ଆସନ୍ତାକାଲି ଓଡ଼ିଶା ଆସୁଛନ୍ତି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି

ଭୁବନେଶ୍ବର(ବଡ଼ ଖବର ବ୍ୟୁରୋ): ଆସନ୍ତାକାଲି ଓଡ଼ିଶା ଆସୁଛନ୍ତି ପ୍ରଧାନମନ୍ତ୍ରୀ । ଯାଜପୁର ଚଣ୍ଡିଖୋଲ ବେଣାପୁରଠାରେ ବିଭିନ୍ନ ପ୍ରକଳ୍ପର ଉଦଘାଟନ ଓ ଶିଳାନ୍ୟାସ କରିବେ ପ୍ରଧାନମନ୍ତ୍ରୀ। ଏଥିସହ ସେଠାରେ ଆୟୋଜିତ ବିରାଟ ସାଧାରଣ ସଭାରେ ଉଦବୋଧନ ଦେବେ। ତେବେ ମୋଦିଙ୍କ ଗସ୍ତକୁ ଆଖି ଆଗରେ ରଖି ପ୍ରଶାସନ ପକ୍ଷରୁ ପ୍ରସ୍ତୁତି ଜୋରଦାର କରାଯାଇଛି। ସମାବେଶସ୍ଥଳ ବେଣାପୁର ପଡିଆକୁ ଯାଇ ସୁରକ୍ଷା ବ୍ୟବସ୍ଥାର ତଦାରଖ କରିଛନ୍ତି ପୋଲିସ ଡିଜି ଅରୁଣ ଷଡ଼ଙ୍ଗୀ। ଡିଜିପିଙ୍କ ସହ ଥିଲେ କେନ୍ଦ୍ରାଞ୍ଚଳ ଆଇଜି ଆଶିଷ ସିଂ, ଯାଜପୁର ଏସପି ଭିନିତ ଅଗ୍ରୱାଲଙ୍କ ସମେତ ବରିଷ୍ଠ ପୋଲିସ ଅଧିକାରୀ। ବେଣାପୁର ପଡ଼ିଆରେ ଅସ୍ଥାୟୀ ହେଲିପ୍ୟାଡ଼ କରାଯାଇଛି। ପରୀକ୍ଷାମୂଳକ ଭାବେ ବାୟୁସେନାର ଦୁଇଟି ହେଲିକପ୍ଟର ସେଠାରେ ଲ୍ୟାଣ୍ଡିଂ କରିଛି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଜଳବନ୍ଦୀଙ୍କୁ କରାଯିବ ଏୟାରଲିଫ୍ଟ 🔴 ୧୮ରୁ ବିଧାନସଭା ଅଧିବେଶନ 🔴 ୭ ଜିଲ୍ଲାକୁ ରେଡ୍ ୱାର୍ଣ୍ଣିଂ 🔴 ନୀଳଗିରି ବସ୍‌ଷ୍ଟାଣ୍ଡ ନିକଟ ପେଟ୍ରୋଲ ପମ୍ପରେ ବିସ୍ଫୋରଣ 🔴 ଆସନ୍ତାକାଲି ପର୍ଯ୍ୟନ୍ତ ଓଡ଼ିଶା ପାଇଁ ଗୁରୁତ୍ବପୂର୍ଣ୍ଣ 🔴 ସଂଧ୍ୟା ସୁଦ୍ଧା ମାଲକାନଗିରି ଦେଇ ଯିବ ‘ଅର୍ଣ୍ଣବ’ 🔴 ‘ମାଲକାନଗିରି ବେଶୀ ପ୍ରଭାବିତ’ 🔴 IAS ସ୍ତରରେ ଅଦଳବଦଳ 🔴 ଘରେ ପଶିଲେ, ଲୁଟିଲେ..ଟିଭି ଭାଙ୍ଗି ଚାଲିଗଲେ 🔴 ଅତି ଭୀଷଣ ବାତ୍ୟା ରୂପ ନେଲା ‘ଅର୍ଣ୍ଣବ’ 🔴 ଜଳବନ୍ଦୀଙ୍କୁ କରାଯିବ ଏୟାରଲିଫ୍ଟ 🔴 ୧୮ରୁ ବିଧାନସଭା ଅଧିବେଶନ 🔴 ୭ ଜିଲ୍ଲାକୁ ରେଡ୍ ୱାର୍ଣ୍ଣିଂ 🔴 ନୀଳଗିରି ବସ୍‌ଷ୍ଟାଣ୍ଡ ନିକଟ ପେଟ୍ରୋଲ ପମ୍ପରେ ବିସ୍ଫୋରଣ 🔴 ଆସନ୍ତାକାଲି ପର୍ଯ୍ୟନ୍ତ ଓଡ଼ିଶା ପାଇଁ ଗୁରୁତ୍ବପୂର୍ଣ୍ଣ 🔴 ସଂଧ୍ୟା ସୁଦ୍ଧା ମାଲକାନଗିରି ଦେଇ ଯିବ ‘ଅର୍ଣ୍ଣବ’ 🔴 ‘ମାଲକାନଗିରି ବେଶୀ ପ୍ରଭାବିତ’ 🔴 IAS ସ୍ତରରେ ଅଦଳବଦଳ 🔴 ଘରେ ପଶିଲେ, ଲୁଟିଲେ..ଟିଭି ଭାଙ୍ଗି ଚାଲିଗଲେ 🔴 ଅତି ଭୀଷଣ ବାତ୍ୟା ରୂପ ନେଲା ‘ଅର୍ଣ୍ଣବ’