ଟିକେଟ ଆଶାୟୀ ପ୍ରାର୍ଥୀଙ୍କ ଭାଗ୍ୟ ଆଜି ଦିଲ୍ଲୀରେ ଲେଖାଯିବ

ଭୁବନେଶ୍ୱର (ବଡ଼ ଖବର ବ୍ୟୁରୋ): କଂଗ୍ରେସର ଟିକେଟ ଆଶାୟୀ ପ୍ରାର୍ଥୀଙ୍କ ଭାଗ୍ୟ ଆଜି ଦିଲ୍ଲୀରେ ଲେଖାଯିବ । ଆଜି ଦିଲ୍ଲୀରେ କଂଗ୍ରେସ ସ୍କ୍ରିନିଂ କମିଟିର ବୈଠକ ବସିବ । କିଏ କଂଗ୍ରେସ ଟିକେଟ ପାଇବ, କେଉଁ ଲୋକସଭା ଓ ବିଧାନସଭା ଆସନରେ କିଏ ପ୍ରାର୍ଥୀ ହେବେ । କେଉଁ ଆସନରେ କଂଗ୍ରେସ ପ୍ରାର୍ଥୀ ଦେବ ଓ କେଉଁ ଆସନ ଇଣ୍ଡିଆ ମେଣ୍ଟର ସହଯୋଗୀ ଦଳକୁ ଛାଡିବ, ତାହା ଆଜିର ସ୍କ୍ରିନିଂ କମିଟି ବୈଠକରେ ଚୂଡାନ୍ତ ହେବ ।

ଏହି ବୈଠକରେ ସାମିଲ ହେବା ପାଇଁ ପିସିସି ସଭାପତି ଶରତ ପଟ୍ଟନାୟକ ଦିଲ୍ଲୀ ଗସ୍ତ କରିଛନ୍ତି । ପିସିସି ସଭାପତିଙ୍କ ସମେତ କଂଗ୍ରେସ ପ୍ରଭାରୀ ଅଜୟ କୁମାର ବୈଠକରେ ସାମିଲ ହେବେ । କଂଗ୍ରେସର ପ୍ରଥମ ପ୍ରାର୍ଥୀ ତାଲିକାରୁ ଓଡ଼ିଶା ବାଦ୍ ପଡିଛି । ଆଜିର ବୈଠକରେ ଓଡ଼ିଶା ପାଇଁ ପ୍ରାର୍ଥୀ ତାଲିକା ଉପରେ ନିଷ୍ପତି ନିଆଯିବ । ବୈଠକ ପରେ ପ୍ରତି ନିର୍ବାଚନମଣ୍ଡଳୀର ଚୂଡାନ୍ତ ନାମ ଏଆଇସିସିର କେନ୍ଦ୍ରୀୟ ନିର୍ବାଚନ କମିଟି ପାଖକୁ ପଠାଯିବ । ଏହି ତାଲିକା ପାଇବା ପରେ କଂଗ୍ରେସର ଦ୍ୱିତୀୟ ପ୍ରାର୍ଥୀ ତାଲିକା ଘୋଷଣା କରାଯିବା ସମ୍ଭାବନା ରହିଛି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଜଳବନ୍ଦୀଙ୍କୁ କରାଯିବ ଏୟାରଲିଫ୍ଟ 🔴 ୧୮ରୁ ବିଧାନସଭା ଅଧିବେଶନ 🔴 ୭ ଜିଲ୍ଲାକୁ ରେଡ୍ ୱାର୍ଣ୍ଣିଂ 🔴 ନୀଳଗିରି ବସ୍‌ଷ୍ଟାଣ୍ଡ ନିକଟ ପେଟ୍ରୋଲ ପମ୍ପରେ ବିସ୍ଫୋରଣ 🔴 ଆସନ୍ତାକାଲି ପର୍ଯ୍ୟନ୍ତ ଓଡ଼ିଶା ପାଇଁ ଗୁରୁତ୍ବପୂର୍ଣ୍ଣ 🔴 ସଂଧ୍ୟା ସୁଦ୍ଧା ମାଲକାନଗିରି ଦେଇ ଯିବ ‘ଅର୍ଣ୍ଣବ’ 🔴 ‘ମାଲକାନଗିରି ବେଶୀ ପ୍ରଭାବିତ’ 🔴 IAS ସ୍ତରରେ ଅଦଳବଦଳ 🔴 ଘରେ ପଶିଲେ, ଲୁଟିଲେ..ଟିଭି ଭାଙ୍ଗି ଚାଲିଗଲେ 🔴 ଅତି ଭୀଷଣ ବାତ୍ୟା ରୂପ ନେଲା ‘ଅର୍ଣ୍ଣବ’ 🔴 ଜଳବନ୍ଦୀଙ୍କୁ କରାଯିବ ଏୟାରଲିଫ୍ଟ 🔴 ୧୮ରୁ ବିଧାନସଭା ଅଧିବେଶନ 🔴 ୭ ଜିଲ୍ଲାକୁ ରେଡ୍ ୱାର୍ଣ୍ଣିଂ 🔴 ନୀଳଗିରି ବସ୍‌ଷ୍ଟାଣ୍ଡ ନିକଟ ପେଟ୍ରୋଲ ପମ୍ପରେ ବିସ୍ଫୋରଣ 🔴 ଆସନ୍ତାକାଲି ପର୍ଯ୍ୟନ୍ତ ଓଡ଼ିଶା ପାଇଁ ଗୁରୁତ୍ବପୂର୍ଣ୍ଣ 🔴 ସଂଧ୍ୟା ସୁଦ୍ଧା ମାଲକାନଗିରି ଦେଇ ଯିବ ‘ଅର୍ଣ୍ଣବ’ 🔴 ‘ମାଲକାନଗିରି ବେଶୀ ପ୍ରଭାବିତ’ 🔴 IAS ସ୍ତରରେ ଅଦଳବଦଳ 🔴 ଘରେ ପଶିଲେ, ଲୁଟିଲେ..ଟିଭି ଭାଙ୍ଗି ଚାଲିଗଲେ 🔴 ଅତି ଭୀଷଣ ବାତ୍ୟା ରୂପ ନେଲା ‘ଅର୍ଣ୍ଣବ’