Masthead

ବୃଦ୍ଧଙ୍କ ମୃତଦେହ ଉଦ୍ଧାର, କାରଣ ଅସ୍ପଷ୍ଟ

କେନ୍ଦୁଝର (ବଡ଼ ଖବର ବ୍ୟୁରୋ): କେନ୍ଦୁଝର ଜିଲ୍ଲା ହରିଚନ୍ଦନପୁର ଥାନା ଅଧିନସ୍ଥ ପିଠାଗୋଳା ଗ୍ରାମ ରାସ୍ତା ପାଶ୍ୱର୍ରେ ଥିବା ଚେର ସାହୁଙ୍କ ପଥର କୂଅରୁ ବୃଦ୍ଧଙ୍କ ମୃତଦେହ ଉଦ୍ଧାର ହୋଇଛି । ଗ୍ରାମର ଲୋକେ କୂଅରୁ ପାଣି ଆଣିବାକୁ ଯାଇଥିବା ବେଳେ ଭାସମାନ ଅବସ୍ଥାରେ ମୃତଦେହ ଦେଖି ଅଗ୍ନିଶମ ବିଭାଗକୁ ଖବର ଦେଇଥିଲେ । ଖବର ପାଇ ଅଗ୍ନିଶମ ବାହିନୀ ଘଟଣାସ୍ଥଳରେ ପହଞ୍ଚି ମୃତଦେହ ଉଦ୍ଧାର କରିବା ପରେ ପୋଲିସକୁ ଖବର ଦେଇଥିଲେ ।

ପୋଲିସ ଘଟଣାସ୍ଥଳରେ ପହଞ୍ଚି ମୃତଦେହକୁ ଜବତ କରି ବ୍ୟବଚ୍ଛେଦ ନିମନ୍ତେ କେନ୍ଦୁଝର ମୁଖ୍ୟ ଚିକିତ୍ସାଳୟକୁ ପଠାଇଥିବା ବେଳେ ମୃତ୍ୟୁର କାରଣ ଜାଣିବା ପାଇଁ ତଦନ୍ତ ଜାରି ରଖିଛି । ମୃତକ ହେେଲେ ନନ୍ଦରା ଗ୍ରାମର ଦିବାକର ମହାପାତ୍ର । ଦିବାକର ରାତିରେ ଘରକୁ ଫେରୁଥିବା ବେଳେ କୌଣସି କାରଣରୁ ଉକ୍ତ କୂଅରେ ପଡିଯାଇଥିବା ଅନୁମାନ କରାଯାଉଛି । କିମ୍ବା କେହି ହତ୍ୟା କରି ପକାଇଥିବା ନେଇ ଗ୍ରାମରେ ଚର୍ଚ୍ଚା ଜୋର ଧରିଛି । ପୋଲିସ ତଦନ୍ତ ଓ ବ୍ୟବଚ୍ଛେଦ ରିପୋର୍ଟ ଆସିବା ପରେ ସଠିକ୍ ତଥ୍ୟ ଲୋକଲୋଚନକୁ ଆସିବା ବୋଲି ଜଣାପଡ଼ିଛି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 କାଉଣ୍ଟର ଆଗରେ ଲମ୍ବା ଲାଇନ 🔴 ଥଣ୍ଡାରେ ଥରୁଛି ସାରା ଓଡ଼ିଶା 🔴 ରାଜ୍ୟରେ ଗଡ଼ୁଛି ୨ ଲକ୍ଷ ୧୯ ହଜାର ୬୭୭ ଇଭି ଗାଡ଼ି 🔴 ଛତିଶଗଡ଼ ବିଜାପୁରରେ ବଡ଼ ଏନକାଉଣ୍ଟର 🔴 ଶୀତ ଅଧିବେଶନର ଆଜି ସପ୍ତମ ଦିନ 🔴 ଆଜି ଭାରତ ଆସୁଛନ୍ତି ପୁଟିନ୍‌ 🔴 ଆଗକୁ ବଢ଼ିବ ଶୀତ 🔴 ଡିସେମ୍ବର ୩୧ ଯାଏଁ E-KYC 🔴 ୫ ଘଣ୍ଟା ଜଗା ଦର୍ଶନ ବନ୍ଦ 🔴 ଆଜି ଘୋଷଣା ହୋଇପାରେ +୨ ପରୀକ୍ଷା ତାରିଖ 🔴 କାଉଣ୍ଟର ଆଗରେ ଲମ୍ବା ଲାଇନ 🔴 ଥଣ୍ଡାରେ ଥରୁଛି ସାରା ଓଡ଼ିଶା 🔴 ରାଜ୍ୟରେ ଗଡ଼ୁଛି ୨ ଲକ୍ଷ ୧୯ ହଜାର ୬୭୭ ଇଭି ଗାଡ଼ି 🔴 ଛତିଶଗଡ଼ ବିଜାପୁରରେ ବଡ଼ ଏନକାଉଣ୍ଟର 🔴 ଶୀତ ଅଧିବେଶନର ଆଜି ସପ୍ତମ ଦିନ 🔴 ଆଜି ଭାରତ ଆସୁଛନ୍ତି ପୁଟିନ୍‌ 🔴 ଆଗକୁ ବଢ଼ିବ ଶୀତ 🔴 ଡିସେମ୍ବର ୩୧ ଯାଏଁ E-KYC 🔴 ୫ ଘଣ୍ଟା ଜଗା ଦର୍ଶନ ବନ୍ଦ 🔴 ଆଜି ଘୋଷଣା ହୋଇପାରେ +୨ ପରୀକ୍ଷା ତାରିଖ