ଆଜି ବାବା ଲୋକନାଥଙ୍କ ପଙ୍କୋଦ୍ଧାର ଏକାଦଶୀ

ପୁରୀ (ବଡ଼ ଖବର ବ୍ୟୁରୋ) ଆଜି ପୁରୀର ପ୍ରସିଦ୍ଧ ଶୈବପୀଠ ପ୍ରଭୁ ଶ୍ରୀ ଲୋକନାଥ ଦେବଙ୍କ ମନ୍ଦିରରେ ପଙ୍କଉଦ୍ଧାର ନୀତି ଅନୁଷ୍ଠିତ ହେବ । ଶ୍ରୀମନ୍ଦିର ସହ ପ୍ରତ୍ୟକ୍ଷ ସମ୍ପୃକ୍ତ ଥିବା ବାବା ଶ୍ରୀଲୋକନାଥ ମନ୍ଦିରରେ ମହା ଶିବରାତ୍ରିର ପୂର୍ବରୁ ପଡୁଥିବା ଏକାଦଶୀ ତିଥିରେ ପଙ୍କଉଦ୍ଧାରର ସ୍ୱତନ୍ତ୍ର ନୀତି କରାଯାଇଥାଏ । ଆଜି ଶ୍ରୀ ଲୋକନାଥଙ୍କ ମନ୍ଦିରରେ ପଙ୍କଉଦ୍ଧାର ଏକାଦଶୀ ନୀତି ପାଳନ ହେବ ।

ପରମ୍ପରା ଅନୁଯାୟୀ ଶ୍ରୀ ଲୋକନାଥଙ୍କ ମନ୍ଦିର ଗମ୍ଭୀରାରେ ଜମା ହୋଇ ରହିଥିବା ଫୁଲ, ବେଲପତ୍ର, ପାଣି ସେବକମାନେ ବାହାର କରାଇ ସଫା କରାଇଥାନ୍ତି। ପଙ୍କ ଉଦ୍ଧାର ପରେ ଶ୍ରୀ ଲୋକନାଥଙ୍କ ମୂଳ ଲିଙ୍ଗ ଭକ୍ତମାନେ ଦର୍ଶନ କରିବାର ସୁଯୋଗ ପାଇଥାନ୍ତି। ଏଥିପାଇଁ ବହୁ ଭକ୍ତଙ୍କ ସମାଗମ ଦେଖିବାକୁ ମିଳିଥାଏ। ଏହି ତିଥିରେ ଶ୍ରୀ ଲୋକନାଥଙ୍କ ଦର୍ଶନ, ପୂଜାର୍ଚ୍ଚନା ଏବଂ ଏକାଦଶୀ ଚୂଡ଼ା ଘସା ଭୋଗ ହୋଇଥାଏ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଗଞ୍ଜାମ ଯିବେ ମୁଖ୍ୟମନ୍ତ୍ରୀ 🔴 ଜଳବନ୍ଦୀଙ୍କୁ କରାଯିବ ଏୟାରଲିଫ୍ଟ 🔴 ୧୮ରୁ ବିଧାନସଭା ଅଧିବେଶନ 🔴 ୭ ଜିଲ୍ଲାକୁ ରେଡ୍ ୱାର୍ଣ୍ଣିଂ 🔴 ନୀଳଗିରି ବସ୍‌ଷ୍ଟାଣ୍ଡ ନିକଟ ପେଟ୍ରୋଲ ପମ୍ପରେ ବିସ୍ଫୋରଣ 🔴 ଆସନ୍ତାକାଲି ପର୍ଯ୍ୟନ୍ତ ଓଡ଼ିଶା ପାଇଁ ଗୁରୁତ୍ବପୂର୍ଣ୍ଣ 🔴 ସଂଧ୍ୟା ସୁଦ୍ଧା ମାଲକାନଗିରି ଦେଇ ଯିବ ‘ଅର୍ଣ୍ଣବ’ 🔴 ‘ମାଲକାନଗିରି ବେଶୀ ପ୍ରଭାବିତ’ 🔴 IAS ସ୍ତରରେ ଅଦଳବଦଳ 🔴 ଘରେ ପଶିଲେ, ଲୁଟିଲେ..ଟିଭି ଭାଙ୍ଗି ଚାଲିଗଲେ 🔴 ଗଞ୍ଜାମ ଯିବେ ମୁଖ୍ୟମନ୍ତ୍ରୀ 🔴 ଜଳବନ୍ଦୀଙ୍କୁ କରାଯିବ ଏୟାରଲିଫ୍ଟ 🔴 ୧୮ରୁ ବିଧାନସଭା ଅଧିବେଶନ 🔴 ୭ ଜିଲ୍ଲାକୁ ରେଡ୍ ୱାର୍ଣ୍ଣିଂ 🔴 ନୀଳଗିରି ବସ୍‌ଷ୍ଟାଣ୍ଡ ନିକଟ ପେଟ୍ରୋଲ ପମ୍ପରେ ବିସ୍ଫୋରଣ 🔴 ଆସନ୍ତାକାଲି ପର୍ଯ୍ୟନ୍ତ ଓଡ଼ିଶା ପାଇଁ ଗୁରୁତ୍ବପୂର୍ଣ୍ଣ 🔴 ସଂଧ୍ୟା ସୁଦ୍ଧା ମାଲକାନଗିରି ଦେଇ ଯିବ ‘ଅର୍ଣ୍ଣବ’ 🔴 ‘ମାଲକାନଗିରି ବେଶୀ ପ୍ରଭାବିତ’ 🔴 IAS ସ୍ତରରେ ଅଦଳବଦଳ 🔴 ଘରେ ପଶିଲେ, ଲୁଟିଲେ..ଟିଭି ଭାଙ୍ଗି ଚାଲିଗଲେ