ଆସାମ କାଜିରଙ୍ଗା ଜାତୀୟ ଉଦ୍ୟାନରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି

ଆସାମ(ବଡ଼ ଖବର ବ୍ୟୁରୋ): ଦୁଇ ଦିନିଆ ଆସାମ ଗସ୍ତରେ ଅଛନ୍ତି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି । ଏହି ସମୟ ମଧ୍ୟରେ ସେ ୧୮ ହଜାର କୋଟି ଟଙ୍କା ମୂଲ୍ୟର ପ୍ରକଳ୍ପର ଉଦଘାଟନ କରିବେ। ଆଜି ପ୍ରଧାନମନ୍ତ୍ରୀ କାଜିରଙ୍ଗା ଜାତୀୟ ଉଦ୍ୟାନରେ ଏକ ଜଙ୍ଗଲ ସଫାରି କରିଥିଲେ। ସକାଳୁ ସକାଳୁ ମୋଦି କାଜିରଙ୍ଗା ନ୍ୟାସନାଲ ପାର୍କ ଆଣ୍ଡ ଟାଇଗର ରିଜର୍ଭରେ ପହଞ୍ଚିଥିଲେ । କାଜିରଙ୍ଗାକୁ ମୋଦିଙ୍କ ଏହା ପ୍ରଥମ ଗସ୍ତ । ଏଠାରେ ପହଞ୍ଚିବା ପରେ ପ୍ରଧାନମନ୍ତ୍ରୀ ହାତୀ ପିଠିରେ ବସି ପାର୍କ ବୁଲିଥିଲେ । ଆଜି ଆସାମରେ ପ୍ରଧାନମନ୍ତ୍ରୀଙ୍କ ବିଭିନ୍ନ କାର୍ଯ୍ୟକ୍ରମ ରହିଛି । ଜୋରହାଟରେ ଅପରାହ୍ନରେ ମୋଦି ୧୨୫ ଫୁଟ ଉଚ୍ଚତାର ଷ୍ଟାଚ୍ୟୁ ଅଫ୍ ଭେଲରର ଉନ୍ମୋଚନ କରିବେ । ଏହା ପରେ ମେଲେଙ୍ଗ ମେଟେଲି ପୋଥାର ପରିଦର୍ଶନ କରିବେ ଯେଉଁଠାରେ ସେ ପ୍ରାୟ ୧୮,୦୦୦କୋଟି ଟଙ୍କା ମୂଲ୍ୟର ବିଭିନ୍ନ ପ୍ରକଳ୍ପର ଶିଳାନ୍ୟାସ ଓ ଉଦଘାଟନ କରିବେ ପ୍ରଧାନମନ୍ତ୍ରୀ ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଜଳବନ୍ଦୀଙ୍କୁ କରାଯିବ ଏୟାରଲିଫ୍ଟ 🔴 ୧୮ରୁ ବିଧାନସଭା ଅଧିବେଶନ 🔴 ୭ ଜିଲ୍ଲାକୁ ରେଡ୍ ୱାର୍ଣ୍ଣିଂ 🔴 ନୀଳଗିରି ବସ୍‌ଷ୍ଟାଣ୍ଡ ନିକଟ ପେଟ୍ରୋଲ ପମ୍ପରେ ବିସ୍ଫୋରଣ 🔴 ଆସନ୍ତାକାଲି ପର୍ଯ୍ୟନ୍ତ ଓଡ଼ିଶା ପାଇଁ ଗୁରୁତ୍ବପୂର୍ଣ୍ଣ 🔴 ସଂଧ୍ୟା ସୁଦ୍ଧା ମାଲକାନଗିରି ଦେଇ ଯିବ ‘ଅର୍ଣ୍ଣବ’ 🔴 ‘ମାଲକାନଗିରି ବେଶୀ ପ୍ରଭାବିତ’ 🔴 IAS ସ୍ତରରେ ଅଦଳବଦଳ 🔴 ଘରେ ପଶିଲେ, ଲୁଟିଲେ..ଟିଭି ଭାଙ୍ଗି ଚାଲିଗଲେ 🔴 ଅତି ଭୀଷଣ ବାତ୍ୟା ରୂପ ନେଲା ‘ଅର୍ଣ୍ଣବ’ 🔴 ଜଳବନ୍ଦୀଙ୍କୁ କରାଯିବ ଏୟାରଲିଫ୍ଟ 🔴 ୧୮ରୁ ବିଧାନସଭା ଅଧିବେଶନ 🔴 ୭ ଜିଲ୍ଲାକୁ ରେଡ୍ ୱାର୍ଣ୍ଣିଂ 🔴 ନୀଳଗିରି ବସ୍‌ଷ୍ଟାଣ୍ଡ ନିକଟ ପେଟ୍ରୋଲ ପମ୍ପରେ ବିସ୍ଫୋରଣ 🔴 ଆସନ୍ତାକାଲି ପର୍ଯ୍ୟନ୍ତ ଓଡ଼ିଶା ପାଇଁ ଗୁରୁତ୍ବପୂର୍ଣ୍ଣ 🔴 ସଂଧ୍ୟା ସୁଦ୍ଧା ମାଲକାନଗିରି ଦେଇ ଯିବ ‘ଅର୍ଣ୍ଣବ’ 🔴 ‘ମାଲକାନଗିରି ବେଶୀ ପ୍ରଭାବିତ’ 🔴 IAS ସ୍ତରରେ ଅଦଳବଦଳ 🔴 ଘରେ ପଶିଲେ, ଲୁଟିଲେ..ଟିଭି ଭାଙ୍ଗି ଚାଲିଗଲେ 🔴 ଅତି ଭୀଷଣ ବାତ୍ୟା ରୂପ ନେଲା ‘ଅର୍ଣ୍ଣବ’