Masthead

ଦିଲ୍ଲୀ ଗସ୍ତରେ ବିଜେପି ନେତା

ଭୁବନେଶ୍ୱର (ବଡ଼ ଖବର ବ୍ୟୁରୋ): ରାଜ୍ୟ ବିଜେପି ନେତାଙ୍କୁ ଦିଲ୍ଲୀ ଡାକରା । ରାଜ୍ୟ ସଭାପତି ମନମୋହନ ସାମଲଙ୍କ ଦିଲ୍ଲୀ ଗସ୍ତ । ସମସ୍ତ କୋର କମିଟି ସଦସ୍ୟ ବୈଠକରେ ହେବେ ଉପସ୍ଥିତ । ରାଜ୍ୟ ନେତାଙ୍କ ସହ କେନ୍ଦ୍ର ବିଜେପି ନେତାଙ୍କ ବୈଠକ । ଅଚାନକ ଦିଲ୍ଲୀ ଡାକରା ନେଇ ବଢ଼ିଲା ସସପେନ୍ସ । କାଲି ଓଡ଼ିଶା ଆସିଥିଲେ ପ୍ରଧାନମନ୍ତ୍ରୀ । ଆଜି ରାଜ୍ୟ ନେତା ବାହାରିଲେ ଦିଲ୍ଲୀ । ନିର୍ବାଚନ ସମ୍ପର୍କରେ ଆଜି ହେବ ମହତ୍ତ୍ୱପୂର୍ଣ୍ଣ ନିଷ୍ପତ୍ତି । ଓଡ଼ିଶାରେ କେମିତି ଲଢେଇ ହେବ ସେନେଇ ରାଜ୍ୟ ନେତୃତ୍ୱଙ୍କ ସହ ହେବ ଆଲୋଚନା ।

ପ୍ରାର୍ଥୀ ତାଲିକା ଘୋଷଣା ପୂର୍ବରୁ ରାଜ୍ୟ ବିଜେପିର ଶୀର୍ଷ ନେତୃତ୍ୱଙ୍କ ସହ ନିର୍ବାଚନ ରଣନୀତି ବାବଦରେ ଆଲୋଚନା କରିବେ ଦଳର ଶୀର୍ଷ ନେତୃତ୍ୱ । ସନ୍ଧ୍ୟା ୫ଟାରେ ରାଜ୍ୟ ନେତୃତ୍ୱଙ୍କ ସହ ବୈଠକ କରିବେ କେନ୍ଦ୍ରୀୟ ନେତୃତ୍ୱ । ୨୦୨୪ ନିର୍ବାଚନ ବିଜେପି ଏକାକୀ ଲଢିବ ବୋଲି ସଭାପତି ମନମୋହନ ସାମଲ ପୂର୍ବରୁ ସ୍ପଷ୍ଟ କରିଛନ୍ତି । ବିଜେଡି ସହ କୌଣସି ମେଣ୍ଟ ହେବନି ବୋଲି ମନମୋହନ କହିଛନ୍ତି ।

ସେପଟେ ନବୀନ ନିବାସରୁ ବିଜେଡିର ବରିଷ୍ଠ ନେତୃତ୍ୱଙ୍କୁ ଗଲା ଡାକରା । ଯେଉଁଠି ଅଛ ତୁରନ୍ତ ଆସି ପହଞ୍ଚିବାକୁ ନିର୍ଦ୍ଦେଶ । ଅପରାହ୍ନ ସାଢେ ୩ଟା ସମୟରେ ନବୀନ ନିବାସରେ ଏହି ଗୁରୁତ୍ୱପୂର୍ଣ୍ଣ ବୈଠକ ବସିବାକୁ ଅଛି । ଏଥିପାଇଁ ବିଜେଡିର ବରିଷ୍ଠ ନେତାଙ୍କୁ ନବୀନ ନିବାସକୁ ଡକାଯାଇଛି । ତେବେ ଆସନ୍ତା ୨୦୨୪ ସାଧାରଣ ନିବାର୍ଚନ ସଂକ୍ରାନ୍ତରେ ଏହି ବୈଠକରେ ଆଲୋଚନା ହେଇପାରେ ବୋଲି ସୂଚନା ମିଳୁଛି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ତୀର୍ଥଯାତ୍ରୀ ବସ ଦୁର୍ଘଟଣା ଗ୍ରସ୍ତ 🔴 ବର୍ଷାକୁ ଅରେଞ୍ଜ ୱାର୍ଣ୍ଣିଂ 🔴 ବନସ୍ତେ ଡାକିଲା ଗଜ, ବରଷକେ ଥରେ ଆସିଛି ରଜ…. 🔴 ଭାରତୀୟ ନୂତନ ସ୍ଥଳସେନା ମୁଖ୍ୟ 🔴 ଆସାମରେ ବାୟୁସେନା ବିମାନ ଦୁର୍ଘଟଣା । 🔴 ଓଏଏସ ପ୍ରେମିକକୁ ମହଙ୍ଗା ପଡ଼ିଲା ପ୍ରେମ!ଚନ୍ଦ୍ରିକାଙ୍କ ମୃତ୍ୟୁ ବନ୍ଧାହେଲେ ଭୀମସେନ 🔴 ଆଜି ସଜବାଜ କାଲି ପହିଲି ରଜ 🔴 ଗୋମାଫିଆଙ୍କ ଘରେ ପୋଲିସର ଚଢ଼ାଉ 🔴 ଆଜିଠାରୁ ମହିଳା ବିଶ୍ୱକପ୍ ମହାକୁମ୍ଭ 🔴 ବଢିଲା ନିଟ୍ (ୟୁଜି)ପରୀକ୍ଷା ସମୟ ଅବଧି 🔴 ତୀର୍ଥଯାତ୍ରୀ ବସ ଦୁର୍ଘଟଣା ଗ୍ରସ୍ତ 🔴 ବର୍ଷାକୁ ଅରେଞ୍ଜ ୱାର୍ଣ୍ଣିଂ 🔴 ବନସ୍ତେ ଡାକିଲା ଗଜ, ବରଷକେ ଥରେ ଆସିଛି ରଜ…. 🔴 ଭାରତୀୟ ନୂତନ ସ୍ଥଳସେନା ମୁଖ୍ୟ 🔴 ଆସାମରେ ବାୟୁସେନା ବିମାନ ଦୁର୍ଘଟଣା । 🔴 ଓଏଏସ ପ୍ରେମିକକୁ ମହଙ୍ଗା ପଡ଼ିଲା ପ୍ରେମ!ଚନ୍ଦ୍ରିକାଙ୍କ ମୃତ୍ୟୁ ବନ୍ଧାହେଲେ ଭୀମସେନ 🔴 ଆଜି ସଜବାଜ କାଲି ପହିଲି ରଜ 🔴 ଗୋମାଫିଆଙ୍କ ଘରେ ପୋଲିସର ଚଢ଼ାଉ 🔴 ଆଜିଠାରୁ ମହିଳା ବିଶ୍ୱକପ୍ ମହାକୁମ୍ଭ 🔴 ବଢିଲା ନିଟ୍ (ୟୁଜି)ପରୀକ୍ଷା ସମୟ ଅବଧି