ବିଜେଡି-ବିଜେପି ମଧ୍ୟରେ ଆସନ ଭାଗବଣ୍ଟା ନେଇ ଚାଲିଛି କସରତ

ଭୁବନେଶ୍ୱର (ବଡ଼ ଖବର ବ୍ୟୁରୋ): ସାଧାରଣ ନିର୍ବାଚନ ପୂର୍ବରୁ ବିଜେଡି ଏବଂ ବିଜେପି ମେଣ୍ଟ ଗଠନକୁ ନେଇ ସବୁଆଡ଼େ ଚର୍ଚ୍ଚା ଲାଗିରହିଛି। ନବୀନ ନିବାସରେ ବିଜେଡି ନେତାଙ୍କ ବୈଠକ ପରେ ବୈଠକ ଏବଂ ଦିଲ୍ଲୀରେ ବିଜେପି ଅଧ୍ୟକ୍ଷ ଜେ.ପି. ନଡା ଓ ଅମିତ ଶାହାଙ୍କ ଅଧ୍ୟକ୍ଷତାରେ ବସୁଥିବା ଘନଘନ ବୈଠକକୁ ନେଇ ଖୁବ୍‌ ଚର୍ଚ୍ଚା। ସେପଟେ ଦିଲ୍ଲୀ ଯାଇଛନ୍ତି ବିଜେଡିର ଦୁଇ ପ୍ରମୁଖ ନେତା ଫାଇଭ-ଟି ଅଧ୍ୟକ୍ଷ ଭି.କେ ପାଣ୍ଡିଆନ ଓ ବିଜେଡିର ସାଙ୍ଗଠନିକ ସମ୍ପାଦକ ପ୍ରଣବ ପ୍ରକାଶ ଦାସ ।

ରାଜ୍ୟ ବିଜେପି ନେତାମାନେ ଦିଲ୍ଲୀରେ ଥିବାବେଳେ ଦୁଇ ପ୍ରମୁଖ ବିଜେଡି ନେତାଙ୍କ ଦିଲ୍ଲୀ ଗସ୍ତକୁ ଗୁରୁତ୍ୱପୂର୍ଣ୍ଣ ମନେ କରାଯାଉଛି । ଦିଲ୍ଲୀରେ ଦୁଇଦିନ ଧରି କେନ୍ଦ୍ରୀୟ ନେତାଙ୍କ ସହ ରାଜ୍ୟ ବିଜେପି ନେତାଙ୍କ ଘନ ଘନ ବୈଠକ ଜାରି ରହିଛି । ଗତକାଲି ବିଜେପି ରାଜ୍ୟ ନିର୍ବାଚନ ପ୍ରଭାରୀ ବିଜୟପାଲ ସିଂ ତୋମାରଙ୍କ ବାବସଭନରେ ବିଜେପି ନେତା ଆଲୋଚନା କରିଥିବା କୁହାଯାଉଛି । ଆସନ୍ତା ୧୨ ତାରିଖରେ କେନ୍ଦ୍ର ଗୃହମନ୍ତ୍ରୀ ଓଡ଼ିଶା ଗସ୍ତରେ ଆସିବେ ।

ନବୀନ ନିବାସରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଓ ବିଜେପି ରାଜ୍ୟ ସଭାପତି ମନମୋହନ ସାମଲଙ୍କ ଉପସ୍ଥିତିରେ ମେଂଟ ଘୋଷଣା କରିପାରନ୍ତି । ସୂଚନା ଅନୁସାରେ ଲୋକସଭାରେ ବିଜେଡି ୭ଟି ଆସନରେ ଲଢି ୧୪ଟି ଲୋକସଭା ଆସନ ବିଜେପିକୁ ଛାଡିପାରେ । ସେହିପରି ବିଧାନସଭାରେ ବିଜେଡି ଅତିକମରେ ୧୦୨ ଆସନ ନିଜ ପାଖରେ ରଖିପାରେ । ଆଉ ୪୫ଟି ଆସନ ବିଜେପିକୁ ଦେଇପାରେ ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଗଞ୍ଜାମ ଯିବେ ମୁଖ୍ୟମନ୍ତ୍ରୀ 🔴 ଜଳବନ୍ଦୀଙ୍କୁ କରାଯିବ ଏୟାରଲିଫ୍ଟ 🔴 ୧୮ରୁ ବିଧାନସଭା ଅଧିବେଶନ 🔴 ୭ ଜିଲ୍ଲାକୁ ରେଡ୍ ୱାର୍ଣ୍ଣିଂ 🔴 ନୀଳଗିରି ବସ୍‌ଷ୍ଟାଣ୍ଡ ନିକଟ ପେଟ୍ରୋଲ ପମ୍ପରେ ବିସ୍ଫୋରଣ 🔴 ଆସନ୍ତାକାଲି ପର୍ଯ୍ୟନ୍ତ ଓଡ଼ିଶା ପାଇଁ ଗୁରୁତ୍ବପୂର୍ଣ୍ଣ 🔴 ସଂଧ୍ୟା ସୁଦ୍ଧା ମାଲକାନଗିରି ଦେଇ ଯିବ ‘ଅର୍ଣ୍ଣବ’ 🔴 ‘ମାଲକାନଗିରି ବେଶୀ ପ୍ରଭାବିତ’ 🔴 IAS ସ୍ତରରେ ଅଦଳବଦଳ 🔴 ଘରେ ପଶିଲେ, ଲୁଟିଲେ..ଟିଭି ଭାଙ୍ଗି ଚାଲିଗଲେ 🔴 ଗଞ୍ଜାମ ଯିବେ ମୁଖ୍ୟମନ୍ତ୍ରୀ 🔴 ଜଳବନ୍ଦୀଙ୍କୁ କରାଯିବ ଏୟାରଲିଫ୍ଟ 🔴 ୧୮ରୁ ବିଧାନସଭା ଅଧିବେଶନ 🔴 ୭ ଜିଲ୍ଲାକୁ ରେଡ୍ ୱାର୍ଣ୍ଣିଂ 🔴 ନୀଳଗିରି ବସ୍‌ଷ୍ଟାଣ୍ଡ ନିକଟ ପେଟ୍ରୋଲ ପମ୍ପରେ ବିସ୍ଫୋରଣ 🔴 ଆସନ୍ତାକାଲି ପର୍ଯ୍ୟନ୍ତ ଓଡ଼ିଶା ପାଇଁ ଗୁରୁତ୍ବପୂର୍ଣ୍ଣ 🔴 ସଂଧ୍ୟା ସୁଦ୍ଧା ମାଲକାନଗିରି ଦେଇ ଯିବ ‘ଅର୍ଣ୍ଣବ’ 🔴 ‘ମାଲକାନଗିରି ବେଶୀ ପ୍ରଭାବିତ’ 🔴 IAS ସ୍ତରରେ ଅଦଳବଦଳ 🔴 ଘରେ ପଶିଲେ, ଲୁଟିଲେ..ଟିଭି ଭାଙ୍ଗି ଚାଲିଗଲେ