗାନାରୁ କାର୍ଯ୍ୟକ୍ରମ ସାରି ଓଡ଼ିଶା ଆସିବେ ପ୍ରଧାନମନ୍ତ୍ରୀ ।

ସ୍ୱତନ୍ତ୍ର ବାୟୁସେନା ବିମାନରେ ଅପରାହ୍ଣରେ ଭୁବନେଶ୍ୱରରେ ପହଞ୍ଚିବେ । ଏଠାରୁ ସ୍ୱତନ୍ତ୍ର ହେଲିକପ୍ଟର ଯୋଗେ ଯିବେ ଚଣ୍ଡିଖୋଲ । ବେଣାପୁରରେ ସରକାରୀ କାର୍ଯ୍ୟକ୍ରମରେ ଦେବେ ଯୋଗ । ଚଣ୍ଡିଖୋଲ-ପାରାଦୀପ ୫୩ ନମ୍ବର ଜାତୀୟ ରାଜପଥର ୮ଥାକିଆ ରାସ୍ତା ସହ ଆଉ କିଛି ପ୍ରକଳ୍ପର ଶିଳାନ୍ୟାସ ଓ ଉଦଘାଟନ କରିବେ। ପରେ ସାଧାରଣ ସଭାରେ ଯୋଗଦେବେ । ଚଣ୍ଡୀଖୋଲରେ କାର୍ଯ୍ୟକ୍ରମ ସାରି ସଂଧ୍ୟାରେ ଭୁବନେଶ୍ୱର ଫେରିବେ ପ୍ରଧାନମନ୍ତ୍ରୀ । ବିମାନ ଯୋଗେ ଯିବେ କୋଲକାତା ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଦୁଇ ଭାଇଙ୍କୁ ଧାରୁଆ ଅସ୍ତ୍ରରେ ମରଣାନ୍ତକ ଆକ୍ରମଣ 🔴 ଦ୍ଵିତୀୟ ଦିନରେ ସରଗରମ ହୋଇପାରେ ଗୃହ 🔴 ହର୍ମୁଜ ପ୍ରଣାଳୀ ଅବରୋଧ କଲେ ୨୦ ଗୁଣ ଅଧିକ କାର୍ଯ୍ୟାନୁଷ୍ଠାନ 🔴 ଟ୍ରମ୍ପଙ୍କ ବଡ ଘୋଷଣା, ଦୁର୍ବଳ ହୋଇ ପଡିଛି … 🔴 ମୋଜତାବ ଖାମେନେଇ ଇରାନର ନୂଆ ସୁପ୍ରିମ ଲିଡର୍ 🔴 ଆଇସକ୍ରିମ ଫ୍ୟାକ୍ଟ୍ରିରେ ବ୍ଲାଷ୍ଟ, ଜଣେ ମୃତ 🔴 ସାଉଦିରେ ଇରାନର ମିସାଇଲ ଆକ୍ରମଣ, ଜଣେ ଭାରତୀୟଙ୍କ ସମେତ ୨ ମୃତ 🔴 ପୁଣି ସରଗରମ ହେବ ବିଧାନସଭା 🔴 ଦୁବାଇରେ ପୁଣି ଆଟାକ୍ କଲା ଇରାନ 🔴 ତହସିଲଦାର ଓ ଆରଆଇଙ୍କ ବିରୋଧରେ ଚିଠି 🔴 ଦୁଇ ଭାଇଙ୍କୁ ଧାରୁଆ ଅସ୍ତ୍ରରେ ମରଣାନ୍ତକ ଆକ୍ରମଣ 🔴 ଦ୍ଵିତୀୟ ଦିନରେ ସରଗରମ ହୋଇପାରେ ଗୃହ 🔴 ହର୍ମୁଜ ପ୍ରଣାଳୀ ଅବରୋଧ କଲେ ୨୦ ଗୁଣ ଅଧିକ କାର୍ଯ୍ୟାନୁଷ୍ଠାନ 🔴 ଟ୍ରମ୍ପଙ୍କ ବଡ ଘୋଷଣା, ଦୁର୍ବଳ ହୋଇ ପଡିଛି … 🔴 ମୋଜତାବ ଖାମେନେଇ ଇରାନର ନୂଆ ସୁପ୍ରିମ ଲିଡର୍ 🔴 ଆଇସକ୍ରିମ ଫ୍ୟାକ୍ଟ୍ରିରେ ବ୍ଲାଷ୍ଟ, ଜଣେ ମୃତ 🔴 ସାଉଦିରେ ଇରାନର ମିସାଇଲ ଆକ୍ରମଣ, ଜଣେ ଭାରତୀୟଙ୍କ ସମେତ ୨ ମୃତ 🔴 ପୁଣି ସରଗରମ ହେବ ବିଧାନସଭା 🔴 ଦୁବାଇରେ ପୁଣି ଆଟାକ୍ କଲା ଇରାନ 🔴 ତହସିଲଦାର ଓ ଆରଆଇଙ୍କ ବିରୋଧରେ ଚିଠି